ରାଜ୍ୟରେ ୧୧ ସାଇବର ଅପରାଧ ଥାନା ଖୋଲିବ

ଭୁବନେଶ୍ୱର,୧୫ା୧୨(ବ୍ୟୁରୋ): ସାଇବର ଅପରାଧ ଏବେ ସାରା ବିଶ୍ବରେ ଚିନ୍ତାର କାରଣ ହେଇଛି। ଦେଶ ତଥା ଓଡ଼ିଶାରେ ମଧ୍ୟ ସାଇବର ଅପରାଧର ଅନେକ ଘଟଣା ଦୃଷ୍ଟିକୁ ଆସୁଛି। ବ୍ୟାଙ୍କ ଦେଣନେଣ ତଥା ଜଟିଳ ଡିଜିଟାଲ ଦେଣନେଣରେ ସାଇବର ଅପରାଧ ଅଧିକ ଭାବରେ ସମ୍ପୃକ୍ତ। ଏସବୁ ଅପରାଧର ଯଥାର୍ଥ ଅନୁସନ୍ଧାନ ଓ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଜ୍ଞାନ ଓ ଦକ୍ଷତା ଆବଶ୍ୟକ। ତେଣୁ ସାଇବର ଅପରାଧ ତଥା ତଜ୍ଜନିତ ଆର୍ଥିକ ଅପରାଧକୁ ରୋକିବା ତଥା ଏଭଳି ଅପରାଧର ଶିକାର ହୋଇଥିବା ଲୋକମାନେ ଯେପରି ଉପଯୁକ୍ତ ନ୍ୟାୟ ପାଇପାରିବେ, ତାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଏଥିପାଇଁ ୧୧ଟି ସ୍ବତନ୍ତ୍ର ଥାନା ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବର୍ତ୍ତମାନ ସମ୍ବଲପୁର, ରାଉରକେଲା ଓ ବ୍ରହ୍ମପୁରରେ କାର୍ଯ୍ୟ କରୁଥିବା ୩ ସାଇବର ଓ ଅର୍ଥନୈତିକ ଅପରାଧ ଥାନାକୁ ମିଶାଇ ମୋଟ ସାଇବର ଅପରାଧ ଥାନା ସଂଖ୍ୟା ୧୪ରେ ପହଞ୍ଚିଛି। ଏହି ୧୪ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନାଗୁଡ଼ିକ ହେଲା- କଟକ, ଭୁବନେଶ୍ବର, କେନ୍ଦୁଝର, ସମ୍ବଲପୁର, ବ୍ରହ୍ମପୁର, ରାଉରକେଲା, ଅନୁଗୋଳ, ବାଲେଶ୍ବର, ମୟୂରଭଞ୍ଜ, ପୁରୀ, କୋରାପୁଟ, ଭବାନୀପାଟଣା, ବଲାଙ୍ଗୀର ଓ କନ୍ଧମାଳ। ଏହି ଥାନାଗୁଡ଼ିକରେ ନିଯୁକ୍ତି ପାଇଁ ପୋଲିସ ବିଭାଗରେ ୧୫୪ଟି ପଦବୀ ସୃଷ୍ଟି କରାଯାଇଛି। ସେମାନଙ୍କ ମଧ୍ୟରେ ୧୪ ଇନ୍ସପେକ୍ଟର, ୨୮ଟି ସବ୍‌ଇନ୍ସପେକ୍ଟର, ୨୮ ଏଏସ୍‌ଆଇ (ଯୋଗାଯୋଗ), ୨୮ କନଷ୍ଟେବଳ (ଯୋଗାଯୋଗ) ଓ ୫୬ କନଷ୍ଟେବଳ ପଦବୀ ଅନ୍ତର୍ଭୁକ୍ତ। ଏମାନଙ୍କ ବ୍ୟତୀତ ଫାଇନାନ୍ସ ଓ ଆକାଉଣ୍ଟ ଆନାଲିଷ୍ଟ, ଆଇଟି ଏକ୍ସପର୍ଟ ଓ ସାଇବର ଫରେନସିକ ଏକ୍ସପର୍ଟ ଭଳି ୯୦ ବିଶେଷଜ୍ଞଙ୍କୁ ମଧ୍ୟ ଏହି ଥାନାଗୁଡ଼ିକରେ ନିୟୋଜିତ କରାଯିବ ବୋଲି ଜଣାଯାଇଛି। ରାଜ୍ୟ ସାଇବର ତଥା ଆର୍ଥିକ ଅପରାଧ ରୋକିବାରେ ଏହା ସହାୟକ ହେବା ସହିତ ଲୋକଙ୍କୁ ଶୀଘ୍ର ନ୍ୟାୟ ଦେବା ଦିଗରେ ଫଳପ୍ରଦ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?