ଆଜିଠୁ ଆରମ୍ଭ ଏକାଦଶ ଶ୍ରେଣୀର ପାଠପଢା

ଭୁବନେଶ୍ବର,୨୧।୧୦(ବ୍ୟୁରୋ): ଏକାଦଶ ଶ୍ରେଣୀର ପାଠପଢା ଗୁରୁବାର ଅଫଲାଇନରେ ଆରମ୍ଭ ହେବ। କୋଭିଡ୍‌ କଟକଣା ମାନି ଶ୍ରେଣୀ ଗୃହରେ ପାଠପଢିବେ ଛାତ୍ରୀଛାତ୍ର। ଏ ନେଇ ସମସ୍ତ ଶିକ୍ଷାନୁଷ୍ଠାନରେ ପ୍ରସ୍ତୁତି ଶେଷ ହୋଇଛି। ଦିନ ୧୦ଟାରୁ ୧ଟା ୩୦ ଯାଏଁ ଅଫଲାଇନରେ ପାଠପଢା ଚାଲିବ। ଏହା ସହ ସୋମବାରରୁ ଶୁକ୍ରବାର ପର୍ଯ୍ୟନ୍ତ ଅନଲାଇନ ମାଧ୍ୟମରେ ଛାତ୍ରୀଛାତ୍ର ପଢିପାରିବେ। ଛାତ୍ରୀଛାତ୍ରମାନେ ସେମାନଙ୍କର ଅଭିଭାବକଙ୍କ ପରାମର୍ଶ ନେଇ ଅଫଲାଇନ କ୍ଲାସରେ ଯୋଗ ଦେବେ।
କୋଭିଡ୍‌ର ସମସ୍ତ ନିୟାମବଳୀ ମାନି ଏବଂ ସାମାଜିକ ଦୂରତା ଅବଲମ୍ବନ କରି ଶିକ୍ଷାନୁଷ୍ଠାନ ସହ ହଷ୍ଟେଲଗୁଡ଼ିକ ମଧ୍ୟ ଖୋଲାଯିବ। ଏବଂ ଯେଉଁ ଛାତ୍ରୀଛାତ୍ରମାନେ ହଷ୍ଟେଲରେ ରହିବାକୁ ଚାହୁଁଥିବେ ସେମାନେ ଅଭିଭାବକଙ୍କ ପରାମର୍ଶ ଆଣିବା ବାଧ୍ୟତାମୂଳକ କରାଯାଇଛି। ଅନ୍ୟପଟେ ନଭେମ୍ବର ୧ରୁ ସ୍କୁଲ ପୋଷାକ ଓ ପରିଚୟ ପତ୍ର ବାଧ୍ୟତାମୂଳକ ରହିଛି। ଦୂରରୁ ଆସୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ପ୍ରଥମ ଦିନରେ ଇଣ୍ଡକ୍ସନ ସେସନ ହେବ। ଏକାଦଶ ଶ୍ରେଣୀରେ ଦଶମ ଶ୍ରେଣୀର ପାଠର ସଂପୃକ୍ତ ଅଂଶ ଆଲୋଚନା ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

LKG ଛାତ୍ରଙ୍କୁ ଚାପୁଡ଼ା ମାରିଲେ ଶିକ୍ଷୟିତ୍ରୀ: ହଠାତ୍‌ ଘଟିଗଲା ଏମିତି କିଛି, ଦେଖନ୍ତୁ ଛାତିଥରା VIDEO

ବିଶାଖାପାଟଣା,୨୨।୮: ବିଶାଖାପାଟଣାର ଏକ ସ୍କୁଲର ହୃଦୟ ବିଦାରକ ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଜଣେ ନିର୍ଦ୍ଦୋଷ ୬ ବର୍ଷର ଶିଶୁକୁ ଜଣେ ଶିକ୍ଷୟିତ୍ରୀ ତା’ର…

ରାହୁଲଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଉତ୍ତେଜନା; NSUI-ABVP ସମର୍ଥକଙ୍କ ମଧ୍ୟରେ ହାତାହାତି

ନୂଆଦିଲ୍ଲୀ,୨୨।୮: ଅଗଷ୍ଟ ୨୧ରେ ପୁଣେରେ ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ‘ଛତ୍ରୋଂ କି ଗୁଞ୍ଜ’ (ଛାତ୍ରଙ୍କ ପ୍ରତିଧ୍ୱନି)…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…

ଆଉ ମିଳିବନି ବ୍ରାଣ୍ଡେଡ କମ୍ପାନୀର ପିଜା-ବର୍ଗର! McDonald’s ସମତେ ୭ ଫୁଡ ଆଉଟଲେଟର ଲାଇସେନ୍ସ ରଦ୍ଦ

ମୁମ୍ବାଇ,୨୨।୮: ଖାଦ୍ୟ ସୁରକ୍ଷା ଏବଂ ପରିଷ୍କାର ପରିଚ୍ଛନ୍ନତା ମାନଦଣ୍ଡର ଉଲ୍ଲଂଘନ ଅଭିଯୋଗରେ ମହାରାଷ୍ଟ୍ର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ରାଜ୍ୟବ୍ୟାପୀ ୧୩ଟି ଖାଦ୍ୟ ଦୋକାନର ଲାଇସେନ୍ସକୁ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri