ଅମାବାସ୍ୟା ରାତିରେ ଖୋଳୁଥିଲେ ଗୁପ୍ତଧନ: ଧରାପଡ଼ିଲେ ଗୁଣିଆ ସମେତ ୧୧

ବିଷମକଟକ,୯ା୯(ଡି.ଏନ୍‌.ଏ.): ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଅମାବାସ୍ୟା ରାତିରେ ଗୁପ୍ତଧନ ଖୋଳିବାକୁ ଯାଇଥିଲେ। ଗ୍ରାମବାସୀ ୧୧ ଜଣଙ୍କୁ କାବୁକରି ୨୦ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଅଟକ ରଖିଥିବା ଜଣାପଡ଼ିଛି। ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଡୁକୁମ ପଞ୍ଚାୟତର ଡେଡିପଡ଼ା ଗ୍ରାମରୁ ଆସିଛି ଏଭଳି ଖବର।
ସୂଚନା ଅନୁଯାୟୀ, ଡେଡ଼ିପଡ଼ା ଗ୍ରାମର କାଣିମାଣି ଠାକୁରାଣୀ ଝାଙ୍କିରି ମାଁଙ୍କ ପୀଠରେ ମଙ୍ଗଳବାର ରାତିରେ ଗୁଣିଆ ସମେତ ୧୧ ଜଣ ବ୍ୟକ୍ତି ଏକାଠି ହୋଇ ପୂଜାପାଠ କରିବା ସହ ସେଠାରେ ଥିବା ଏକ ଶିମିଳି ଗଛ ତଳେ ଗୁପ୍ତଧନ ଥିବା ଆଶାରେ ଖୋଳୁଥିଲେ। ଏହା ଜାଣିପାରି ଗ୍ରାମବାସୀ ସେମାନଙ୍କୁ କାବୁକରି ଗାଁ ଗୋଷ୍ଠୀ କେନ୍ଦ୍ରରେ ଅଟକ ରଖିଥିବା ଜଣାପଡ଼ିଛି। ସେହିପରି ସମ୍ପୃକ୍ତ ବ୍ୟକ୍ତିମାନେ ଆସିଥିବା ଏକ କାର୍‌(ଓଆର୍‌ ୦୨ ଏଡବ୍ଲ୍ୟୁ ୧୫୫୫) ଏବଂ ୩ ବାଇକ୍‌ ମଧ୍ୟ ଅଟକ ରଖାଯାଇଛି। ଅଟକ ରଖାଯାଇଥିବା ବ୍ୟକ୍ତିଙ୍କ ମଧ୍ୟରେ କଳାହାଣ୍ଡି ଜିଲା ଭବାନିପାଟଣାର ୩ ଜଣ, ବିଶ୍ୱନାଥପୁରର ୩, ରାୟଗଡ଼ା ଜିଲା ବିଷମକଟକ ଥାନା ଅଞ୍ଚଳର ୪ ଏବଂ ପଦ୍ମପୁର ବ୍ଲକ ଅଞ୍ଚଳର ଜଣେ ରହିଥିବା ଜଣାପଡ଼ିଛି। ମଙ୍ଗଳବାର ରାତିରୁ ସେମାନଙ୍କୁ ଅଟକ ରଖି ମାଡ ମାରିବା ସହ କଙ୍ଗାରୁ କୋର୍ଟରେ ହାଜର କରାଯାଇଥିବା ଜଣାପଡ଼ିଛି। ଏମିତିକି ସେମାନଙ୍କ ଠାରୁ ଗ୍ରାମବାସୀ ଟଙ୍କା ମଧ୍ୟ ମାଗିଥିବା ଜଣାପଡ଼ିଛି। ଗ୍ରାମରେ ଏକ ବୈଠକରେ ନିଷ୍ପତ୍ତି ପରେ ସମସ୍ତଙ୍କୁ ଛଡ଼ାଯିବ ବୋଲି ଗ୍ରାମବାସୀ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ମଙ୍ଗଳବାର ରାତିରୁ ସେମାନଙ୍କୁ ଅଟକ ରଖାଯାଇଥିଲେ ମଧ୍ୟ ବିଷମକଟକ ପୋଲିସ ବୁଧବାର ରାତିରେ ସେମାନଙ୍କୁ ଉଦ୍ଧାର କରିବା ପାଇଁ ଯାଇଥିଲେ ମଧ୍ୟ ସଫଳ ନ ହୋଇ ଫେରିଆସିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri