ଗାଁରେ ବୁଲୁଛି ଗୋଠଛଡ଼ା ଦନ୍ତା

ଟେନ୍‌ସା,୧୭।୭(ଡ଼ି.ଏନ.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଚାଲିଛି ଗୋଠଛଡ଼ା ଦନ୍ତା। ଗୋଠଛଡ଼ା ଦନ୍ତା ହାତୀକୁ ଟ୍ରାଙ୍କୁଲାଇଜ କରୁନାହାନ୍ତି ବଣାଇ ବନବିଭାଗ। ଦିନରାତି ଗାଁରେ ଆତଙ୍କ ଚଳାଉ ଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି। ହାତୀଟି ଗାଁ ବୁଲୁଛି। ଏନେଇ ଲୋକେ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଘରେ ରହିଲେ ଦନ୍ତା ହାତୀ ଘର ଭାଙ୍ଗି ମଣିଷ ମାରୁଛି। ସ୍ଥାନୀୟ ଲୋକେ ଦଳ ହୋଇ ହାତୀକୁ ଘଉଡ଼ାଉଛନ୍ତି। ଏହିପରି ଦୃଶ୍ୟ ଦେଖିବାକୁ ମିଳୁଛି କୋଇଡା ବ୍ଲକର ପାଟମୁଣ୍ଡା, ମାଲଦା, କାଶିରା, କୋଇଡା ଗ୍ରାମପଞ୍ଚାୟତ ଅଞ୍ଚଳରେ।

ଥମିବାର ନାଁ ଧରୁନି ଗୋଠଛଡ଼ା ଦନ୍ତା ହାତୀର ଉତ୍ପାତ। ଏକ ସପ୍ତାହ ମଧ୍ୟରେ ଦୁଇ ଲୋକଙ୍କୁ ମାରିବା ସହ ଦୁଇ ଶିଶୁଙ୍କୁ ଆକ୍ରମଣ କରିବାକୁ ଗୁରୁତର ହୋଇଛନ୍ତି। ଏବେ ସେମାନେ ମୃତ୍ୟୁ ସହିତ ସଂଗ୍ରାମ କରୁଛନ୍ତି। ଏଣୁ ଅଞ୍ଚଳବାସୀ ଘରୁ ବାହାରୁ ନାହାନ୍ତି। ବାରମ୍ବାର ହାତୀ ଆକ୍ରମଣରେ ପ୍ରାଣହାନି ନେଇ ଅଞ୍ଚଳବାସୀ ହାତୀକୁ ଟ୍ରାଙ୍କୁଲାଇଜ କରିବା ପାଇଁ ବନ ବିଭାଗକୁ ଜଣାଇ ଆସୁଥିବା ବେଳେ ବିଭାଗୀୟ ଅଧିକାରୀମାନେ ଚୁପ। ଏଥିପ୍ରତି ଜିଲା କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେବାକୁ ଗ୍ରାମବାସୀମାନେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri