ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ ସର୍ତ୍ତାବଳୀ ହଟାଅ: ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର, ୭।୧(ବ୍ୟୁରୋ):ଆସନ୍ତା ୧୧ ତାରିଖରୁ ରାଜ୍ୟର ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ଖୋଲିବ। ଏଥିପାଇଁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଇ କିପରି ଶିକ୍ଷାନୁଷ୍ଠାନ ଖୋଲିବ ସେଥିପାଇଁ ବିଭିନ୍ନ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ବିଚାରବିମର୍ଶ କରୁଛନ୍ତି। କେତେକ ଉଚ୍ଚ ଶିକ୍ଷାନୁଷ୍ଠାନ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟକୁ ଗୁରୁତ୍ୱ ଦେଇଛନ୍ତି। ଛାତ୍ରୀଛାତ୍ରଙ୍କ ପାଇଁ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ କରିଛନ୍ତି। କିନ୍ତୁ ଏହା ସରକାରୀ ଗାଇଡ୍‌ଲାଇନ୍‌ ନୁହେଁ। ଏପରି କଲେ ଶିକ୍ଷାନୁଷ୍ଠାନରେ ବିଶୃଙ୍ଖଳା ସୃଷ୍ଟି ହେବ। ତେଣୁ ଏଭଳି ସର୍ତ୍ତାବଳୀକୁ ହଟାଇବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।
ଏ ନେଇ ବିଭାଗର ପ୍ରମୁଖ ଶାସନ ସଚିବ ଶାସ୍ବତ ମିଶ୍ର କହିଛନ୍ତି, କିଛି ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ପାଇଁ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ କରିଥିବା ଜାଣିବାକୁ ପାଇଲୁ। ଏହା ସରକାରୀ ଗାଇଡ୍‌ଲାଇନ ଅନୁଯାୟୀ ନୁହେଁ। ରିପୋର୍ଟ ପାଇବା ପାଇଁ ଛାତ୍ରୀଛାତ୍ରମାନେ ଟଙ୍କା ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ୯ ମାସରୁ ଅଧିକ ବନ୍ଦ ପରେ ଛାତ୍ରୀଛାତ୍ର ଶିକ୍ଷାନୁଷ୍ଠାନକୁ ଆସନ୍ତୁ ବୋଲି ଆମେ ଚାହୁଁ। ଏଭଳି ସର୍ତ୍ତାବଳୀ ଲଗାଇ ସେମାନଙ୍କ ଆଗମନକୁ କଠୋର କରିବା ନାହିଁ, ଯାହା ସରକାରୀ ଗାଇଡ୍‌ଲାଇନ ଅନୁଯାୟୀ ନୁହେଁ। ତେଣୁ ଏହି ସର୍ତ୍ତକୁ ହଟାଇବାକୁ ସଚିବ କହିଛନ୍ତି। ଥର୍ମାଲ ସ୍କ୍ରିନିଂ ମଧ୍ୟ ସରକାରୀ ଗାଇଡ୍‌ଲାଇନ୍‌ରେ ନାହିଁ। ସେହି ପର୍ଯ୍ୟାୟ ଏବେ ସମାପ୍ତ ହୋଇସାରିଛି। ସାମାଜିକ ଦୂରତା, ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାନିଟାଇଜେଶନ ପରି ମୌଳିକ ଜିନିଷଗୁଡ଼ିକ ଅନୁସରଣ କରାଯିବା ଆବଶ୍ୟକ। ଯାହା ପ୍ରୟୋଜନୀୟ ତାହା ଅନୁସରଣ କରିବା ଉଚିତ ବୋଲି ସଚିବ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri