ହିଂସା ହଟାଅ, ଏକତା ଆଣ: ପୋଲିସର ନିଆରା ପ୍ରୟାସ

ପୁରୁଷୋତ୍ତମପୁର,୩୧।୧୦(ସବିତା ମିଶ୍ର):ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ତଥା ରାଷ୍ଚ୍ରୀୟ ଏକତା ଦିବସ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ହିଂସାତ୍ମକ ମନୋଭାବକୁ ଦୂରକରି ସମସ୍ତଙ୍କ ମଧ୍ୟରେ ଏକତା ରକ୍ଷା କରିବା ଲାଗି ଏକ ପ୍ରୟାସ କରାଯାଇଛି। ଏହି ଉପଲକ୍ଷେ ଏକ ଗଣ ଦୌଡ଼ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏହି ଗଣଦୌଡ କାର୍ଯ୍ୟକ୍ରମରେ ସମସ୍ତ ବର୍ଗର ବ୍ୟକ୍ତି, ଯୁବ, ଛାତ୍ର ଏବଂ ପୋଲିସ କର୍ମଚାରୀମାନେ ସାମିଲ ହୋଇ ପୁରୁଷୋତ୍ତମପୁର ସହରର କାଳୀ ମନ୍ଦିର ଛକଠାରୁ ବାହାରି ଭୂତସରସିଙ୍ଗି ପର୍ଯ୍ୟନ୍ତ ଯାଇଥିଲେ। କାର୍ଯ୍ୟକ୍ରମରେ ଏସଡିପିଓ ସୁଜିତକୁମାର ନାୟକ, ଥାନା ଅଧିକାରୀ ରାଜେଶ କୁମାର ନାୟକ, ଏସଆଇ ସୁଶାନ୍ତ କୁମାର ମିଶ୍ର, ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି, ଜନପ୍ରତିନିଧିମାନେ ଯୋଗ ଦେଇଥିବାବେଳେ ଏହାକୁ ଥାନାର କର୍ମଚାରୀମାନେ ପରିଚାଳନା କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri