ଏହି ନାଁ ଧରି ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରିଥିଲେ ୧୧ଜଣ ସଦସ୍ୟ

ପୁରୀ,୧୪।୭: ୫ ଦଶନ୍ଧି ପରେ ଶେଷରେ ପୁରୀ ଶ୍ରୀମନ୍ଦିରର ରହସ୍ୟମୟ ରତ୍ନଭଣ୍ଡାର ଖୋଲିଲା। ପୂର୍ବ ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲିଥିଲା। ରତ୍ନଭଣ୍ତାର ଖୋଲିବା ପାଇଁ ମୋଟ ୧୧ଜଣ ସଦସ୍ୟ ଭିତରକୁ ଯାଇଥିଲେ। ଏନେଇ ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ୍‌ ବିଶ୍ୱନାଥ ରଥ କହିଛନ୍ତି, ମନ୍ଦିର ଭିତରକୁ ଠିକ ୧୨ଟାରେ ପ୍ରବେଶ କରିଲୁ, ମା’ ବିମଳା ଓ ଲକ୍ଷ୍ମୀଙ୍କ ଦର୍ଶନ କରି ଠିକ ୧ଟା ୨୮ରେ ବାହାର ରତ୍ନ ଭଣ୍ଡାର ଚାବି ଦ୍ୱାରା ଖୋଲିଲୁ। ପ୍ରଭୁ ଜଗନ୍ନାଥଙ୍କ ନାଁ ନେଇ ଭିତର ଭଣ୍ଡାରକୁ ପ୍ରବେଶ କଲୁ । ବାହାର ଭଣ୍ଡାର ଖୋଲିବା ପରେ ଭିଡିଓଗ୍ରାଫି କରି ଅନ୍ୟତ୍ର ସ୍ଥାନାନ୍ତର କଲ। ବାହାର ଭଣ୍ଡାର କାମ ସରିଲା ବେଳକୁ ପ୍ରାୟ ୩ ଘଣ୍ଟା ହୋଇଯାଇଥିଲା। ଭିତର ଭଣ୍ଡାର ସ୍ଥିତି ବିଶେଷ କିଛି ଖରାପ। ବହୁତ ଦିନ ଧରି ବନ୍ଦ ଥିବାରୁ କିଛି ସ୍ଥାନରେ ପଥର ଓ ଗୁଣ୍ଡ ଖସିଛି । ପୁଣି ୨ଟି ନୂଆ ତାଲା ପକାଇ ସିଲ କରାଗଲା। ଚାବି ଟ୍ରେଜେରୀରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।
ତେବେ ଭିତର ରତ୍ନଭଣ୍ଡାରରେ କ’ଣ ରହିଛି, ତାହା ଏବେ ସମସ୍ତଙ୍କ ମନରେ ପ୍ରଶ୍ନ ଉଙ୍କି ମାରୁଛି। ଏନେଇ ବିଶ୍ୱନାଥ ରଥ କହିଛନ୍ତି, ଭିତର ରତ୍ନଭଣ୍ଡାରର ତାଲା କାଟି ଭିତରେ ପ୍ରବେଶ କରିଥିଲେ ମଧ୍ୟ ସମୟ ଅଭାବରୁ ସେଠାରେ କ’ଣ ରହିଛି ତାହା ସ୍ପଷ୍ଟ ହୋଇନାହିଁ। ଭିତର ଓ ବାହାର ରତ୍ନଭଣ୍ଡାର ଭିତରେ ନୂଆ ତାଲା ପକାଯାଇଛି। ବାହୁଡା ଓ ସୁନାବେଶ ପରେ ପୁଣି ଦିନେ ଭିତର ରତ୍ନଭଣ୍ଡାର ଖୋଲି ସେଠାରେ ଥିବା ସାମଗ୍ରୀକୁ ସ୍ଥାନାନ୍ତର କରାଯିବ।
ସେହିପରି ଭିତର ଅବସ୍ଥା ଦେଖିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି, ଟ୍ରେଜେରିରୁ ଯେଉଁ ଚାବି ଆସିଥିଲା, ସେଥିରେ ତାଲା ଖୋଲି ପାରି ନ ଥିଲା। ଫଳରେ ଏସ୍‌ଓପି ଅନୁସାରେ ତାଲା ଭଙ୍ଗାଯାଇ ଭିତର ରତ୍ନଭଣ୍ଡାର ଖୋଲାଯାଇଥିଲା। ବାହାର ରତ୍ନଭଣ୍ଡାର ଅଳଙ୍କାର ଚାଙ୍ଗଡା ଘର ଏବଂ ଫୁଲ ଘରେ ହୋଇଥିବା ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର କରାଯିବା ପରେ ତାହାକୁ ସିଲ୍‌ କରାଯାଇଛି। ଭିତର ରତ୍ନଭଣ୍ଡାର ସିନ୍ଦୁକରେ ସୁନା ରହିଛି। ରଥଯାତ୍ରା ପରେ ତାହା ଗଣନା ହେବ ବୋଲି ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।
ମୁଖ୍ୟ ପ୍ରଶାସକ ଆହୁରି ମଧ୍ୟ କହିଛନ୍ତି, ଭିତର ଭଣ୍ଡାର ଅଳଙ୍କାର ଆଜି ଖୋଲାଗଲାନି। ବାହାର ଭଣ୍ଡାର ଅଳଙ୍କାର ସ୍ଥାନାନ୍ତରଣ କାମ ବହୁତ ସମୟ ଲାଗିଗଲା। କାଲି ବାହୁଡ଼ା ଯାତ୍ରା ଥିବାରୁ ଅନେକ ନୀତିକାନ୍ତି ରହିଛି। ତେଣୁ ବାହୁଡ଼ା, ସୁନାବେଶ ପରେ ରତ୍ନଭଣ୍ଡାର ଖୋଲିବା ନେଇ ଆଉ ଏକ ଦିନ ନିର୍ଦ୍ଧାରଣ କରାଯାଇ ଖୋଲାଯିବ। ଭିତର ଭଣ୍ଡାର ଅଳଙ୍କାରକୁ ଖଟଶେଯ ଘରକୁ ସ୍ଥାନାନ୍ତର କରାଯିବ। ଅଳଙ୍କାର ସ୍ଥାନାନ୍ତରଣ ପରେ ଏଏସଆଇ ରକ୍ଷଣାବେକ୍ଷଣ କାମ ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?