ବିଲୋପ ପଥେ ହାତୀ: ୧୦ ବର୍ଷରେ ୭୮୪ ମୃତ

ଭୁବନେଶ୍ୱର,୬ା୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜଙ୍ଗଲରେ ଥିବା ହାତୀଙ୍କ ଜୀବନ ଦିନକୁ ଦିନ ବିପନ୍ନ ହେବାରେ ଲାଗିଛି। ହାତୀ- ମଣିଷ ଲଢ଼େଇରେ ଏହି ବୃହତ୍‌ ପ୍ରାଣୀ ବଂଶ ବଳି ପଡ଼ିଯାଉଛନ୍ତି। ଯଦି ଏଭଳି ପରିସ୍ଥିତି ଲାଗି ରହିବ ତେବେ ଆଉ କିଛି ବର୍ଷ ମଧ୍ୟରେ ହାତୀବଂଶ ଲୋପ ପାଇଯିବ।
କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ୍‌ ମଙ୍ଗଳବାର ବିଧାନ ସଭାରେ ଦେଇଥିବା ସୂଚନା ଅନୁସାରେ ଗତ ୧୦ ବର୍ଷରେ ୭୮୪ ହାତୀଙ୍କର ଜୀବନ ଯାଇଛି। ବିଶେଷକରି ଗତ ୩ ବର୍ଷରେ ରାଜ୍ୟରେ ଥିବା ୩୫ଟି ବନଖଣ୍ଡରେ ୨୪୫ ହାତୀଙ୍କ ମୃତ୍ୟୁ ଘଟିଛି। ୨୦୧୯-୨୦ରେ ୮୨ଟି ହାତୀଙ୍କର ଜୀବନ ଯାଇଥିବାବେଳେ ୨୦୨୦-୨୧ରେ ୭୭ ଏବଂ ୨୦୨୧-୨୨ରେ ୮୬ ହାତୀଙ୍କ ମୃତ୍ୟୁ ହୋଇଛି। ଢେଙ୍କାନାଳ ବନଖଣ୍ଡରେ ସର୍ବାଧିକ ୩୫ଟି ହାତୀଙ୍କ ଜୀବନ ଯାଇଥିବା ବେଳେ ଅନୁଗୋଳ ୧୨, ଆଠଗଡ଼ ୧୧, ବାଲେଶ୍ୱର ୧୦, କଳାହାଣ୍ଡି ୧୧, କେନ୍ଦୁଝର ୨୧, ଖୋର୍ଦ୍ଧା ୧୧ , ସାତକୋଶିଆ ୧୨ ଏବଂ ଶିମିଳିପାଳ ଦକ୍ଷିଣ ବନଖଣ୍ଡରେ ସର୍ବାଧିକ ୧୧ଟି ହାତୀଙ୍କ ମୃତ୍ୟୁ ହୋଇଛି। ଏହାଛଡ଼ା ରାଜ୍ୟର ଅନ୍ୟାନ୍ୟ ବନଖଣ୍ଡରେ ମଧ୍ୟ ହାତୀ ମୃତ୍ୟୁ ହେଉଛି। ମନ୍ତ୍ରୀ କହିଛନ୍ତି ଯେ ୨୦୧୭ ମସିହା ଗଣନା ଅନୁସାରେ ରାଜ୍ୟର ୫୦ ବନଖଣ୍ଡରେ ମୋଟ ୧୯୭୬ ହାତୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri