ଆଜି ଏଲିଜାବେଥ୍‌ଙ୍କ ଦଣ୍ଡ ଘୋଷଣା

ଓ୍ବାଶିଂଟନ,୧୮ା୧୧: ଆମେରିକାର ପ୍ରସିଦ୍ଧ ବାୟୋଟେକ୍‌ ଷ୍ଟାର୍‌ ଏଲିଜାବେଥ୍‌ ହୋମ୍‌ସଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ରୋଗୀଙ୍କ ଜୀବନକୁ ବିପଦରେ ପକାଇ ନିବେଶକଙ୍କ ସହିତ ଠକିବାରେ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଜାନୁୟାରୀରେ ଏଲିଜାବେଥ୍‌ଙ୍କ ଉପରେ ଓ୍ବାଲ ଷ୍ଟ୍ରିଟ ଜର୍ନାଲ ରିପୋର୍ଟକୁ ଆଧାର କରି ଆମେରିକାର କୋର୍ଟରେ ଏହି ମାମଲା ରୁଜୁ ହୋଇଥିଲା।

ତେବେ ହୋମ୍‌ସ ୨୦୧୪ରେ ଟାଇମ ମାଗାଜିନ୍‌ ଦ୍ୱାରା କୋଟିପତି ମହିଳାମାନଙ୍କ ମଧ୍ୟରୁ ଜଣେ। ଯିଏ କି ସଫଳତାର ଶୀର୍ଷରେ ପହଞ୍ଚିଥିଲେ।

ଷ୍ଟାଣ୍ଡ୍‌ଫୋର୍ଡ ୟୁନିଭର୍ସିଟିରୁ ଡ୍ରପ୍‌ ଆଉଟ୍‌ ହୋଇଥିବା ହୋମ୍‌ସ ୯ ବିଲିୟନ ଡଲାରର ଏକ କମ୍ପାନୀ ପ୍ରତିଷ୍ଠା କରିଥିଲେ। ରୋଗ ଚିହ୍ନଟ କରିବା ପାଇଁ ସେ ଏକ ଡିଭାଇସ ତିଆରି କରିଥିଲେ। ସେ କହିଛନ୍ତିି ଯେ, ଏଥିରେ କିଛି ବୁନ୍ଦା ରକ୍ତରୁ କର୍କଟ ଭଳି ରୋଗ ଶୀଘ୍ର ଚିହ୍ନଟ ହୋଇପାରିବ। ଏହି ଡିଭାଇସ ସହଜରେ ମଧୁମେହ ରୋଗ ଚିହ୍ନଟ କରିପାରିବ ବୋଲି ସେ ରୋଗୀମାନଙ୍କୁ କହୁଥିଲେ। ପରେ ତାଙ୍କର ଏହି ପ୍ରତିଶ୍ରୁତି ମିଛ ପ୍ରମାଣିତ ହୋଇଥିଲା। ୨୦୧୮ରେ ତାଙ୍କ କମ୍ପାନୀ ବୁଡ଼ିଗଲା। ଚଳିତ ବର୍ଷ ଜାନୁୟାରୀରେ ତାଙ୍କୁ ଠକେଇ ମାମଲାରେ ଦୋଷୀ ସାବ୍ୟସ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ; ରାଷ୍ଟ୍ରପତି ଦେଲେ ଅନୁମୋଦନ

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଦେଶବ୍ୟାପୀ ପ୍ରତିଯୋଗିତାମୂଳକ ପରୀକ୍ଷାଗୁଡ଼ିକୁ ପେପର ଲିକ, ଠକେଇ ଏବଂ ଅନ୍ୟାନ୍ୟ ଅନିୟମିତତା ମୁକ୍ତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ‘ସାର୍ବଜନୀନ…

ଜାରକା ପୋଲିସ ବିଟ୍‌ ହାଉସ୍‌ ଛାତରୁ ଗଳୁଛି ପାଣି, ଭାଙ୍ଗିପଡ଼ିଛି ନାମଫଳକ

ଧର୍ମଶାଳା,୧ା୮(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧିନସ୍ଥ ଜାରକା ପୋଲିସ ବିଟ୍‌ ହାଉସ୍‌ (ଫାଣ୍ଡି) ବର୍ତ୍ତମାନ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଘେରି ରହିଛି। ବର୍ଷା ହେଲେ…

କୁଲଗାମ ଆତଙ୍କବାଦୀ ଆକ୍ରମଣ: ପ୍ରଥମେ ନାମ ପଚାରିଲେ, ତା’ପରେ ଦୁଇ ହିନ୍ଦୁଙ୍କୁ ଗୁଳି କଲେ!

ନୂଆଦିଲ୍ଲୀ,୧।୮: ଜମ୍ମୁ ଓ କଶ୍ମୀରର କୁଲଗାମରେ ଅଣ-ସ୍ଥାନୀୟ ଶ୍ରମିକମାନଙ୍କୁ ଟାର୍ଗେଟ କରି ଆତଙ୍କବାଦୀମାନେ ପୁଣି ଥରେ ଆତଙ୍କ ବିସ୍ତାର କରିବାକୁ ଚେଷ୍ଟା କରିଛନ୍ତି। ଆତଙ୍କବାଦୀମାନେ ଛତିଶଗଡ଼ର ଦୁଇଜଣ…

୪ ଦିନ ହେଲା ଏକ୍ସ-ରେ ମେଶିନ ଅଚଳ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ଏକ ମାତ୍ର ଏକ୍ସ-ରେ ମେଶିନ ଗତ ୪ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡ଼ିଓକୁ ନେଇ ବିରୋଧି ଦେଲେଣି ପ୍ରତିକ୍ରିୟା, ସଞ୍ଜୟ ସିଂହଙ୍କ ପ୍ରଶ୍ନ କଲେ-‘ମୋ ମାଆ… ମାଆ ନୁହଁନ୍ତି’

ନୂଆଦିଲ୍ଲ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (ଜୁଲାଇ ୩୧) ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ କହିଛନ୍ତି ଯେ NEET ପେପର ଲିକ ବିରୋଧରେ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ କି ଅନୁଚିତ୍‌ ଜାଣନ୍ତୁ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ ନା ଖାଲି ପାଦରେ ରହିବା ଭଲ ଏମିତି ପ୍ରଶ୍ନ ଅନେକଙ୍କ ମନରେ ଉଠିଥାଏ। କେତେକ ଲୋକ ବିଶ୍ୱାସ କରନ୍ତି, ଖାଲି…

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ।…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri