Posted inରାଜ୍ୟ

୧୧ଜଣଙ୍କୁ ଗୁରୁ ଦେବପ୍ରସାଦ ନୃତ୍ୟ ରତ୍ନ ସମ୍ମାନ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ତ୍ରିଧାରା ପକ୍ଷରୁ ୩୪ତମ ଶ୍ରଦ୍ଧାଞ୍ଜଳି ସମାରୋହ ମଙ୍ଗଳବାର ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟକୁ ବିଧାୟକ ଦେବୀପ୍ରସାଦ ମିଶ୍ର ଉଦ୍‌ଘାଟନ କରିଥିଲେ। ପ୍ରଥମେ ତ୍ରିଧାରାର ଶିଳ୍ପୀମାନଙ୍କ ଦ୍ୱାରା ପଞ୍ଚଦେବ ନୃତ୍ୟ ପରିବେଷଣ କରାଯାଇଥିଲା। ପରେ ନୟାଗଡ ନୃତ୍ୟ ପ୍ରଣାମ ଅନୁଷ୍ଠାନ କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ରଚିତ ‘କୁଞ୍ଜବନେ କଳାନିଧି’ ପରିବେଷଣ କରିଥିଲେ। ବ୍ରହ୍ମପୁର ଓଡ଼ିଶୀ ସାଧନା ପୀଠର କଳାକାରମାନେ ‘ମହାକାଳୀ ଧ୍ୟାନ’, ସନ୍ଧ୍ୟା ଓଡ଼ିଶୀ ନୃତ୍ୟ ଏକାଡେମୀର କଳାକାର ‘ସ୍ଥାୟୀ ନୃତ୍ୟ’, ନୃତ୍ୟପ୍ରଭାର କଳାକାର ‘ଶିବଅଷ୍ଟକ’ ପରିବେଷଣ କରିଥିଲେ। ଦ୍ୱିତୀୟ ପର୍ଯ୍ୟାୟକୁ ନାଟ୍ୟକାର ରମେଶ ପ୍ରସାଦ ପାଣିଗ୍ରାହୀ ଉଦ୍‌ଘାଟନ କରିଥିଲେ। ବେଙ୍ଗାଲୁରୁର ନନର୍ତ୍ତୀଶା ଡ୍ୟାନ୍ସ ଏକାଡେମୀ ଗଣେଶ ତାଣ୍ଡବ ପରିବେଷଣ କରିଥଲେ। ତାଙ୍କ ପରେ କଟକର ଲାସ୍ୟ ଡ୍ୟାନ୍ସ ଏକାଡେମୀ ‘ଗଙ୍ଗାତରଙ୍ଗ’, ବଉଦର ନଟରାଜ କଳାମନ୍ଦିର ଶ୍ରୀ ଜୟଦେବଙ୍କ ରଚନାରୁ ‘ଶ୍ରିତକମଳ’, ଅଙ୍ଗହାର ନୃତ୍ୟାୟନ ପକ୍ଷରୁ ‘ଥାଇ ନୃତ୍ୟ’, ତ୍ରିଭଙ୍ଗ କଳା ନିକେତନ ପକ୍ଷରୁ ‘ଶିବସ୍ତୁତି’ ଆଦି ୧୬ଟି ନୃତ୍ୟ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମର ଅନ୍ତିମ ପର୍ଯ୍ୟାୟକୁ ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଉଦ୍‌ଘାଟନ କରିଥଲେ। ତ୍ରିଧାରାର ଶିଳ୍ପୀମାନଙ୍କ ଦ୍ୱାରା ଲକ୍ଷ୍ମୀନୃସିଂହ ଧ୍ୟାନ, ନୃତ୍ୟ ବିଳାସ ପକ୍ଷରୁ ‘କୃଷ୍ଣ ବନ୍ଦନା’ ଭଳି ୧୧ଟି ନୃତ୍ୟ ପରିବେଷଣ କରାଯାଇଥିଲା। ଏହି ଅବସରରେ ୧୧ଜଣ ନୃତ୍ୟଶିଳ୍ପୀ ଓ ଗୁରୁମାନଙ୍କୁ ‘ଗୁରୁ ଦେବପ୍ରସାଦ ନୃତ୍ୟ ରତ୍ନ ସମ୍ମାନ’ ପ୍ରଦାନ କରାଯାଇଥିଲା। ଅନୁଷ୍ଠାନର କାର୍ଯ୍ୟକାରୀ ସଭାପତି ସିମାଞ୍ଚଳ ପଣ୍ଡା ତିନୋଟିଯାକ ଅଧିବେଶନରେ ସଭାପତିତ୍ୱ କରିଥିଲେ। କାର୍ଯ୍ୟକ୍ରମକୁ ଇଂ ଶ୍ରୀନିବାସ ଘଟୁଆରୀ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri