Posted inଜାତୀୟ

ଜୟଶଙ୍କରଙ୍କ ସମେତ ୧୧ ନେତା ରାଜ୍ୟ ସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବେ

ନୂଆଦିଲ୍ଲୀ,୧୮ା୭: ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର, ତୃଣମୂଳ କଂଗ୍ରେସ ନେତା ଡେରେକ୍‌ ଓ’ବ୍ରାଏନ୍‌ଙ୍କ ସମେତ ୧୧ ଜଣ ନେତା ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ ହେବାକୁ ଯାଉଛନ୍ତି। ଶାସକ ଭାଜପା ଗୋଟିଏ ଆସନ ଅଧିକ ପାଇବା ସହ ରାଜ୍ୟ ସଭାରେ ଏହାର ଆସନ ସଂଖ୍ୟା ୯୩ ହେବାକୁ ଯାଉଛି। ଜୁଲାଇ ୨୪ରେ ରାଜ୍ୟ ସଭା ଭୋଟ ଥିବାବେଳେ ପଶ୍ଚିମବଙ୍ଗର ୬ ଆସନ, ଗୁଜରାଟର ୩ ଏବଂ ଗୋଆର ଗୋଟିଏ ଆସନ ପାଇଁ ଭୋଟ ହେବ ନାହିଁ। କାରଣ ଏହିସବୁ ଆସନରେ କେହି ବିରୋଧୀ ପ୍ରାର୍ଥୀ ନାହାନ୍ତି। ସୋମବାର ପ୍ରାର୍ଥତ୍ପତ୍ର ପ୍ରତ୍ୟାହାରର ଶେଷ ଦିନ ଥିଲା। ତୃଣମୂଳ କଂଗ୍ରେସରୁ ୬ ଏବଂ ଭାଜପାରୁ ୫ ପ୍ରାର୍ଥୀ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହେବାକୁ ଯାଉଛନ୍ତି। ଏହା ବ୍ୟତୀତ ପଶ୍ଚିମବଙ୍ଗର ଏକ ରାଜ୍ୟ ସଭା ଆସନ ପାଇଁ ଉପନିର୍ବାଚନ ହେଉଥିବାବେଳେ ଉକ୍ତ ଆସନ ମଧ୍ୟ ତୃଣମୂଳ ପ୍ରାର୍ଥୀ ଜିତିବାକୁ ଯାଉଛନ୍ତି। ଜୟଶଙ୍କର ଦ୍ୱିତୀୟ ଥର ପାଇଁ ରାଜ୍ୟ ସଭାକୁ ନିର୍ବାଚିତ ହେବେ। ତାଙ୍କ ବ୍ୟତୀତ ଗୁଜରାଟରୁ ଭାଜପାର ବାବୁଭାଇ ଦେଶାଇ, କେଶରିଦେବ ସିଂ ଝଲା, ପଶ୍ଚିମବଙ୍ଗରୁ ଅନନ୍ତ ମହାରାଜ ଏବଂ ଗୋଆରୁ ସଦାନନ୍ଦ ଶେଟ୍‌ ତାନାଭାଡେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବେ। ତୃଣମୂଳ କଂଗ୍ରେସରୁ ନିର୍ଦ୍ୱନ୍ଦ୍ୱରେ ଜିତୁଥିବା ପ୍ରାର୍ଥୀଙ୍କ ମଧ୍ୟରେ ଅଛନ୍ତି ଓ’ବ୍ରାଏନ, ସୁଖେନ୍ଦୁ ଶେଖର ରାୟ, ଡୋଲ ସେନ୍‌, ସାକେତ ଗୋଖଲେ, ସମିରୁଲ ଇସ୍‌ଲାମ ଏବଂ ପ୍ରକାଶ ବାରିକ।


Enter your email to get our daily news in your inbox.

All Right Reserved By Dharitri.Com

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଇସ୍ରାଏଲକୁ ସାଂଘାତିକ ଧମକ ଦେଲା ପାକିସ୍ତାନ, ନେତାନ୍ୟାହୁଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରି କହିଲା…

ଇସଲାମବାଦ,୨୮।୩: ଇରାନର ରାଜଧାନୀ ତେହେରାନରେ ପାକିସ୍ତାନୀ ଦୂତାବାସ ନିକଟରେ ଇସ୍ରାଏଲୀ-ଆମେରିକୀୟ ଆକ୍ରମଣର ରିପୋର୍ଟ ପରେ, ଇସଲାମାବାଦ ଇସ୍ରାଏଲକୁ ଏକ କଡ଼ା ଚେତାବନୀ ଦେଇଛି। ପାକିସ୍ତାନ କହିଛି ଯେ…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri