ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ:  ଯୁବକଙ୍କ ମୃତ୍ୟୁ

ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରେ।
ସୂଚନା ଅନୁଯାୟୀ, ଉକ୍ତ ରେଞ୍ଜ ଅଞ୍ଚଳରେ ୩୪ଟି ହାତୀ ଥିବା ବେଳେ ଉକ୍ତ ରେଞ୍ଜ ଅଧୀନ ଭଦ୍ରାଶୋଳ ଗ୍ରାମର ରଘୁ ମାର୍ଣ୍ଡି  ମଙ୍ଗଳବାର ରାତି ରେ ଘର ପଛ ବାଡ଼ିକୁ ଶୌଚ ହେବାକୁ ଯାଇଥିଲେ। ଶୌଚ ହେବା ସମୟରେ ଏକ ଦନ୍ତା ହାତୀ ରଘୁଙ୍କୁ ଆକ୍ରମଣ କରିଥିଲା। ହାତୀଟି ଦାନ୍ତରେ ରଘୁଙ୍କ ମୁଁହ ଓ ମୁଣ୍ଡରେ ଭୁସି ରକ୍ତାକ୍ତ କରିଥିଲା। ତେବେ ରଘୁ ରାତିରେ ଘରକୁ ନ ଫେରିବାରୁ ଆଜି ସକାଳେ ପରିବାର ଲୋକେ ଖୋଜାଖୋଜି କରିବାରୁ ରଘୁଙ୍କ ମୃତଦେହ ଘର ପଛ ବାଡ଼ିରେ ପଡିଥିବାର ଦେଖିଥିଲେ। ଖବର ପାଇ ଫୋରେଷ୍ଟର ମାଳତୀଲତା ସିଂ ଏବଂ ବନବିଭାଗ କର୍ମଚାରୀ ମୃତଦେହକୁ ଜବତ କରି ରାସଗୋବିନ୍ଦପୁର ଗୋଷ୍ଠୀ ସ୍ବାାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇବା ସହିତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।
ସରପଞ୍ଚ ମନୋରଞ୍ଜନ ସିଂ, ସମିତି ସଭ୍ୟା ମମତା ମହାନ୍ତି, ଜିଲା ପରିଷଦ ଶ୍ୟାମଶୁନ୍ଦର ଡାକୁଆ ଯୁବ ସମାଜସେବୀ ଉତ୍ତମ ମହାନ୍ତି ଘଟଣାସ୍ଥଳରେ ପହଞ୍ଚି ପରିବାର ଲୋକଙ୍କୁ ସାନ୍ତ୍ୱନା ପ୍ରଦାନ କରିବା ସହିତ ହାତୀ ସମସ୍ୟାର ସ୍ଥାୟୀ ସମଧାନ ଏବଂ ପରିବାର ଲୋକଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି କରିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ସେରିଗୁମାଠାରେ ଭାଜପାର ମିଶ୍ରଣ ପର୍ବ: ବିଭିନ୍ନ ଦଳ ଛାଡ଼ି ପଦ୍ମ ଧରିଲେ ୨୦୦ କର୍ମୀ

କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

CJP ଆନ୍ଦୋଳନକୁ ନେଇ ମମତାଙ୍କ ବଡ଼ ଘୋଷଣା, ବିରୋଧୀ ହେଲେ କାବା!

ନୂଆଦିଲ୍ଲୀ,୨୧।୭: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (TMC) ପ୍ରମୁଖ ମମତା ବାନାର୍ଜୀ ଦଳର ବିଦ୍ରୋହୀ ନେତାମାନଙ୍କ ଉପରେ ଏପର୍ଯ୍ୟନ୍ତର ସବୁଠାରୁ କଡ଼ା ଆକ୍ରମଣ କରିଛନ୍ତି। ସେ ସ୍ପଷ୍ଟ ଶବ୍ଦରେ…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ଭିଟାମାଟି ଛାଡ଼ିଲେ ନାହିଁ ଗ୍ରାମବାସୀ: ଅସ୍ତ୍ର ଶସ୍ତ୍ର ପୂଜାର୍ଚ୍ଚନା କରି ନେଲେ ଶପଥ, ପ୍ରଶାସନ ନାକେଦମ

ବଲାଙ୍ଗୀର, ୨୧।୭ ( ସୁନିଲ କୁମାର ମହାନ୍ତି): ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ସକାଳୁ ଜିଲା ପ୍ରଶାସନ ପକ୍ଷରୁ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ…

ଆନ୍ଦୋଳନ ଭିତରେ ବଡ଼ ଖବର: କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ମାନିନେଲେ ୨ ଦାବି…

ନୂଆଦିଲ୍ଲୀ,୨୧।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ପ୍ରଦର୍ଶନ ମଧ୍ୟରେ ମଙ୍ଗଳବାର ଦିନ ବହୁ ସଂଖ୍ୟାରେ ଭାରତ-ଆମେରିକା ମଧ୍ୟରେ ପ୍ରସ୍ତାବିତ ଟ୍ରେଡ୍ ଡିଲ୍ (ବ୍ୟବସାୟିକ ଚୁକ୍ତି)…

ବିଜୟଙ୍କ ଶେଷ ଚଳଚ୍ଚିତ୍ର ନୁହେଁ ‘ଜନ ନାୟକନ’! ମୁଖ୍ୟମନ୍ତ୍ରୀ ହେବା ପରେ ବି ଜାରି ରହିବ ଅଭିନୟ? ସସପେନ୍ସ ବଢାଇଲେ…

ମୁମ୍ବାଇ: ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ଅଭିନେତା ଥଲାପତି ବିଜୟଙ୍କ ଚଳଚ୍ଚିତ୍ର ‘ଜନ ନାୟକନ’ ଉପରେ ଦୀର୍ଘ ସମୟରୁ କଟକଣା ଲାଗି ରହିଥିଲା। ଏହି ଚଳଚ୍ଚିତ୍ରଟି ଏହି ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri