ଗାଁରେ ବୁଲୁଛି ଗୋଠଛଡ଼ା ଦନ୍ତା

ଟେନ୍‌ସା,୧୭।୭(ଡ଼ି.ଏନ.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଚାଲିଛି ଗୋଠଛଡ଼ା ଦନ୍ତା। ଗୋଠଛଡ଼ା ଦନ୍ତା ହାତୀକୁ ଟ୍ରାଙ୍କୁଲାଇଜ କରୁନାହାନ୍ତି ବଣାଇ ବନବିଭାଗ। ଦିନରାତି ଗାଁରେ ଆତଙ୍କ ଚଳାଉ ଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି। ହାତୀଟି ଗାଁ ବୁଲୁଛି। ଏନେଇ ଲୋକେ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଘରେ ରହିଲେ ଦନ୍ତା ହାତୀ ଘର ଭାଙ୍ଗି ମଣିଷ ମାରୁଛି। ସ୍ଥାନୀୟ ଲୋକେ ଦଳ ହୋଇ ହାତୀକୁ ଘଉଡ଼ାଉଛନ୍ତି। ଏହିପରି ଦୃଶ୍ୟ ଦେଖିବାକୁ ମିଳୁଛି କୋଇଡା ବ୍ଲକର ପାଟମୁଣ୍ଡା, ମାଲଦା, କାଶିରା, କୋଇଡା ଗ୍ରାମପଞ୍ଚାୟତ ଅଞ୍ଚଳରେ।

ଥମିବାର ନାଁ ଧରୁନି ଗୋଠଛଡ଼ା ଦନ୍ତା ହାତୀର ଉତ୍ପାତ। ଏକ ସପ୍ତାହ ମଧ୍ୟରେ ଦୁଇ ଲୋକଙ୍କୁ ମାରିବା ସହ ଦୁଇ ଶିଶୁଙ୍କୁ ଆକ୍ରମଣ କରିବାକୁ ଗୁରୁତର ହୋଇଛନ୍ତି। ଏବେ ସେମାନେ ମୃତ୍ୟୁ ସହିତ ସଂଗ୍ରାମ କରୁଛନ୍ତି। ଏଣୁ ଅଞ୍ଚଳବାସୀ ଘରୁ ବାହାରୁ ନାହାନ୍ତି। ବାରମ୍ବାର ହାତୀ ଆକ୍ରମଣରେ ପ୍ରାଣହାନି ନେଇ ଅଞ୍ଚଳବାସୀ ହାତୀକୁ ଟ୍ରାଙ୍କୁଲାଇଜ କରିବା ପାଇଁ ବନ ବିଭାଗକୁ ଜଣାଇ ଆସୁଥିବା ବେଳେ ବିଭାଗୀୟ ଅଧିକାରୀମାନେ ଚୁପ। ଏଥିପ୍ରତି ଜିଲା କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେବାକୁ ଗ୍ରାମବାସୀମାନେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୃତ୍ୟାଶା ସମ୍ମାନ ୨୦୨୬: ପଦ୍ମଶ୍ରୀ ଗୁରୁ ଦୁର୍ଗାଚରଣ ରଣବୀର ସମ୍ମାନୀତ

ଭୁବନେଶ୍ୱର,୧୭।୮: ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତର ପ୍ରଚାର, ପ୍ରସାର ଏବଂ ଏହାର ଅମୂଲ ପରମ୍ପରାର ସୁରକ୍ଷା ପାଇଁ ନିରନ୍ତର କାର୍ଯ୍ୟରତ ଅନୁଷ୍ଠାନ ‘ନୃତ୍ୟାଶା’ ପକ୍ଷରୁ ଆୟୋଜିତ ଅଷ୍ଟମ…

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଧର୍ମଶାଳାରେ ବିଧାୟକ….

ଧର୍ମଶାଳା,୧୭ା୮(ଶିବ ପ୍ରସାଦ ମହାନ୍ତି): ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ…

ବ୍ରିଜ୍‌ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ…

ବାଲେଶ୍ବରରୁ ୧୮୦ କି.ମି. ଦୂରରେ ରହିଛି ଅବପାତ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଅବପାତ ବାଂଲାଦେଶର ସାତଖିରାଠାରୁ ପ୍ରାୟ ୮୦ କିମି ପଶ୍ଚିମ-ଦକ୍ଷିଣପଶ୍ଚିମ, ପଶ୍ଚିମବଙ୍ଗର ବାଙ୍କୁଡ଼ାଠାରୁ ୧୬୦ କିମି…

ସିଂହ ରାଶିରେ ସୂର୍ଯ୍ୟଙ୍କ ଗୋଚର, ମେଷ-ମକର ସମେତ ୫ ରାଶିର ଚମକିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଆଜି ସକାଳ ୮ଟା ୩ ମିନିଟ୍‌ରେ ନିଜ ସ୍ୱରାଶି ସିଂହରେ ପ୍ରବେଶ କରିଛନ୍ତି। ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ସୂର୍ଯ୍ୟ ସିଂହ ରାଶିରେ…

ଆମ୍ବ ବଗିଚାରୁ ମିଳିଲା ଗର୍ଭବତୀ ପ୍ରେମିକାଙ୍କ ମୃତଦେହ, ୨ ପ୍ରେମିକ ଗିରଫ

କାନପୁର,୧୭।୮: ଉତ୍ତରପ୍ରଦେଶ କାନପୁରର ଘଟମପୁରରେ ଜଣେ ଗର୍ଭବତୀ ଯୁବତୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଏକ ଆମ୍ବ ବଗିଚାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ମହିଳାଙ୍କ ପରିବାର ଯୁବତୀଙ୍କ…

ତେଜୁଛି ବନ୍ୟା ରାଜନୀତି; ‘ଇନ୍ଦ୍ରଙ୍କ ସହ କଥା ହେଉଥିଲେ କି ନବୀନ’, ପଚାରିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର,୧୭ା୮: ରାଜ୍ୟର ଅନେକ ସ୍ଥାନରେ ଲଗାଣ ବର୍ଷା ସାଙ୍ଗକୁ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଏହାକୁ ନେଇ ରାଜନୀତି ମଧ୍ୟ ସରଗରମ ହୋଇଛି । ସହରାଞ୍ଚଳରେ କୃତ୍ରିମ…

ବକେୟା ବିଲ୍ ପୈଠ କଲାନି ପଞ୍ଚାୟତ; ବିଦ୍ୟୁତ କାଟିଲା ବିଭାଗ, ରାଶନ ହିତାଧିକାରୀ ହନ୍ତସନ୍ତ

ମୋହନା,୧୭ା୮( ମନ୍ମଥ ମିଶ୍ର ): ବିଦ୍ୟୁତ ବକେୟା ପାଇଁ ପଞ୍ଚାୟତର ବିଦ୍ୟୁତ ସଂଯୋଗ କାଟିଲା ବିଦ୍ୟୁତ ବିଭାଗ । ଆଉ ବିଦ୍ୟୁତ ନଥିବାରୁ ଠପ୍‌ ହୋଇଗଲା ରାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri