୧୧ କେଭି ବିଦ୍ୟୁତ୍‌ ତାରରେ ଲାଗି ଚାଲିଗଲା ମାଈହାତୀର ଜୀବନ

ନାକଟୀଦେଉଳ, ୧୮ା୮(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ରେଢାଖୋଲ ବନଖଣ୍ଡ ଘୋଷରାମାଳ ଫରେଷ୍ଟ ସେକ୍ସନର ଚରଡ଼ପଶି ଚହଟାପଦାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଏକ ମାଈହାତୀର ମୃତ୍ୟୁ ଘଟିଛି। ଶନିବାର ରାତିରେ ରାଞ୍ଚି-ବିଜୟୱାଡ଼ା ଜାତୀୟ ରାଜପଥର ରେଢାଖୋଲ-ନାକଟୀଦେଉଳ ରାସ୍ତା ପାର୍ଶ୍ୱରୁ ପ୍ରାୟ ୧ଶହ ମିଟର ଦୂରରେ ଏହି ଘଟଣା ଘଟିଛି।

ପ୍ରାପ୍ତ ସୂଚନା ଅନୁସାରେ ଗତ କିଛିଦିନ ହେଲା ଏକ ୫୦ଟିକିଆ ହାତୀପଲ ଏହି ଅଞ୍ଚଳକୁ ଆସି ଭାଗ ଭାଗ ହୋଇ ଏଣେତେଣେ ବୁଲୁଥିଲେ। ଶନିବାର ରାତିରେ ଏକ ୧୫ ଟିକିଆ ହାତୀପଲ ଚହଟାପଦାଠାରେ ଧାନ ଜମିରେ ପଶି ଉପଦ୍ରବ କରୁଥିଲେ। ବନ ବିଭାଗ କର୍ମଚାରୀ ସେମାନଙ୍କ ପିଛା କରିଥିଲେ। ଏହି ସମୟରେ ହାତୀପଲ ଚହଟାପଦା ଜଙ୍ଗଲରୁ ଜାତୀୟ ରାଜପଥ ପାର ହୋଇ ଅପରପାର୍ଶ୍ୱ ଜଙ୍ଗଲକୁ ଯାଉଥିବାବେଳେ ପାଖରେ ଯାଇଥିବା ୧୧କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଏକ ମାଈହାତୀର ଶୁଣ୍ଢ ଲାଗିଯିବାରୁ ଘଟଣାସ୍ଥଳରେ ଟଳି ପଡିଥିଲା।

ମୃତ ହାତୀ ନିକଟରେ ଅନ୍ୟ ହାତୀମାନେ ଦୀର୍ଘ ସମୟ ଧରି ଜଗି ରହିଥିଲେ। ହାତୀପଲଙ୍କ ପିଛା କରୁଥିବା ବନ କର୍ମଚାରୀମାନେ ଘଟଣା ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କୁ ସୂଚନା ଦେଇଥିଲେ। ଖବର ପାଇ ରେଢାଖୋଲ ବନଖଣ୍ଡ ଅଧିକାରୀ ଅରବିନ୍ଦ ମହାନ୍ତି, ସହକାରୀ ବନ ସଂରକ୍ଷକ ମାଳତୀଲତା ହାଁସଦା, ନାକଟୀଦେଉଳ ବନାଞ୍ଚଳ ଅଧିକାରୀ ଅଶ୍ୱିନୀ କୁମାର ବେହେରା ଘଟଣାସ୍ଥଳରେ ପହଞ୍ଚି ଥିଲେ।

ରବିବାର ସକାଳେ ବନ ବିଭାଗର ଅଧିକାରୀ ଏବଂ ରେଢାଖୋଲ ବିଦ୍ୟୁତ୍‌ ବିଭାଗ ଉପଖଣ୍ଡ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ମାଟି ଉପରୁ କମ୍‌ ଉଚ୍ଚତାରେ ୧୧କେଭି ତାର ଯାଇଥିବାରୁ ହାତୀର ମୃତ୍ୟୁ ଘଟିଲା ଓ ବିଦ୍ୟୁତ୍‌ ବିଭାଗର ଅବହେଳା ଏଥିପାଇଁ ଦାୟୀ ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି ।

ବ୍ୟବଚ୍ଛେଦ ପରେ ସେଠାରେ ହାତୀ ମୃତଦେହ ପୋତି ଦିଆଯାଇଛି। ମୃତ ମାଈହାତୀର ବୟସ ୧୫ ବର୍ଷ ହେବ। ହାତୀ ମୃତ୍ୟୁ ଘଟଣାର ତଦନ୍ତ କରାଯିବ ବୋଲି ରେଢାଖୋଲ ଡିଏଫ୍‌ଓ ମହାନ୍ତି କହିଛନ୍ତି। ହାତୀ ଚଲାପଥ ରାସ୍ତାରେ ଯାଇଥିବା ବିଦ୍ୟୁତ୍‌ ତାରଗୁଡ଼ିକୁ ଖୁବ୍‌ଶୀଘ୍ର ହଟାଇ କେବୁଲ ତାର ବିଛାଇବା ଦିଗରେ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି। ଏହି ଘଟଣାକୁ ମିଶାଇ ଗତ ୨ ମାସ ମଧ୍ୟରେ ରେଢାଖୋଲ ବନଖଣ୍ଡରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଟି ହାତୀର ମୃତ୍ୟୁ ଘଟିସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri