ଏହି ନାଁ ଧରି ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରିଥିଲେ ୧୧ଜଣ ସଦସ୍ୟ

ପୁରୀ,୧୪।୭: ୫ ଦଶନ୍ଧି ପରେ ଶେଷରେ ପୁରୀ ଶ୍ରୀମନ୍ଦିରର ରହସ୍ୟମୟ ରତ୍ନଭଣ୍ଡାର ଖୋଲିଲା। ପୂର୍ବ ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲିଥିଲା। ରତ୍ନଭଣ୍ତାର ଖୋଲିବା ପାଇଁ ମୋଟ ୧୧ଜଣ ସଦସ୍ୟ ଭିତରକୁ ଯାଇଥିଲେ। ଏନେଇ ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ୍‌ ବିଶ୍ୱନାଥ ରଥ କହିଛନ୍ତି, ମନ୍ଦିର ଭିତରକୁ ଠିକ ୧୨ଟାରେ ପ୍ରବେଶ କରିଲୁ, ମା’ ବିମଳା ଓ ଲକ୍ଷ୍ମୀଙ୍କ ଦର୍ଶନ କରି ଠିକ ୧ଟା ୨୮ରେ ବାହାର ରତ୍ନ ଭଣ୍ଡାର ଚାବି ଦ୍ୱାରା ଖୋଲିଲୁ। ପ୍ରଭୁ ଜଗନ୍ନାଥଙ୍କ ନାଁ ନେଇ ଭିତର ଭଣ୍ଡାରକୁ ପ୍ରବେଶ କଲୁ । ବାହାର ଭଣ୍ଡାର ଖୋଲିବା ପରେ ଭିଡିଓଗ୍ରାଫି କରି ଅନ୍ୟତ୍ର ସ୍ଥାନାନ୍ତର କଲ। ବାହାର ଭଣ୍ଡାର କାମ ସରିଲା ବେଳକୁ ପ୍ରାୟ ୩ ଘଣ୍ଟା ହୋଇଯାଇଥିଲା। ଭିତର ଭଣ୍ଡାର ସ୍ଥିତି ବିଶେଷ କିଛି ଖରାପ। ବହୁତ ଦିନ ଧରି ବନ୍ଦ ଥିବାରୁ କିଛି ସ୍ଥାନରେ ପଥର ଓ ଗୁଣ୍ଡ ଖସିଛି । ପୁଣି ୨ଟି ନୂଆ ତାଲା ପକାଇ ସିଲ କରାଗଲା। ଚାବି ଟ୍ରେଜେରୀରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।
ତେବେ ଭିତର ରତ୍ନଭଣ୍ଡାରରେ କ’ଣ ରହିଛି, ତାହା ଏବେ ସମସ୍ତଙ୍କ ମନରେ ପ୍ରଶ୍ନ ଉଙ୍କି ମାରୁଛି। ଏନେଇ ବିଶ୍ୱନାଥ ରଥ କହିଛନ୍ତି, ଭିତର ରତ୍ନଭଣ୍ଡାରର ତାଲା କାଟି ଭିତରେ ପ୍ରବେଶ କରିଥିଲେ ମଧ୍ୟ ସମୟ ଅଭାବରୁ ସେଠାରେ କ’ଣ ରହିଛି ତାହା ସ୍ପଷ୍ଟ ହୋଇନାହିଁ। ଭିତର ଓ ବାହାର ରତ୍ନଭଣ୍ଡାର ଭିତରେ ନୂଆ ତାଲା ପକାଯାଇଛି। ବାହୁଡା ଓ ସୁନାବେଶ ପରେ ପୁଣି ଦିନେ ଭିତର ରତ୍ନଭଣ୍ଡାର ଖୋଲି ସେଠାରେ ଥିବା ସାମଗ୍ରୀକୁ ସ୍ଥାନାନ୍ତର କରାଯିବ।
ସେହିପରି ଭିତର ଅବସ୍ଥା ଦେଖିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି, ଟ୍ରେଜେରିରୁ ଯେଉଁ ଚାବି ଆସିଥିଲା, ସେଥିରେ ତାଲା ଖୋଲି ପାରି ନ ଥିଲା। ଫଳରେ ଏସ୍‌ଓପି ଅନୁସାରେ ତାଲା ଭଙ୍ଗାଯାଇ ଭିତର ରତ୍ନଭଣ୍ଡାର ଖୋଲାଯାଇଥିଲା। ବାହାର ରତ୍ନଭଣ୍ଡାର ଅଳଙ୍କାର ଚାଙ୍ଗଡା ଘର ଏବଂ ଫୁଲ ଘରେ ହୋଇଥିବା ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର କରାଯିବା ପରେ ତାହାକୁ ସିଲ୍‌ କରାଯାଇଛି। ଭିତର ରତ୍ନଭଣ୍ଡାର ସିନ୍ଦୁକରେ ସୁନା ରହିଛି। ରଥଯାତ୍ରା ପରେ ତାହା ଗଣନା ହେବ ବୋଲି ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।
ମୁଖ୍ୟ ପ୍ରଶାସକ ଆହୁରି ମଧ୍ୟ କହିଛନ୍ତି, ଭିତର ଭଣ୍ଡାର ଅଳଙ୍କାର ଆଜି ଖୋଲାଗଲାନି। ବାହାର ଭଣ୍ଡାର ଅଳଙ୍କାର ସ୍ଥାନାନ୍ତରଣ କାମ ବହୁତ ସମୟ ଲାଗିଗଲା। କାଲି ବାହୁଡ଼ା ଯାତ୍ରା ଥିବାରୁ ଅନେକ ନୀତିକାନ୍ତି ରହିଛି। ତେଣୁ ବାହୁଡ଼ା, ସୁନାବେଶ ପରେ ରତ୍ନଭଣ୍ଡାର ଖୋଲିବା ନେଇ ଆଉ ଏକ ଦିନ ନିର୍ଦ୍ଧାରଣ କରାଯାଇ ଖୋଲାଯିବ। ଭିତର ଭଣ୍ଡାର ଅଳଙ୍କାରକୁ ଖଟଶେଯ ଘରକୁ ସ୍ଥାନାନ୍ତର କରାଯିବ। ଅଳଙ୍କାର ସ୍ଥାନାନ୍ତରଣ ପରେ ଏଏସଆଇ ରକ୍ଷଣାବେକ୍ଷଣ କାମ ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri