ଏଲନ ମସ୍କଙ୍କ ୟୁଟର୍ନ…ପୁଣି ଟ୍ରମ୍ପ୍‌ଙ୍କ ସହ ଏକାଠି ହେବେ ବୋଲି ଚର୍ଚ୍ଚା

ଓ୍ବାଶିଂଟନ,୮ା୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବଂ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ଏଲନ୍‌ ମସ୍କ ଏକଦା ଅତି ଘନିଷ୍ଠ ସହଯୋଗୀ ରହିଥିବାବେଳେ ଏବେ ସେମାନଙ୍କ ମଧ୍ୟରେ ବ୍ରେକ୍‌ଅପ୍‌ ହୋଇଯାଇଛି। ସେମାନେ ପରସ୍ପର ବିରୋଧରେ ପୋଷ୍ଟ କରିବା ସହ ଧମକ ଦେବାକୁ ମଧ୍ୟ ପଛାଇ ନାହାନ୍ତି। ଟ୍ରମ୍ପ୍‌ଙ୍କୁ ସମାଲୋଚନା କରିବାକୁ ଯାଇ ଜେଫ୍ରି ଏପ୍‌ଷ୍ଟେଇନ୍‌ ଫାଇଲ୍‌ରେ ତାଙ୍କ ନାମ ଥିବା ମସ୍କ ଅଭିଯୋଗ କରି ସୋସିଆଲ ମିଡିଆରେ ପୋଷ୍ଟ କରିଥିବାବେଳେ ପରେ ଏହାକୁ ଡିଲିଟ୍‌ କରିଦେଇଥିବାରୁ ସେମାନେ ପୁଣିଥରେ ଏକାଠି ହୋଇପାରନ୍ତି ବୋଲି ଚର୍ଚ୍ଚା ଆରମ୍ଭ ହେଲାଣି। ବିବାଦକୁ ଟ୍ରମ୍ପ୍‌ ଗୁରୁତ୍ୱ ଦେଇ ନ ଥିବାବେଳେ ଏକତା ଜରୁରୀ ବୋଲି ମସ୍କ ସ୍ବୀକାର କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଜେଫ୍ରି ଏପ୍‌ଷ୍ଟେଇନ୍‌ ଜଣେ ଯୌନ ଅପରାଧୀ ଭାବେ ନିକଟରେ ଦୋଷୀସାବ୍ୟସ୍ତ ହୋଇଥିଲେ। ଉକ୍ତ ମାମଲାର ଫାଇଲ୍‌ରେ ଟ୍ରମ୍ପ୍‌ଙ୍କ ନାମ ଥିବାରୁ ଏହାକୁ ସର୍ବସାଧାରଣରେ ପ୍ରକାଶ କରାଯାଇ ନ ଥିବା ମସ୍କ ସୋସିଆଲ ମିଡିଆରେ ଲେଖିଥିଲେ। ପରେ ସେ ଉକ୍ତ ପୋଷ୍ଟକୁ ଡିଲିଟ୍‌ କରିଛନ୍ତି। ବିବାଦ ତୀବ୍ର ହେବା ପରେ ଟେସ୍‌ଲା ସିଇଓ ମସ୍କ ‘ଦି ଆମେରିକା ପାର୍ଟି’ ନାମରେ ନୂଆ ରାଜନୈତିକ ଦଳ ଗଠନ କରିବାକୁ ମଧ୍ୟ ପ୍ରସ୍ତାବ ଦେଇଥିଲେ, ଯାହାକୁ ସୋସିଆଲ ମିଡିଆ ୟୁଜରମାନେ ସମର୍ଥନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri