ଏୟାରଲିଫ୍ଟ ହେଲେ ୧୧ ମତ୍ସ୍ୟଜୀବୀ

ବ୍ରହ୍ମପୁର ଅଫିସ,୯। ୫: ଗଞ୍ଜାମ ଜିଲା ସୁନାପୁର ନିକଟ ଗଭୀର ସମୁଦ୍ରରୁ ୧୧ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଅବସ୍ଥାରେ ଉଦ୍ଧାର କରାଯାଇଛି। କୋଷ୍ଟଗାର୍ଡର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଫସି ରହିିଥିବା ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରାଯାଇଛି।
ସୂଚନାଯୋଗ୍ୟ, ୧୧ ମତ୍ସ୍ୟଜୀବୀ ଏକ ଡଙ୍ଗାରେ ମାଛ ମାରିବାକୁ ସମୁଦ୍ର ଭିତରକୁ ଯାଇଥିଲେ। ଫେରିଲା ବେଳେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଡଙ୍ଗାଟି ସମୁଦ୍ରରେ ଅଟକି ରହିଥିଲା। ଅନ୍ୟପକ୍ଷେ ବାତ୍ୟା ଅସାନି ଯୋଗୁ ସମୁଦ୍ର ଅଶାନ୍ତ ରହିଥିବାରୁ ମତ୍ସ୍ୟଜୀବୀମାନେ ଉଦ୍ଧାର ପାଇଁ ପ୍ରଶାସନକୁ ନିବେଦନ କରିଥିଲେ। ପ୍ରଶାସନ ପକ୍ଷରୁ ଉଦ୍ଧାର ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ଏୟାରଲିଫ୍ଟ ମାଧ୍ୟମରେ ସୁରକ୍ଷିତ ଭାବେ ସମସ୍ତ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରାଯାଇଥିବା ପ୍ରଶାସନ ପକ୍ଷରୁ ଅବଗତ କରାଯାଇଛି।