ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ ଅବସରରେ ଶୁକ୍ରବାର ସାମୂହିକ ଯୋଗ ଓ ପ୍ରାଣାୟାମ ଶିବିର ଅନୁଷ୍ଠିତ ହୋଇଯାଇଛି।

ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ଶିବିରରେ ଯୋଗ ପ୍ରଶିକ୍ଷକ ପ୍ରଭାତ କୁମାର ସାହୁ ଉପସ୍ଥିତ ରହି ପ୍ରଶିକ୍ଷାର୍ଥୀମାନଙ୍କୁ ଯୋଗ ଓ ପ୍ରାଣାୟାମର ମହତ୍ତ୍ୱ ସମ୍ପର୍କରେ ଉଦ୍‌ବୋଧନ ଦେଇଥିଲେ। ଯୋଗ ଓ ପ୍ରାଣାୟାମ ବ୍ୟକ୍ତିର ଶାରୀରିକ ଓ ମାନସିକ ସ୍ୱାସ୍ଥ୍ୟକୁ ସୁସ୍ଥ ଓ ସୁସଂଯତ ରଖିବାରେ ମୁଖ୍ୟ ଭୂମିକା ନିଏ ବୋଲି ସେ କହିଥିଲେ। ପରେ ସେ ବିଭିନ୍ନ ଯୋଗାସନ ଓ ପ୍ରାଣାୟାମ ସମ୍ପର୍କରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ।

ଏହି ଅବସରରେ ଏନ୍ଏସି କାର୍ଯ୍ୟାଳୟ ଗୋଷ୍ଠୀ ସଂଯୋଜିକା ସନ୍ଧ୍ୟାରାଣୀ ପଟ୍ଟନାୟକ, କନିଷ୍ଠ ସ୍ୱଚ୍ଛତା ଏକ୍ସପର୍ଟ ପି. ସ୍ୱାଗତିକା ପାତ୍ର, ଜେଇସି ଇଞ୍ଜିନିୟର ମିଥୁନ ସେନାପତି, ଡିଇସି ସନ୍ତୋଷ କୁମାର ପାଢ଼ୀ, ରାଜସ୍ୱ ନିରୀକ୍ଷକ ହରିକୃଷ୍ଣ ସାହୁ, ଟିକସ ଅଧିକାରୀ ଏସ୍. ଲୋକନାଥ ସୁବୁଦ୍ଧି, ବାଳକୃଷ୍ଣ ପାଣିଗ୍ରାହୀ, ସତ୍ୟନାରାୟଣ ଦାସଙ୍କ ସମେତ ସ୍ୱଚ୍ଛସାଥୀ ବୃନ୍ଦ ଓ ବହୁ ସଂଖ୍ୟକ ଏନ୍ଏସି କର୍ମଚାରୀ ଉପସ୍ଥିତ ଥିଲେ।

ସେହିପରି, ଅପରାହ୍ନରେ ଏନ୍ଏସି କାର୍ଯ୍ୟାଳୟ ପରିସରରେ କଲେଜ ଓ ବିଦ୍ୟାଳୟ ସ୍ତରରେ ବକ୍ତୃତା ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଏଥିରେ କୃତୀ ଛାତ୍ରୀଛାତ୍ରୀଙ୍କୁ ପୁରସ୍କୃତ କରାଯିବା ନିମନ୍ତେ ଚୟନ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri