ଭାରତ ସପକ୍ଷରେ ଯୁକ୍ତି ବାଢିଲେ ଏଲନ ମସ୍କ

ନ୍ୟୁୟର୍କ,୧୮।୪: ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ରେ ସ୍ଥାୟୀ ଆସନ ପାଇଁ ଭାରତର ଦାବି ପ୍ରସଙ୍ଗ ପୁଣି ଉଠିବା ଆରମ୍ଭ କରିଛି। ଟେସଲା ସିଇଓ ଏଲନ ମସ୍କ ଏ ସମ୍ପର୍କରେ ନିଜର ମତ ଦେଇଛନ୍ତି। ମସ୍କ କହିଛନ୍ତି, ଭାରତ ଏକ ସ୍ଥାୟୀ ଆସନ ପାଇବା ଉଚିତ୍‌ ଏବଂ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ନିୟମକୁ ସୁଦୃଢ଼ କରିବା ଉଚିତ୍‌।
ମସ୍କ ଏକ୍ସରେ ଲେଖିଛନ୍ତି, ୟୁଏନଏସସିରେ ଭାରତର ସ୍ଥାୟୀ ଆସନ ନାହିଁ। ମିଳିତ ଜାତିସଂଘ ସୁରକ୍ଷା ପରିଷଦକୁ ଆହୁରି ସଂସ୍କାର କରାଯିବା ଉଚିତ ଏବଂ ଭାରତକୁ ଏହାର ସ୍ଥାୟୀ ସଦସ୍ୟ କରାଯିବା ଉଚିତ୍‌।
ଏଥି ସହିତ, ଏହି ପ୍ରସଙ୍ଗରେ ଆମେରିକାର ବୈଦେଶିକ ବିଭାଗର ମୁଖ୍ୟ ଉପମୁଖପାତ୍ର ବେଦାନ୍ତ ପଟେଲ ମଧ୍ୟ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ସେ କହିଛନ୍ତି, ଜାତିସଂଘ ସୁରକ୍ଷା ପରିଷଦ ସମେତ ଜାତିସଂଘର  ସଂସ୍କାର ପାଇଁ ଆମେରିକା ସମର୍ଥନ ପ୍ରଦାନ କରିଛି। ଏଥିରୁ ବିଶ୍ୱାସ କରାଯାଏ ଯେ ଆମେରିକା ବର୍ତ୍ତମାନ ଭାରତକୁ ସ୍ଥାୟୀ ଆସନ ଦେବା ସପକ୍ଷରେ ଅଛି।
ବର୍ତ୍ତମାନ ଆମେରିକା, ବ୍ରିଟେନ, ଚାଇନା, ଫ୍ରାନ୍ସ ଏବଂ ରୁଷିଆ ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟ ଅଟନ୍ତି। ସେମାନଙ୍କର ଭିଟୋ ଶକ୍ତି ଅଛି। ମିଳିତ ଜାତିସଂଘର ନୂତନ ସଦସ୍ୟ ନିଯୁକ୍ତ କରିବାର ମଧ୍ୟ ଅଧିକାର ରହିଛି। ଯଦି ଏଥିରେ ଉନ୍ନତି ଆସେ ତେବେ ଭାରତ ମଧ୍ୟ ଏହାର ସଦସ୍ୟ ହୋଇପାରିବ। ତେବେ ଦଶନ୍ଧି ଧରି ଭାରତ ଏଥିପାଇଁ କଠିନ ଚେଷ୍ଟା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?