ଜନବସତିକୁ ମାଡି ଆସିଲେ ହାତୀପଲ ; ଖାଇଗଲେ ଅମଳ ଧାନ, ଚିନ୍ତାରେ…

ଦିଗପହଣ୍ଡି,୧୮ା୧ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର, ସୁନାଖଣ୍ଡି ହରିଣା, ନୂଆଗଡ ପ୍ରଭୃତି ଗ୍ରାମମାନଙ୍କରେ ଗତ ପ୍ରାୟ ୧ ମାସରୁ ଉର୍ଦ୍ଧ୍ବ ହେଲା ହାତୀ ଉପଦ୍ରବ ଦେଖିବାକୁ ମିଳୁଛି । ଫଳରେ ସନ୍ଧ୍ୟା ହେଲେ ରାସ୍ତାରେ ଚଳପ୍ରଚଳ କରିବାକୁ ଲୋକେ ଭୟଭୀତ ହେବା ସହ ରାତିରେ ତାଟି କବାଟ ପକାଇ ରହୁଛନ୍ତି । ଶନିବାର ଭୋରରେ ଗଜପତି ଜିଲା ଚନ୍ଦ୍ରଗିରି ରେଞ୍ଜ ବନବିଭାଗ ଅଧିନ ସିଙ୍ଗପୁର ଗାଁ ନିକଟକୁ ହାତୀପଲ ମାଡ଼ି ଆସି କିଛି ଚାଷୀଙ୍କ ଧାନଖଳାରେ ପଶି ଅମଳ ଧାନ ଖାଇଦେବା ସହ ବ୍ୟାପକ ଧାନ ନଷ୍ଟ କରିଥିବା ଅଭିଯୋଗ ହୋଇଛି ।

ଅମଳ ପରେ ମଣ୍ଡିରେ ଧାନ ରଖିବା ପାଇଁ ସୁବିଧା ନଥିବାରୁ ଚାଷୀ ଅମଳ ପରେ ଧାନ ବସ୍ତା ଗୁଡ଼ିକୁ ଖଳାରେ ରଖୁଛନ୍ତି । ଶନିବାର ଚାଷୀ ଏବଂ ବନବିଭାଗ କର୍ମଚାରୀ ବୃନ୍ଦ ସମ୍ପୃକ୍ତ ଅଞ୍ଚଳରେ ହାତୀ ଘଉଡାଇ ବିଳମ୍ବିତ ରାତିରେ ଫେରିବା ପରେ ଭୋରରେ ହାତୀ ପଲ ଜଙ୍ଗଲରୁ ଲେଉଟି ଚାଷୀଙ୍କ ଖଳାରେ ପଶି ଧାନ ଖାଇ ଦେବା ସହ ବିପୁଳ ପରିମାଣର ଧାନ ନଷ୍ଟ କରିଥିବା ଜଣାପଡିଛି । ଏକ ୪ ଟିକିଆ ହାତୀପଲ  ଦିଗପହଣ୍ଡି ବନାଞ୍ଚଳ ପାଟପୁର ସେକ୍ସନ ରତନେଇ  ଜଙ୍ଗଲ ଅଧିନ ଶୁଳିଆ ପାହାଡ଼ରେ ଦୀର୍ଘବର୍ଷ ଧରି ରହୁଛନ୍ତି । ହାତୀ ପଲ ସନ୍ଧ୍ୟା ହେଲେ ଖାଦ୍ୟ ଅନ୍ୱେଷଣରେ ଜନବସତି ଆଡ଼କୁ ମାଡ଼ି ଆସୁଛନ୍ତି । ହାତୀ ପଲ ଗ୍ରାମାଞ୍ଚଳରେ ବ୍ୟାପକ ଧାନ, ମାଣ୍ଡିଆ,ପନିପରିବା ଫସଲ ନଷ୍ଟ କରୁଛନ୍ତି ।

ଏନେଇ ବନବିଭାଗ ଚନ୍ଦ୍ରଗିରି ପୋଡ଼ାମାରି ରେଞ୍ଜର ରୂପକ କୁମାର ପ୍ରଧାନଙ୍କୁ ପଚାରିବାରୁ ଖବର ପାଇ ରବିବାର ସକାଳେ ଫରେଷ୍ଟର ସୁନୀଲ ମଣ୍ଡଳ ସମ୍ପୃକ୍ତ ଅଞ୍ଚଳରେ ପହଞ୍ଚି କ୍ଷତିଗସ୍ତ ଚାଷୀଙ୍କ ସହ ଆଲୋଚନା କରିବା ସହ ରିପୋର୍ଟ ସଂଗ୍ରହ କରି ଫେରିଛନ୍ତି।  ହାତୀ ଚଳପ୍ରଚଳ ନେଇ ସୂଚନା ମିଳିବା ପରେ ବନବିଭାଗ ପକ୍ଷରୁ ବିଭିନ୍ନ ଗାଁ ମାନଙ୍କରେ ହାତୀ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି । ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ସକାଳେ କିମ୍ବା ସନ୍ଧ୍ୟାରେ ଜଙ୍ଗଲ ନିକଟକୁ ଯାଆନ୍ତୁ ନାହିଁ ବୋଲି ବନ କର୍ମଚାରୀଙ୍କ ପକ୍ଷରୁ ସତର୍କ ସୂଚନା ଘୋଷଣା କରାଯାଉଛି ।

ପୋଡ଼ାମାରି ବନ ବିଭାଗର ହାତୀ ସ୍କୁଆର୍ଡ, ତାଲିମ ପ୍ରାପ୍ତ ହାତୀ ଟ୍ରାକରଙ୍କ ସମେତ ପାଟପୁର ଓ ଦିଗପହଣ୍ଡି ବନ  କର୍ମଚାରୀ ମିଳିତ ଭାବେ ପକ୍ଷରୁ ଜଙ୍ଗଲ ମଧ୍ୟକୁ ହାତୀ ଘଉଡାଇବା ପାଇଁ ରାତ୍ରୀକାଳୀନ ପାଟ୍ରୋଲିଂ କରାଯାଉଛି।  ବିଦ୍ୟୁତ ବିଭାଗ ଏବଂ ବନ ବିଭାଗ  ମିଳିତ ଭାବେ  ହାତୀ ଚଳପ୍ରଚଳ କରୁଥିବା ଅଞ୍ଚଳ ପ୍ରତି  ସ୍ଵତନ୍ତ୍ର ନଜର ରଖିବା ସହ ପ୍ରତିଦିନ ସେ ନିଜେ ମନିଟରିଂ କରୁଥିବା ରେଞ୍ଜର କହିଛନ୍ତି ।  ହାତୀପଲ ଦ୍ଵାରା ଫସଲ କ୍ଷୟକ୍ଷତି ସମ୍ପର୍କରେ ସମ୍ପୃକ୍ତ ଚାଷୀ କୃଷକ ଅନୁକମ୍ପା ଆପ୍ ଜରିଆରେ ଆବେଦନ କରିଛନ୍ତି । ତଦନ୍ତ କରାଯାଇ ସେମାନଙ୍କୁ ବନ ବିଭାଗ ପକ୍ଷରୁ ନିର୍ଦ୍ଧାରିତ କ୍ଷତିପୂରଣ ପ୍ରଦାନ କରାଯିବ ଏବଂ ଏଥି ପୂର୍ବରୁ କ୍ଷତିଗସ୍ତ ଚାଷୀ ଙ୍କୁ ବନ ବିଭାଗ ପକ୍ଷରୁ ଅନୁକମ୍ପା ମୂଳକ କ୍ଷତିପୂରଣ ଦିଆଯାଇଥିବା ରେଞ୍ଜର ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?