ବେତନଟୀରେ ହାତୀ ଉତ୍ପାତ

ବେତନଟୀ,୨୮ା୧୦(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ନଡ଼ପୁର ଜଙ୍ଗଲ ତଥା ଆଖପାଖ ଗ୍ରାମରେ ୪ ଦିନ ହେଲା ହାତୀପଲ ଉତ୍ପାତ ଚଳାଇଛନ୍ତି। ହାତୀପଲ ଫସଲ ନଷ୍ଟ କରୁଥିବାରୁ ଚାଷୀମାନେ ମୁଣ୍ଡରେ ହାତ ଦେଇ ବସିଛନ୍ତି। ସପ୍ତାହକ ପୂର୍ବରୁ ଝାଡ଼ଖଣ୍ଡ ଦଲମା ଜଙ୍ଗଲରୁ ୧୦୦ରୁ ଅଧିକ ହାତୀ ଓଡ଼ିଶା ଭିତରକୁ ପଶି ଆସିଥିଲେ। ୬୨ଟିକିଆ ହାତୀପଲ ବେତନଟୀ ରେଞ୍ଜ ଅଧୀନ ନଡ଼ପୁର ଜଙ୍ଗଲ ଓ ଫୁଲଝରି ଜଙ୍ଗଲରେ ରହି ବ୍ୟାପକ ଉପଦ୍ରବ କରୁଛନ୍ତି। ବିଳମ୍ବିତ ରାତିରେ ବାହାରି ମୁଖ୍ୟ ରାସ୍ତା ସମେତ ଗାଁ ରାସ୍ତାରେ ଘୁରି ବୁଲୁଛନ୍ତି। ଏଥିସହ ଲୋକଙ୍କ ଧାନକ୍ଷେତରେ ପଶି ଦଳି ଚକଟି ନଷ୍ଟ କରିଦେଉଛନ୍ତି। ବେତନଟୀ ରେଞ୍ଜର ଘନଶ୍ୟାମ ସିଂ, ବୈଶିଙ୍ଗା ବନପାଳ ଦୁଲାଲ ଚନ୍ଦ୍ର ଦିଗାର ପ୍ରମୁଖ ବିଭାଗୀୟ କର୍ମଚାରୀଙ୍କୁ ସାଙ୍ଗରେ ନେଇ ହାତୀ ପଲ ଗତିବିଧି ଉପରେ ନଜର ରଖିଥିବା ବେଳେ ଗାଁ ସୁରକ୍ଷା ଓ ଫସଲ ସୁରକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା କରିଥିବା କଥା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ…

କଲେଜରୁ ଫେରୁଥବା ବେଳେ ଯୁବତୀଙ୍କୁ ଅପହରଣ: କାର ଭିତରକୁ ନେଇ..

ପାଟକୁରା,୬।୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଳକ ଅଧୀନ କୁଳତୁଠୀ ଅରକ୍ଷିତ ଦାସଙ୍କ ମନ୍ଦିର ନିକଟ ନଦୀ ବନ୍ଧଗଡା ନିକଟର ଜଣେ ଯୁବତୀଙ୍କୁ ଅପହରଣ କରାଯାଇଛି।…

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri