ଯୋଗ୍ୟ ହିତାଧିକାରୀ ଉଭାନ

ଖଇରା, ୨୧।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକର ୩୭ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ପାଇଁ ଯୋଗ୍ୟ ତାଲିକା ପ୍ରକାଶ ପାଇଛି । ହେଲେ ବହୁ ଯୋଗ୍ୟ ବ୍ୟକ୍ତି ବାଦ୍‌ ପଡିବା ନେଇ ବିରୋଧର ସ୍ବର ଶୁଣିବାକୁ ମିଳୁଛି । ବିଭିନ୍ନ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଅନଶନ ଧାରଣା ଆରମ୍ଭ ହୋଇଛି। ତ୍ରୁଟିପୂର୍ଣ୍ଣ ତାଲିକାକୁ ନେଇ ବିଜେଡି-ଭାଜପା ମଧ୍ୟରେ ଆରୋପ ପ୍ରତ୍ୟାରୋପ ଦେଖିବାକୁ ମିଳିଲାଣି। ସରକାରଙ୍କ ଗାଇଡଲାଇନକୁ ନେଇ ଖଇରା କଂଗ୍ରେସ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରାଯିବା ସହ ଏଥିପାଇଁ ଆଗାମୀ ଦିନରେ କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି।
ଗତ ୩ ଦିନ ତଳେ ୩୭ ପଞ୍ଚାୟତର ଯୋଗ୍ୟ ହିତାଧିକାରୀ ତାଲିକା ପ୍ରକାଶ ପାଇଛି । ଏଥିରେ ବହୁ ଯୋଗ୍ୟବ୍ୟକ୍ତିଙ୍କ ନାମ ଉଭାନ ହୋଇଯାଇଥିବା ବେଳେ ଅନେକ ଅଯୋଗ୍ୟ ଥିଲାବାଲାଙ୍କ ନାମ ସ୍ଥାନିତ ହୋଇଛି । ଡାଲଙ୍ଗ-୨ ପଞ୍ଚାୟତରେ ୪୬ଜଣିଆ ତାଲିକା ପ୍ରକାଶ ପାଇଥିବା ବେଳେ ଏଥିରେ ବହୁ ଗରିବ ଦିନମଜୁରିଆ ଲୋକ ବାଦ୍‌ ପଡିବା ନେଇ ଯୁବନେତା ହରେକୃଷ୍ଣ ଶତପଥୀ ଆପତ୍ତି ଉଠାଇଛନ୍ତି । ସେମାନଙ୍କ ପ୍ରତି ଦୃଷ୍ଟି ଦେବାକୁ ସେ ବିଡିଓଙ୍କୁ ଜଣାଇ ସାରିଥିବା କହିଛନ୍ତି। ସେହିଭଳି ଶ୍ୟାମସୁନ୍ଦରପୁର ପଞ୍ଚାୟତରେ ତାଲିକାରେ ତ୍ରୁଟିକୁ ନେଇ ବୁଧବାର ବିଭିନ୍ନ ଗ୍ରାମର ଜୟନ୍ତ ନାୟକ, ଜୟନ୍ତୀ ମହାନ୍ତି, ମାନସ କୁମାର ନାୟକ, ସ୍ବର୍ଣ୍ଣଲତା ବେହେରାଙ୍କ ସମେତ ଶତାଧିକ ବ୍ୟକ୍ତି ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ଦେଇ ଧାରଣାରେ ଦୀର୍ଘ ସମୟ ଧରି ବସି ରହିଥିଲେ। ସିମୁଳିଆ ଖଇରା ନିର୍ବାଚନମଣ୍ଡଳୀର ବିଶିଷ୍ଟ କଂଗ୍ରେସ ନେତା ତଥା ପୂର୍ବତନ ଜିଲା ଉପସଭାପତି ରବୀନ୍ଦ୍ର ଶତପଥି ଗଣମାଧ୍ୟମକୁ ସୂଚନା ଦେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସରକାର ବିଭିନ୍ନ ଯୋଜନାରେ ଲୋକଙ୍କୁ ସ୍ବାବଲମ୍ବୀ କରୁଥିବା ବେଳେ ଯୋଗ୍ୟତା ପାଇଁ ଦୁଇଚକିଆ ଯାନ, ଫ୍ରିଜ, କେସିସି, ଲ୍ୟାଣ୍ଡଲାଇନ ଭଳି ଜିନିଷକୁ ମାନଦଣ୍ଡର ଆଧାରକୁ ନିଆଯାଇଛି ତାହା ଅତ୍ୟନ୍ତ ଦୁର୍ଭାଗ୍ୟପୂର୍ଣ୍ଣ । ତୁରନ୍ତ ଏହାକୁ ସଂଶୋଧନ କରା ନ ଗଲେ ହଜାର ହଜାର ସଂଖ୍ୟାର କଂଗ୍ରେସ କର୍ମୀ ଧାରଣାରେ ବସିବେ ବୋଲି ଚେତାବନୀ ଦେଇଛନ୍ତି। ବିଡିଓ ପର୍ଶୁରାମ ପଣ୍ଡାଙ୍କୁ ଏ ସମ୍ପର୍କରେ ଯୋଗାଯୋଗ କରିବାରେ ପରବର୍ତ୍ତୀ ତାଲିକାରେ ବାଦ୍‌ ପଡିଥିବା ଅନ୍ୟ ବ୍ୟକ୍ତିଙ୍କର ନାମ ପ୍ରକାଶ ପାଇବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri