Posted inଜାତୀୟ

ହାରିଗଲେ ଯୋଗୀ ସରକାରଙ୍କ ୧୧ ହେଭିଓ୍ବେଟ

ଲକ୍ଷ୍ନୌ,୧୨।୩: ୨୭୩ ସିଟ ପାଇ ଉତ୍ତରପ୍ରଦେଶରେ ଭାଜପା ମେଣ୍ଟ ଦ୍ୱିତୀୟ ଥର ପାଇଁ କ୍ଷମତାକୁ ଆସିଛି। ହେଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରରେ ଥିବା ୧୧ଜଣ କ୍ୟାବିନେଟ ମନ୍ତ୍ରୀ ନିର୍ବାଚନରେ ପରାସ୍ତ ହୋଇଛନ୍ତି।

ନିର୍ବାଚନ କମିଶନଙ୍କ ଓ୍ବେବ୍‌ସାଇଟରେ ଦିଆଯାଇଥିବା ତଥ୍ୟ ଅନୁଯାୟୀ, ଘୋଷିତ ୪୦୩ ଆସନ ମଧ୍ୟରୁ ଭାଜପା ୨୫୫ଟି ଆସନ ପାଇଥିବା ବେଳେ ସହଯୋଗୀ ଅପ୍‌ନା ଦଳ (ଏସ୍‌) ୧୨ ଏବଂ ନିଶାଦ ପାର୍ଟି ୬ ଆସନ ଜିତିଛି। ସେହିପରି ସମାଜବାଦୀ ପାର୍ଟି ୧୧୦ ଆସନ ଜିତିଥିବାବେଳେ ସହଯୋଗୀ ଆର୍‌ଏଲ୍‌ଡି ୮ ଏବଂ ଏସ୍‌ବିଏସ୍‌ପି ୬ ଆସନ ଜିତିବାରେ ସକ୍ଷମ ହୋଇଛି। କଂଗ୍ରେସ ୨ଟି ଆସନରେ ଅଟକି ଥିବା ବେଳେ ବିଏସ୍‌ପି ଗୋଟିଏ ସିଟରେ ବିଜୟୀ ହୋଇଛି।

ପୂର୍ବ ସରକାରରେ ଉପମୁଖ୍ୟମନ୍ତ୍ରୀ ଥିବା କେଶବ ପ୍ରସାଦ ମୌର୍ଯ୍ୟ ସିରଥୁ ଆସନରେ ସମାଜବାଦୀ ପାର୍ଟିର ସହଯୋଗୀ ଅପ୍‌ନା ଦଳ(କେ)ର ପଲ୍ଲଭି ପଟେଲଙ୍କଠାରୁ ହାରିଯାଇଛନ୍ତି। ସେହିପରି ଆଖୁ ମନ୍ତ୍ରୀ ସୁରେଶ ରଣା ଥାନା ଭବନ ଆସନରୁ ହାରିଥିବା ବେଳେ ଛତ୍ରପାଳ ସିଂ ଗଙ୍ଗଓ୍ବାର ବାହେରି ଆସନରୁ ପରାଜିତ ହୋଇଛନ୍ତି।

ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରାଜେନ୍ଦ୍ର ପ୍ରତାପ ସିଂ ପତ୍ତି ଆସନରେ ଏସ୍‌ପି ପ୍ରାର୍ଥୀ ରାମ ସିଂଙ୍କଠାରୁ ହାରିଯାଇଛନ୍ତି। ମନ୍ତ୍ରୀ ଚନ୍ଦ୍ରିକା ପ୍ରସାଦ ଉପାଧ୍ୟାୟ ଏସ୍‌ପି ପ୍ରାର୍ଥୀ ଅନିଲ କୁମାରଙ୍କଠାରୁ ପରାଜିତ ହୋଇଥିବା ବେଳେ ଆନନ୍ଦ ସ୍ବରୂପ ଶୁକ୍ଳା ବରିୟା ଆସନରୁ ଏସ୍‌ପିର ଜୟପ୍ରକାଶ ଅଞ୍ଚଲ୍‌ଙ୍କଠାରୁ ହାରିଛନ୍ତି। ସେହିପରି ମନ୍ତ୍ରୀ ଉପେନ୍ଦ୍ର ତିଓ୍ବାରି, ରାନବେନ୍ଦ୍ର ସିଂ ଧୁନ୍ନି, ଲଖନ ସିଂ ରାଜପୁତ୍‌, ସତୀଶ ଚନ୍ଦ୍ର ଦ୍ୱିବେଦୀ, ସଙ୍ଗୀତା ବଲଓ୍ବନ୍ତ ମଧ୍ୟ ପରାଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri