ଝାରସୁଗୁଡ଼ା ସହରରେ ହାତୀପଲ

ବ୍ରଜରାଜନଗର,୨୭।୩ (ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲାର ବ୍ରଜରାଜନଗର ପରେ ଶନିବାର ରାତିରେ ଝାରସୁଗୁଡ଼ା ସହରରେ ପଶିଥିଲେ ହାତୀପଲ। ସହରରେ ହାତୀ ପ୍ରବେଶ କରିବା ଜାଣିବା ପରେ ଲୋକମାନେ ରାତ୍ରି ସାରା ଆତଙ୍କିତ ଅବସ୍ଥାରେ ଥିଲେ। ବନ କର୍ମଚାରୀ, ପୋଲିସ ପ୍ରଶାସନ ଓ ସ୍ବତନ୍ତ୍ର ସ୍କ୍ବାଡ୍‌ ରାତିସାରା ହାତୀପଲ ଉପରେ ନଜର ରଖିଥିଲେ। ଏହି ପଲରେ ଶାବକ ସହ ୧୨ଟି ହାତୀ ଥିବା ଜଣାପଡିଛି। ହାତୀପଲ କୌଣସି କ୍ଷତି କରି ନ ଥିବା ଜଣାପଡ଼ିଛି।
ଶୁକ୍ରବାର ମଧ୍ୟରାତ୍ରିରେ ବ୍ରଜରାଜନଗର ଦେଇ ଇବ୍‌ ନଦୀ ପାର ହୋଇ ଜମେରା ଜଙ୍ଗଲରେ ରହିଥିଲେ ଏହି ହାତୀପଲ। ବିଜୁ ଏକ୍ସପ୍ରେସ ଓ୍ବେ ପାରହୋଇ ଶନିବାର ରାତି ପ୍ରାୟ ସାଢେ ଗୋଟାଏ ସମୟରେ ଝାରସୁଗୁଡ଼ା ସହରର ସରବାହାଲ ଅଞ୍ଚଳରେ ପ୍ରବେଶ କରିଥିଲେ। ବନ କର୍ମଚାରୀମାନେ ରବିବାର ପ୍ରତ୍ୟୁଷରେ ହାତୀପଲକୁ ଭାଜିମାଲ ଜଙ୍ଗଲକୁ ତଡ଼ିଦେଇଥିଲେ। ଦିନ ସାରା ସେହି ଜଙ୍ଗଲରେ ରହିଥିଲେ। ସନ୍ଧ୍ୟାରେ ସମ୍ବଲପୁର ସୀମାକୁ ଲାଗିଥିବା ସିରିପୁରା ଜଙ୍ଗଲକୁ ତଡ଼ିଦେଇଥିଲେ। ସମ୍ବଲପୁର ଜଙ୍ଗଲକୁ ହାତୀପଲ ଛାଡିବାର ଯୋଜନା ରହିଥିବା ବନ କର୍ମଚାରୀମାନେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?