କଟକ OMPରୁ କନ୍ଦରପୁର ପର୍ଯ୍ୟନ୍ତ ଏଲିଭେଟେଡ୍ କରିଡର: ଖର୍ଚ୍ଚ ହେବ ୬୪୦ କୋଟି ଟଙ୍କା

ଭୁବନେଶ୍ୱର,୨୭।୭: କଟକ ସହରରେ ଯାତାୟାତ ସମସ୍ୟା ଓ ଭିଡ଼କୁ ଦୃଷ୍ଟିରେ ରଖି OMP ଛକଠାରୁ କନ୍ଦରପୁର ପର୍ଯ୍ୟନ୍ତ ଏକ ଏଲିଭେଟେଡ୍ କରିଡର ନିର୍ମାଣ ପାଇଁ ନିଷ୍ପତି ନିଆଯାଇଛି। ଏହି ସୂଚନା ଦେଇଛନ୍ତି କଟକ ଲୋକସଭା ସାଂସଦ ଭର୍ତ୍ତୃହରି ମହତାବ। ସାଂସଦ ମହତାବ କହିଛନ୍ତି, “ଏହି ପ୍ରକଳ୍ପ ସମ୍ପର୍କରେ କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରିଙ୍କ ସହ ଆଲୋଚନା ହୋଇଛି। ଡିଟେଲ୍‌ଡ ପ୍ରୋଜେକ୍ଟ ରିପୋର୍ଟ (ଡିପିଆର୍‌) ପ୍ରସ୍ତୁତ ହୋଇ ସରିଛି, ଏବଂ ଖୁବଶୀଘ୍ର ଏହାକୁ ମଞ୍ଜୁରୀ ମିଳିବ। ଆସନ୍ତା ୩ ମାସ ମଧ୍ୟରେ ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ।”

ଏହି ଏଲିଭେଟେଡ୍ କରିଡର ନିର୍ମାଣ ପାଇଁ ପ୍ରାୟ ୬୪୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ସାଂସଦ ମହତାବ ସୂଚନା ଦେଇଛନ୍ତି। ଏହି ପ୍ରକଳ୍ପ କଟକ ସହରର ଯାତାୟାତ ବ୍ୟବସ୍ଥାକୁ ସୁଗମ କରିବା ସହ ଟ୍ରାଫିକ ଜାମ୍‌ର ସମସ୍ୟା ହ୍ରାସ କରିବ। ଏହା ସହରର ଅର୍ଥନୈତିକ ବିକାଶରେ ମଧ୍ୟ ସହାୟକ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୩୩ ମାସ ପରେ ମା’କୁ ଫେରି ପାଇଲା ପୁଅ

ଝାରସୁଗୁଡ଼ା,୨୦।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ମାର୍ଗଦର୍ଶନରେ ପରିଚାଳିତ ‘ସ୍ନେହ ସେତୁ’ ପଦକ୍ଷେପ ମାଧ୍ୟମରେ ସୋମବାର ପୁଣି ଏକ ବିଚ୍ଛିନ୍ନ ପରିବାର...

ବିରାଟ-ରୋହିତଙ୍କୁ ବଡ଼ ଝଟକା ଦେବ BCCI! ଜାଡେଜାଙ୍କୁ ହେବ ଫାଇଦା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୦।୧: ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡ ବିପକ୍ଷରେ ଏକଦିବସୀୟ ସିରିଜ ହାରିଗଲା। ଏହି ପରାଜୟ ଦଳ ପରିଚାଳନା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଏହି ସମୟରେ, ବିସିସିଆଇ...

ରାଜସ୍ବ ବିଭାଗର ବିଜ୍ଞପ୍ତି, ଓଡ଼ିଶାରେ ଏହି ତାରିଖରୁ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର, ୨୦|୧:  ଜନଗଣନା ନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ...

ନବବିବାହିତାଙ୍କୁ ନିର୍ଯାତନା, ଦିବ୍ୟାଙ୍ଗ ବାପାଙ୍କୁ ମାଡ଼

ବଳଙ୍ଗା,୨୦ା୧(କେଦାରେଶ୍ୱର ନନ୍ଦ): ଅଧିକ ଯୌତୁକ ଦାବିରେ ବଳଙ୍ଗା ଥାନା ଅଧୀନ ସମେଇପୁର ଗ୍ରାମରେ ଜଣେ ନବବିବାହିତାଙ୍କୁ ନିର୍ଯାତନା ଦିଆଯିବା ସହ ତାଙ୍କ ଦିବ୍ୟାଙ୍ଗ ବାପାକୁ ମାଡ଼...

ଭାରତୀୟ ରେଳବାଇର ନୂଆ ନିୟମ, ଟ୍ରେନରେ ଅଧିକ ଘିଅ ନେଇ ଯାତ୍ରା କଲେ ଜେଲ୍…

ନୂଆଦିଲ୍ଲୀ,୨୦।୧: ଯାତ୍ରୀଙ୍କ ପାଇଁ ଭାରତୀୟ ରେଳବାଇର ଅନେକ ନିୟମ ରହିଛି । କିଛି ନିୟମ ବିଷୟରେ ଅବଗତ ହେବା ଉଚିତ, କାରଣ ଏକ ଛୋଟ ଭୁଲ...

ପ୍ରତିଶ୍ରୁତିରୁ ଓହରିଲା କମ୍ପାନୀ, ଗ୍ରାମବାସୀଙ୍କ ହୋହଲ୍ଲା, ଲୋକଙ୍କୁ ବୁଝାଇ ବିଡିଓ କହିଲେ…

କେନ୍ଦୁଝର,୨୦।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ବ୍ଲକ କୋଦଗାଡିଆଠାରେ ଥିବା ବସୁଧା ଯୋଜନାର ପ୍ରକଳ୍ପ ନିର୍ମାଣ ସମୟରେ ଅନୁଷ୍ଠିତ ପଲ୍ଲୀସଭାରେ ଦେଇଥିବା ପ୍ରତିଶ୍ରୁତିରୁ କମ୍ପାନୀ ଓହରିଯିବାରୁ...

ନୀତିନ ନବୀନ ମୋ ବସ୍‌, ମୁଁ ଜଣେ….ଭାବପ୍ରବଣ କରିଦେଲେ ମୋଦି

ନୂଆଦିଲ୍ଲୀ,୨୦।୧: ନୀତିନ ନବୀନ ମଙ୍ଗଳବାର ଆନୁଷ୍ଠାନିକ ଭାବରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦ ଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି,ଭାଜପା ଏପରି ଏକ...

ନବୀନଙ୍କ ଆଗରେ ବଡ଼ ଚ୍ୟାଲେଞ୍ଜ: ପ୍ରଥମ ବର୍ଷ ସାମ୍ନା କରିବେ….

ନୂଆଦିଲ୍ଲୀ,୨୦।୧: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସବୁଠାରୁ ଯୁବ ଜାତୀୟ ସଭାପତି ଭାବରେ ନୀତିନ ନବୀନଙ୍କୁ ନିର୍ବାଚିତ କରି ଇତିହାସରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri