ପୁଣି ବିଶ୍ୱର ୧ ନମ୍ବର ଧନୀ ହେଲେ ମସ୍କ

ଓ୍ବାଶିଂଟନ୍‌,୨୮।୨: ଟେସଲା ସିଇଓ ଏଲନ ମସ୍କ ପୁଣି ବିଶ୍ୱର ଏକ ନମ୍ବର ଧନୀ ବ୍ୟକ୍ତି ହୋଇଛନ୍ତି। ଗତ ବର୍ଷ ଅଧିକ କ୍ଷତି ହେତୁ ବିଶ୍ୱର କୋଟିପତି ତାଲିକାରେ ଦୁଇ ନମ୍ବରକୁ ଖସି ଆସିଥିଲେ, କିନ୍ତୁ ଚଳିତ ବର୍ଷ ସମ୍ପତ୍ତି ବୃଦ୍ଧି ହେତୁ ସେ ବର୍ତ୍ତମାନ ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ହୋଇପାରିଛନ୍ତି। ଟୁଇଟର୍‌ ଏବଂ ଟେସଲାର ମାଲିକ ମସ୍କ ଫ୍ରାନ୍ସର ବିଲିୟନେୟାର ବର୍ନାର୍ଡ ଆର୍ନଲ୍ଟଙ୍କୁ ପଛରେ ପକାଇଛନ୍ତି।
ଗତ ବର୍ଷ ଡିସେମ୍ବରରେ ବର୍ନାର୍ଡ ମସ୍କକୁ ଅତିକ୍ରମ କରିଥିଲେ। ବ୍ଲୁମବର୍ଗ ବିଲିୟନେୟାରଙ୍କ ରିପୋର୍ଟ ଅନୁଯାୟୀ, ଏଲୋନ ମସ୍କ ମାତ୍ର ୨ ମାସ ମଧ୍ୟରେ ଏକ ନମ୍ବର ମୁକୁଟ ଫେରି ପାଇଛନ୍ତି। କିନ୍ତୁ ସେ ତଥାପି ଫୋର୍ବସ ବିଲିୟନେୟାର ତାଲିକାରେ ଦୁଇ ନମ୍ବରରେ ଅଛନ୍ତି।
ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସ ଅନୁଯାୟୀ, ଏଲନ ମସ୍କଙ୍କ ମୋଟ ସମ୍ପତ୍ତି ମୂଲ୍ୟ ୧୮୭ ବିଲିୟନ ଡ଼ଲାରରେ ପହଞ୍ଚିଥିବାବେଳେ ଦୁଇ ନମ୍ବରରେ ପହଞ୍ଚିଥିବା ବର୍ନାର୍ଡଙ୍କ ସମ୍ପତ୍ତି ୧୮୫ ବିଲିୟନ ଡଲାର ଅଛି। ଚଳିତ ବର୍ଷ ଏଲନ ମସ୍କଙ୍କ ସମ୍ପତ୍ତିରେ ରେକର୍ଡ ବୃଦ୍ଧି ଘଟିଛି। ଜାନୁଆରୀ ଠାରୁ, ମସ୍କ ତାଙ୍କ ସମ୍ପତ୍ତିରେ ୫୦.୧ ବିଲିୟନ ଡଲାର ବୃଦ୍ଧି କରିଛନ୍ତି। ସୋମବାର ମସ୍କଙ୍କ ସମ୍ପତ୍ତି ୬.୯୮ ବିଲିୟନ ଡଲାରରେ ବୃଦ୍ଧି ପାଇଛି।
୨୦୨୧ରେ ମସ୍କଙ୍କର ସମ୍ପତ୍ତି ୨୦୦ ବିଲିୟନ ଡଲାରରୁ ଅଧିକ ଥିଲା। ଗତ ବର୍ଷ ନଭେମ୍ବର ଏବଂ ଡିସେମ୍ବର ମାସରେ ତାଙ୍କ ସମ୍ପତ୍ତି ୧୫୦କୁ ହ୍ରାସ ଘଟିଥିଲା। ମସ୍କଙ୍କ ସମ୍ପତ୍ତି ହ୍ରାସ ଟେସଲା ଶେୟାର ବିକ୍ରି ହେତୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ପରେ CJPର ଆସିଲା ବଡ଼ ବୟାନ, କହିଲା…

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ଦୋଷୀମାନଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ ଟ୍ରାକ କୋର୍ଟ ଗଠନ କରାଯିବ। ସେ କହିଛନ୍ତି…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ଆନ୍ଦୋଳନ ଭିତରେ ଆକ୍ସନ ମୋଡକୁ ଆସିଲେ ଧର୍ମେନ୍ଦ୍ର ପ୍ରଧାନ: ନେଲେ ଏହି ପଦକ୍ଷେପ, ଓଡ଼ିଶାର ସାଂସଦଙ୍କ ସହିତ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

୧୦ ବର୍ଷରେ ୧୫୨ ପ୍ରଶ୍ନପତ୍ର ଲିକ୍‌, କାହାକୁ ବି ମିଳିନି ଦଣ୍ଡ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୨୩ା୭: ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରମାନେ କୌଣସି ଆତଙ୍କବାଦୀ ନୁହଁନ୍ତି। ସେମାନେ କେବଳ ଏକ ନିରପେକ୍ଷ ଓ ସ୍ବଚ୍ଛ ଶିକ୍ଷା ବ୍ୟବସ୍ଥା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri