ତାତିରେ ଡହଳବିକଳ ହାତୀ

ଢେଙ୍କାନାଳ ଅଫିସ, ୨୪।୪: ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଡହଳବିକଳ ହେଉଛି ସାରା ଓଡ଼ିଶା। ଝାଞ୍ଜି ସାଙ୍ଗକୁ ତତଲା ପବନ ଅଣନିଃଶ୍ୱାସୀ କରୁଛି। ରାଜ୍ୟରେ ପାରଦ ୪୫ ଟପିଲାଣି। ଆଗକୁ ଏହା ଆହୁରି ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଗଲାଣି। ଏଭଳିସ୍ଥିତିରେ କେବଳ ମଣିଷ ନୁହନ୍ତି, ହାତୀ ଭଳି ବିଶାଳକାୟ ପ୍ରାଣୀ ମଧ୍ୟ ଅହସ୍ୟ ରୌଦ୍ରତାପରେ କଲବଲ ହେଉଛନ୍ତି। ଏଥିରୁ ରକ୍ଷା ପାଇବା ପାଇଁ ସେମାନେ କରୁଛନ୍ତି କାଦୁଅ ସ୍ନାନ। ହାତୀ ପାଇଁ ପ୍ରସିଦ୍ଧ ଢେଙ୍କାନାଳ ଜିଲାରୁ ଆସିଛି ଏଭଳି ଚିତ୍ର। ହିନ୍ଦୋଳ ରେଞ୍ଜ୍‌ କନ୍ଧରା ସଂରକ୍ଷିତ ଜଙ୍ଗଲରେ ହାତୀପଲ କାଦୁଅରେ ଗଡ଼ି ଲଟପଟ ହେଉଥିବାର ଦୃଶ୍ୟ ବନ ବିଭାଗର ଟ୍ରାପ୍‌ କ୍ୟାମେରାରେ କଏଦ ହୋଇଛି।
ଏପିଲ୍‌ ପ୍ରଥମ ସପ୍ତାହରୁ ଢେଙ୍କାନାଳ ଜିଲାରେ ପ୍ରବଳ ଗରମ ଅନୁଭୂତ ହେଉଛି। ଏହାର ପ୍ରଭାବରେ ପ୍ରଭାବିତ ହୋଇଛି ବନ୍ୟଜୀବନ। ସଂରକ୍ଷିତ ଜଙ୍ଗଲରେ ରହୁଥିବା ହାତୀମାନେ ଝାଞ୍ଜିରେ କଲବଲ ହେଉଛନ୍ତି। ଶରୀରକୁ ଶୀତଳ ରଖିବା ପାଇଁ ସେମାନେ ଜଳକ୍ରୀଡ଼ା କରିବା ପରେ କାଦୁଅରେ ଗଡୁଛନ୍ତି। କନ୍ଧରା ସଂରକ୍ଷିତ ଜଙ୍ଗଲରେ ଏକ ପଲରେ ୫ରୁ ଊର୍ଦ୍ଧ୍ୱ ହାତୀ କାଦୁଅରେ କ୍ରୀଡ଼ାରତ ଥିବା ଦୃଶ୍ୟ ବନ ବିଭାଗ ପକ୍ଷରୁ ଖଞ୍ଜାଯାଇଥିବା କ୍ୟାମେରାରେ କଏଦ୍‌ ହୋଇଛି। ଡିଏଫ୍‌ଓ ଡା. ପ୍ରକାଶ ଚାନ୍ଦ ଗୋଗିନେନି ଉକ୍ତ ଫଟୋକୁ ଟୁଇଟ୍‌ କରିଛନ୍ତି। ସୋସିଆଲ ମିଡିଆରେ ଶେୟାର ହେବା ପରେ ଏହାକୁ ୟୁଜର୍ସ ବେଶ୍‌ ପସନ୍ଦ କରିଛନ୍ତି।
ଏ ସଂକ୍ରାନ୍ତରେ ଡିଏଫ୍‌ଓ କୁହନ୍ତି, ମଣିଷ ଭଳି ହାତୀ ମଧ୍ୟ ଅତ୍ୟଧିକ ଗରମ ସହ୍ୟ କରିପାରନ୍ତି ନାହିଁ। ଶରୀରକୁ ଥଣ୍ଡା ରଖିବା ପାଇଁ ଜଳକ୍ରୀଡ଼ା ପରେ ସେମାନେ କାଦୁଅରେ ଗଡ଼ିବାକୁ ଭଲପାଇଥାଆନ୍ତି।

୪୧.୫ ଡିଗ୍ରୀ ଛୁଇଁଲା ପାରଦ

ଢେଙ୍କାନାଳ ଜିଲାରେ ଶନିବାର ତାପମାତ୍ରା ୪୧.୫ ଡିଗ୍ରୀ ରେକର୍ଡ କରାଯାଇଛି। ଗରମ ପବନ ସହରବାସୀଙ୍କୁ ଅତିଷ୍ଠ କରିପକାଇଛି। ଖରାର ପ୍ରକୋପ ପାଇଁ ପୂର୍ବାହ୍ନ ୯ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ିଛି। ସନ୍ଧ୍ୟା ୬ଟା ଯାଏ ତାତି ଅନୁଭୂତ ହେଉଛି। ତେବେ ଏଭଳି ସମୟରେ ବାରମ୍ବାର ବିଦ୍ୟୁତ୍‌ ବିଭ୍ରାଟ ଯନ୍ତ୍ରଣାକୁ ଆହୁରି ବଢ଼ାଇ ଦେଉଛି। ଏହାକୁ ନେଇ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ଅପରପକ୍ଷେ ଗ୍ରୀଷ୍ମପ୍ରବାହରେ ପୌରସଂସ୍ଥା ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଖୋଲାଯାଇଥିବା ଜଳଛତ୍ର, ଦହିସରବତ ବଣ୍ଟନ କରାଯାଉଥିବା ସ୍ଥାନରେ ଭିଡ଼ ଜମୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

ପାଣି ପାଇଁ ରାଜରାସ୍ତାକୁ ଓହ୍ଲାଇଲେ ମହିଳା: ଶୁଣୁନାହାନ୍ତି ବିଭାଗୀୟ ଯନ୍ତ୍ରୀ

ପରଜଙ୍ଗ,୨/୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ହାତୀ ଲୁଚଣି ଗ୍ରାମରେ ଗତ ୧୦ ଦିନ ହେବ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri