ଯୋଗ୍ୟ ଆକାଉଣ୍ଟକୁ ଋଣ ମିଳିବ ପୁନର୍ଗଠନ ସୁବିଧା

ନୂଆଦିଲ୍ଲୀ,୪।୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଗୁରୁବାର ବ୍ୟାଙ୍କ ସିଇଓଙ୍କ ସହ ଆଲୋଚନା କରିଛନ୍ତି। କୋଭିଡ୍‌-୧୯ ପ୍ରଭାବିତ ଦେଶର ଅର୍ଥ ବ୍ୟବସ୍ଥା ଲାଗି ଘୋଷଣା ହୋଇଥିବା ଋଣ ଯୋଜନା ଏବଂ ମୋରାଟୋରିୟମ ପରବର୍ତ୍ତୀ ସମୟରେ ଋଣ ପୁନର୍ଗଠନ ବ୍ୟବସ୍ଥା ସମ୍ପର୍କରେ ବୈଠକରେ ସମୀକ୍ଷା କରାଯାଇଛି। ଯୋଗ୍ୟ ବିବେଚିତ ଆକାଉଣ୍ଟଗୁଡିକୁ ଋଣ ପୁନର୍ଗଠନ ସୁବିଧା ଦେବାକୁ ଅର୍ଥମନ୍ତ୍ରୀ ସୀତାରାମନ ଗୁରୁବାର ଘୋଷଣା କରିଛନ୍ତି। ୧୫ ସୁଦ୍ଧା ଯୋଜନାର କାର୍ଯ୍ୟପନ୍ଥା ଗ୍ରହଣ କରିବାକୁ ବ୍ୟାଙ୍କଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। ସରକାର ଘୋଷଣା କରିଥିବା ମୋରାଟୋରିୟମ ସୁବିଧା ଅଗଷ୍ଟ ୩୧ରେ ଶେଷ ହୋଇଛି। ଏହା ପରେ ଋଣ କିସ୍ତିରେ ଲୋକଙ୍କୁ ସାର୍ବଜନୀନ ଭାବେ ମୋରାଟୋରିୟମ ମିଳିବ ନାହିଁ। ଅର୍ଥାତ୍‌ ଯେଉଁ ବ୍ୟକ୍ତିବିଶେଷ ଏଥିଲାଗି ଯୋଗ୍ୟ ସେହି ମାନେ ହିଁ ଏହାର ଲାଭ ଉଠାଇପାରିବେ। ସରକାର ଏହି ସୁବିଧା କିଛିଦିନ ଆଗରୁ ଘୋଷଣା କରିଥିଲେ। ଉକ୍ତ ଯୋଜନାର ଲାଭ କାହାକୁ ମିଳିବ ଏବଂ ଋଣ ପୁନର୍ଗଠନ ପାଇଁ ବ୍ୟାଙ୍କଗୁଡିକ କିଭଳି କାର୍ଯ୍ୟକ୍ରମ ଗ୍ରହଣ କରୁଛନ୍ତି ସେ ନେଇ ବୈଠକରେ ଆଲୋଚନା ହୋଇଛି। ବ୍ୟାଙ୍କ ନିଜ ସ୍ତରରେ ଯୋଜନା କାର୍ଯ୍ୟକାରୀ କରିବେ ବୋଲି କୁହାଯାଇଛି।
ଯୋଗ୍ୟ ବିବେଚିତ ଆକାଉଣ୍ଟଧାରୀଙ୍କୁ ଚିହ୍ନଟ କରିବା, ସେମାନଙ୍କ ନିକଟରେ ପହଞ୍ଚିବା ଏବଂ ଋଣ ପୁନର୍ଗଠନ ଯୋଜନାକୁ ତ୍ୱରିତ ଭାବେ ଲାଗୁ କରିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି। ଲୋକମାନେ ଏହାଦ୍ୱାରା ଯେଭଳି ଲାଭବାନ ହୋଇ ପାରିବେ ସେ ଦିଗରେ ମଧ୍ୟ ବୈଠକରେ ପ୍ରାଥମିକତା ଦିଆଯାଇଥିବା ଜଣାପଡିଛି। ଯୋଗ୍ୟ ବିବେଚିତ ବିଜ୍‌ନେସ ଏବଂ ବ୍ୟକ୍ତି ବିଶେଷଙ୍କୁ ସହାୟତା କରିବା ଦିଗରେ ସରକାର ପଦକ୍ଷେପ ନେଉଛନ୍ତି ବୋଲି ଏହି ଅବସରରେ ସୀତାରାମନ କହିଛନ୍ତି। ବୈଠକରେ ସବୁ ବ୍ୟାଙ୍କର ସିଇଓ ଏବଂ ଅଣବିତ୍ତ ପ୍ରତିଷ୍ଠାନ (ଏନ୍‌ବିଏଫ୍‌ସି)ଗୁଡିକର ମୁଖ୍ୟ ଉପସ୍ଥିତ ଥିଲେ। କୋଭିଡ୍‌-୧୯ ଯୋଗୁ ସମସ୍ୟା ସାମ୍ନା କରୁଥିବା ବ୍ୟକ୍ତିବିଶେଷଙ୍କୁ କିଭଳି ଏହି ଯୋଜନାର ପରିସରଭୁକ୍ତ କରାଇବା ନେଇ ବ୍ୟାଙ୍କ କିଭଳି କାର୍ଯ୍ୟକ୍ରମ ଜାରି ରଖିଛନ୍ତି ସେ ଦିଗରେ ସୀତାରାମନ ସମୀକ୍ଷା କରିଛନ୍ତି।
ଯୋଜନାର ଲାଭ ଉଠାଇବା ଲାଗି ଲୋକଙ୍କୁ ସୁବିଧା ହେଲା ଭଳି ସୂଚନା ପ୍ରଦାନ କରିବାକୁ ନିର୍ଦ୍ଦେଶରେ କୁହାଯାଇଛି। ଏଥିଲାଗି ବ୍ୟାଙ୍କ ଫ୍ରିକ୍ୟୁଏଣ୍ଟଲି ଆକ୍ସଡ କୁଶ୍ଚିନ(ଏଫ୍‌ଏକ୍ୟୁଏସ୍‌) ଜାରି କରିବେ। ଏହି ସୂଚନା ବ୍ୟାଙ୍କଗୁଡିକର ଓ୍ବେବ୍‌ସାଇଟ ଏବଂ ବିଭିନ୍ନ ଆଞ୍ଚଳିକ ଭାଷାରେ ଜାରି କରାଯିବ। ରିଜର୍ଭ ବ୍ୟାଙ୍କର ନିୟମାବଳୀ ଅନୁସାରେ କାର୍ଯ୍ୟକରିବାକୁ ବ୍ୟାଙ୍କ ଏବଂ ବିତ୍ତ ପ୍ରତିଷ୍ଠାନ ପ୍ରସ୍ତୁତ ଥିବା ଅର୍ଥମନ୍ତ୍ରୀଙ୍କୁ କହିଛନ୍ତି। ଅର୍ଥ ମନ୍ତ୍ରଣାଳୟ ମଧ୍ୟ ଆର୍‌ବିଆଇ ସହ ଏ ଦିଗରେ ନିରନ୍ତର କାର୍ଯ୍ୟ କରୁଥିବା ବୈଠକରେ ସୂଚନା ଦିଆଯାଇଛି। ଏ ନେଇ ରିଜର୍ଭ ବ୍ୟାଙ୍କ ସବୁ ପ୍ରକାର ସହାୟତା ଯୋଗାଇ ଦେବ। ବର୍ତ୍ତମାନ ସମୟରେ ବ୍ୟାଙ୍କଗୁଡିକର କାର୍ଯ୍ୟକୁ ନେଇ ସୀତାରାମନ ସନ୍ତୋଷ ପ୍ରକଟ କରିଛନ୍ତି। ସୂଚନାଯୋଗ୍ୟ, ଅଗଷ୍ଟ ୬ରେ ରିଜର୍ଭ ବ୍ୟାଙ୍କ ଋଣ ପୁନର୍ଗଠନ ଯୋଜନା ସମ୍ପର୍କରେ ଘୋଷଣା କରିଥିଲା। ଏହା ମଧ୍ୟରେ ବ୍ୟକ୍ତିଗତ, କର୍ପୋରେଟ ଏବଂ ଏମ୍‌ଏସ୍‌ଏସ୍‌ଇ ଋଣ ଆକାଉଣ୍ଟଗୁଡିକୁ ସାମିଲ କରାଯିବା ନେଇ ସରକାର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?