ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ କର୍ତ୍ତବ୍ୟରେ ଅବହେଳା ଓ ଆଦେଶ ଅବମାନନା କରିଥିବା ଅଭିଯୋଗରେ ନିଲମ୍ବିତ କରିଥିବାର ଜଣାପଡ଼ିଛି। ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପତ୍ର ସଂଖ୍ୟା ୨୩୯/ଇଲେକ୍ସନ ପ୍ରକାରେ ଭୋଟଗ୍ରହଣ କେନ୍ଦ୍ର ନଂ.୧୧୦-ସିଧାମଡାଙ୍ଗାର ବୁଥ ସ୍ତରୀୟ ଅଧିକାରୀ ତଥା ସହକାରୀ ଶିକ୍ଷକ ରାମାନୁଜ ଦାସ ଲୋକ ପ୍ରତିନିଧିତ୍ୱ ଆଇନ ୧୯୫୦ ଏବଂ ଲୋକ ପ୍ରତିନିଧିତ୍ୱ ଆଇନ, ୧୯୫୧ର ବ୍ୟବସ୍ଥା ଅନୁଯାୟୀ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟରେ ଅବହେଳା କରିଥିବାର ଦର୍ଶାଯାଇଛି। ନିଲମ୍ବନ ଆଦେଶ ପତ୍ରରେ ଦର୍ଶାଯାଇଛି ଯେ, ଦାସ କୌଣସି ବୈଧ କାରଣ ନଦର୍ଶାଇ କର୍ତ୍ତବ୍ୟ ନ କରିବା, ସଠିକ ଭାବରେ ନ୍ୟସ୍ତ ଦାୟିତ୍ୱକୁ ନିର୍ବାହ କରିବାରେ ବିଫଳ ହୋଇଛନ୍ତି । ଯାହାକି ଘୋର ଅବହେଳା, କର୍ତ୍ତବ୍ୟରେ ଅବହେଳା ଏବଂ ଆଇନଗତ ଆଦେଶର ଅବମାନନା ପ୍ରଦର୍ଶନ କରିଛନ୍ତି। ତେଣୁ ନିଲମ୍ବନ କରାଯାଇ ଥିବାର ଦର୍ଶାଯାଇଛି । ନିଲମ୍ବନ ସମୟ ମଧ୍ୟରେ ସେ ସକ୍ଷମ ଅଧିକାରୀଙ୍କ ପୂର୍ବ ଅନୁମତି ବିନା ତାଙ୍କ ମୁଖ୍ୟାଳୟ ଛାଡିବେ ନାହିଁ ଏବଂ ନିୟମ ଅନୁଯାୟୀ ଗ୍ରହଣୀୟ ଭାବରେ ଜୀବନଯାପନ ଭତ୍ତା ପାଇବାର ହକଦାର ହେବେ ବୋଲି ନିର୍ଦ୍ଦେଶ ଦେଇଛନ୍ତି ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri