ରାଜରାସ୍ତାରେ ହାତୀ, ଲୋକେ ଆତଙ୍କିତ

ନିରାକାରପୁର,୫ା୧୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳରେ ହାତୀ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି। ମାତ୍ର ଏହାକୁ ରୋକିବାରେ ବନ ବିଭାଗ ସମ୍ପୂର୍ଣ୍ଣ ବିଫଳ ହୋଇଛି। ଏହି ହାତୀମାନେ କେତେବେଳେ ଗାଁଗଣ୍ଡାରେ ପ୍ରବେଶ କରୁଛନ୍ତି ତ ଆଉ କେତେବେଳେ ରାଜରାସ୍ତାରେ ଛିଡ଼ା ହେଉଛନ୍ତି। ଏହା ଦେଖି ସାଧାରଣ ଲୋକେ ଏବେ ଭୟ ଓ ଆଶଙ୍କା ମଧ୍ୟରେ କାଳାତିପାତ କରୁଛନ୍ତି। ଏହିଭଳି ଏକ ଦୃଶ୍ୟ ଶନିବାର ସନ୍ଧ୍ୟାରେ ଶରଣକୂଳରୁ ପୁରୀ ଯାଇଥିବା ନୂଆ ଜଗନ୍ନାଥ ସଡ଼କ ଉପରେ ଦେଖିବାକୁ ମିଳିଥିଲା। ଗୋଟିଏ ହାତୀ ଦୀର୍ଘ ସମୟ ଧରି ରାସ୍ତା ଉପରେ ଠିଆ ହୋଇ ରହିବାରୁ ଉଭୟ ପାର୍ଶ୍ୱରେ ଗାଡ଼ିମୋଟର ଅଟକି ରହିଥିଲା। ତେବେ ହାତୀଟି ଜଙ୍ଗଲ ଭିତରକୁ ପଶିଯିବା ପରେ ଗାଡ଼ିମୋଟର ଚଳାଚଳ ସ୍ବାଭାବିକ ହୋଇଥିଲା। ଖବର ପାଇ ଭୂଷଣ୍ଡପୁର ବନକର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏନେଇ ଫରେଷ୍ଟର ସିଧୁ ଚରଣ ସିଂଙ୍କୁ ପଚାରିବାରୁ ହାତୀଟି ଖଜୁରିଆ ମୁଣ୍ଡିଆକୁ ଚାଲିଯାଇଛି। ଏଥିପାଇଁ ବନକର୍ମଚାରୀ ସଜାଗ ଅଛନ୍ତି ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri