ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଏହିମାନଙ୍କୁ ମିଳିବ ଘର, ଦୁଇ ଚକିଆ ଯାନ, ଫ୍ରିଜ୍‌ ଥିଲେ…

ଭୁବନେଶ୍ୱର,୨୦।୧: ରାଜ୍ୟରେ ୨୪ ତାରିଖରୁ ପ୍ରଧାନମନ୍ତୀ ଆବାସ ଆବାସ ସର୍ଭେ କାର୍ଯ୍ୟ ଆରମ୍ଭ ହେବ। ସର୍ଭେ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ସୂଚନା ଦେଇଛନ୍ତି। ଅଫଲଶଇନ ଓ ଅନଲାଇନ ହିତାଧିକାରୀ ଆବେଦନ କରିପାରିବେ। ୨୪ ତାରିଖରେ ପୋର୍ଟାଲର ବିଧିବଦ୍ଧ ରାଜ୍ୟ ସରକାର ଲଞ୍ଚ କରିବେ। ଦେଢ଼ମାସରୁ ୨ ମାସ ଆବାସ ସର୍ଭେ କାର୍ଯ୍ୟ ଚାଲିବ ବୋଲି ମନ୍ତ୍ରୀ କହିଛନ୍ତି। ୨୨ ଲକ୍ଷ ଲୋକଙ୍କୁ ସାମିଲ କରିବା ଲକ୍ଷ୍ୟ । ଆଉ ରହିବନି ବିଜୁ ପକ୍କା ଘର ସ୍କିମ । ସମସ୍ତଙ୍କୁ ମିଳିବ ଘର । କୌଣସି ଯୋଗ୍ୟ ହିତାଧିକାରୀ ସରକାରୀ ଆବାସରୁ ବଞ୍ଚିତ ହେବେ ନାହିଁ । ତେଣୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଯୋଗ୍ୟତା ମାପଦଣ୍ଡକୁ କୋହଳ କରିଛନ୍ତି ସରକାର । ସର୍ବାଧିକ ମାସିକ ଆୟ ୧୦ ହଜାରରୁ ୧୫ ହଜାରକୁ ବଢ଼ାଇଛନ୍ତି । ସେହିପରି ପୂର୍ବ ମାପଦଣ୍ଡରେ ଅନେକ ପରିବର୍ତ୍ତନ କରିଛନ୍ତି ।

ପୂର୍ବରୁ ହିତାଧିକାରୀଙ୍କ ପରିବାରର ସର୍ବାଧିକ ମାସିକ ଆୟ ୧୦ ହଜାର ରଖାଯାଇଥିଲା । ଏହାକୁ ବଢ଼ାଇ ୧୫ ହଜାର କରାଯାଇଛି । ଦୁଇ ଚକିଆ ଯାନ, ଫ୍ରିଜ୍‌ , ଲ୍ୟାଣ୍ଡ ଫୋନ ଥିଲେ ବି PMAY ପାଇଁ ଯୋଗ୍ୟ ବିବେଚିତ ହୋଇପାରିବେ । ଦିବ୍ୟାଙ୍ଗ ଓ ଭିନ୍ନ ହୋଇଥିବା ପୁଅଙ୍କୁ ବି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ମିଳିବ । ସେହିପରି ବିଧବା ଓ ନିରାଶ୍ରୟ ମହିଳା ଏହି ଯୋଜନାରେ ମଧ୍ୟ ସାମିଲ ହୋଇପାରିବେ। ସର୍ଭେ ସମୟ ଅବଧି ଭିତରେ ଯଦି କୌଣସି ଯୋଗ୍ୟ ହିତାଧିକାରୀ ବାଦ ପଡୁଛନ୍ତି, ତେବେ ସେମାନଙ୍କୁ ରାଜ୍ୟ ସରକାରଙ୍କ ଅନ୍ତ୍ୟୋଦୟ ଗୃହ ଯୋଜନାରେ ଘର ଯୋଗାଇ ଦେବାକୁ ସରକାର ଯୋଜନା କରୁଛନ୍ତି ।

ମୋବାଇଲ ଆପ୍ଲିକେସନ ‘ଆୱାସ ପ୍ଲସ’ ମାଧ୍ୟମରେ ସାନି ସର୍ଭେ କରି ବାଦ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରିବାକୁ କୁହାଯାଇଛି । ଏହି ପ୍ରକ୍ରିୟା ମାର୍ଚ୍ଚ ୩୧ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଜାରି ରହିବ । ସଂଶୋଧିତ ସର୍ତ୍ତାବଳୀ ଆଧାରରେ ସାନି ସର୍ଭେରେ ଯେଭଳି କୌଣସି ଯୋଗ୍ୟ ହିତାଧିକାରୀ ବାଦ ନପଡ଼ିବେ ତାହା ସୁନିଶ୍ଚିତ କରିବାକୁ କୁହାଯାଇଛି । ରାଜ୍ୟ ସରକାରଙ୍କ ଦ୍ୱାରା ପୂର୍ବରୁ ଜାରି ଏସଓପିକୁ ପାଳନ କରିବାକୁ ମଧ୍ୟ ତାଗିଦ କରାଯାଇଛି । ବିଭାଗ ପକ୍ଷରୁ ନଭେମ୍ବର ୨୭ ଓ ଡିସେମ୍ବର ୨୭ତାରିଖରେ ପ୍ରଧାନମନ୍ତ୍ରୀ-ଆବାସ ଯୋଜନାକୁ ନେଇ ଏସଓପି ଓ ସର୍ତ୍ତାବଳୀ ଜାରି କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri