ରାସ୍ତାରେ ବୁଲୁଛି ଗୋଠଛଡ଼ା ଦନ୍ତା

ବାରିପଦା ଅଫିସ/ବୈଶିଙ୍ଗା,୧୨ା୭: ଝାଡ଼ଖଣ୍ଡି ଓ ଶିମିଳିପାଳ ହାତୀପଲ ମୟୂରଭଞ୍ଜ ଜିଲାର ଗାଁ ଗଣ୍ଡାରେ ପଶି ଉତ୍ପାତ ଚଳାଇଛନ୍ତି। କରଞ୍ଜିଆ ଓ ବାରିପଦା ବନଖଣ୍ଡ ଅଞ୍ଚଳରେ ହାତୀପଲ ପ୍ରବେଶ କରି ବ୍ୟାପକ କ୍ଷୟକ୍ଷତି ଘଟାଇଛନ୍ତି। ୫ଦିନ ମଧ୍ୟରେ ୧୦ରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଥିବା ସୂଚନା ମିଳିଛି। ହାତୀପଲ ଦିନ ତମାମ ଗ୍ରାମ ଜଙ୍ଗଲରେ ରହୁଥିବା ବେଳେ ସନ୍ଧ୍ୟାରେ ଜନବସତି ମୁଁହା ହେବା ସହ ରାସ୍ତାରେ ଘୁରି ବୁଲୁଥିବାରୁ ଲୋକେ ଆତଙ୍କିତ ହୋଇପଡ଼ିିଛନ୍ତି। ଘର ଭାଙ୍ଗିଥିବା ଲୋକମାନଙ୍କୁ କ୍ଷତିପୂରଣ ଦିଆଯିବ ବୋଲି କରଞ୍ଜିଆ ବନଖଣ୍ଡ ଅଧିକାରୀ ଲାଡେ ଗଜାନନ ପ୍ରକାଶ କରିଛନ୍ତି।
୫ଦିନ ପୂର୍ବରୁ ଝାଡ଼ଖଣ୍ଡରୁ ଆସିଥିବା ହାତୀପଲରେ ୧୮ଟି ହାତୀ ଥିବା ବେଳେ ଶନିବାର ରାତିରେ ଆଉ ୬ଟି ହାତୀ ଆସିଛନ୍ତି। ବିଭିନ୍ନ ଦଳରେ ବିଭକ୍ତ ହୋଇ ମହୁଲିଆସୁଳି, ରାଉତାଲିପାଟ, ହଳଦିଆ, କାଶିଆ ପୋଖରିଆ, ଶିରମଣିପୁର, ଘରମାବେଡା,ସୁନାପୋଷି ଅଞ୍ଚଳରେ ଉପଦ୍ରବ ଜାରି ରଖିଛନ୍ତି। ରବିବାର ବିଳମ୍ବିତ ରାତିରେ ମହୁଲିଆସୁଳି ଗ୍ରାମର ୩ଟି, କାଶୀପାଳର ଗୋଟିଏ ଘର ଭାଙ୍ଗି ଧାନଚାଉଳ ଖାଇଛନ୍ତି। ହାତୀ ଭୟରେ ଲୋକେ ଘର ଛାଡ଼ି ପଳାଉଛନ୍ତି। ଶିମିଳିପାଳରୁ ଆସିଥିବା ଏକ ଗୋଠଛଡ଼ା ଦନ୍ତା ବେତନଟୀ ରେଞ୍ଜ ଅଞ୍ଚଳରେ ଦୀର୍ଘ ଦିନ ହେଲା ଉତ୍ପାତ ଚଳାଇଛି। ସୋମବାର ପୂର୍ବାହ୍ନରେ ବୈଶିଙ୍ଗା-ମାଣତ୍ରୀ ରାସ୍ତାର କ୍ଷୀରପଦାଠାରେ ଉକ୍ତ ଗୋଠଛଡ଼ା ଦନ୍ତା ଚଳପ୍ରଚଳ କରୁଥିବାରୁ ସାଧାରଣ ଯାତାୟାତ ବନ୍ଦ ରହିଥିଲା। ପଥଚାରୀ ଓ ଅଞ୍ଚଳବାସୀ ତାକୁ ଘଉଡ଼ାଇବା ପାଇଁ ଚେଷ୍ଟା କରୁଥିବା ବେଳେ ସେ ଉତ୍‌କ୍ଷୀପ୍ତ ହୋଇ ପଡ଼ିଥିବା ଦେଖିବାକୁ ମିଳିଥିଲା। ଖବର ପାଇ ବୈଶିଙ୍ଗା ବନପାଳ ହିମାଂଶୁ କୁମାର ମହାନ୍ତ, ବନରକ୍ଷୀ ଜୟନ୍ତୀ ପାତ୍ର, ବେତନଟୀ ରେଞ୍ଜର ଘନଶ୍ୟାମ ସିଂ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ହାତୀର ଗତିବିଧି ଉପରେ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri