ମସ୍କଙ୍କ ଟୁଇଟକୁ ନେଇ ଚର୍ଚ୍ଚା

ୱାଶିଂଟନ,୯ ।୫: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ଟୁଇଟର କ୍ରୟ କରିବା ପରେ ସବୁବେଳେ ରହୁଛନ୍ତି ଚର୍ଚ୍ଚାରେ । ଏବେ ତାଙ୍କର ଏକ ନୂଆ ଟୁଇଟ୍ ଚର୍ଚ୍ଚାକୁ ଆସିଛି । ଉକ୍ତ ଟୁଇଟରେ ସେ ‘ସନ୍ଦିଗ୍ଧ ପରିସ୍ଥିତିରେ ମୃତ୍ୟୁ’ କଥା କହିଛନ୍ତି । ତାଙ୍କର ଏହି ଟୁଇଟ ଉପରେ ଲୋକେ ଲଗାତର କମେଣ୍ଟ କରି ଚାଲିଛନ୍ତି ।
ମସ୍କ ତାଙ୍କ ଟୁଇଟରେ ଲେଖିଛନ୍ତି, ଯଦି ସନ୍ଦିଗ୍ଧ ଫପରିସ୍ଥିତିରେ ମୋର ମୃତ୍ୟୁ ହେଲା ତେବେ ଏହା ନାଇସ ନୋଇନ ୟା ହେବ । ମସ୍କଙ୍କ ଏହି ଟୁଇଟ ସିଧାଭାବେ କେହି ବୁଝି ପାରିଲେ ନାହିଁ । ହେଲେ ଅନୁମାନ କରାଯାଉଛି କି ଏଥିରେ ମସ୍କ ‘ନାଇସ ନୋଇନ ୟା’ ଗୀତ କଥା କହିଛନ୍ତି । ଏହାର ଅର୍ଥ ମସ୍କ ଲେଖିଛନ୍ତି, ଏହା ଟ୍ୱଣ୍ଟି୨ ନାମକ ବ୍ୟାଣ୍ଡର ଗୀତ । ଯାହା ୨୦୧୮ରେ ରିଲିଜ ହୋଇଥିଲା ।
ମସ୍କଙ୍କ ଏହି ଟୁଇଟ ଟାଇମ ଲାଇନରେ ଆସିବା ପରେ ଗୋଟିଏ ଘଣ୍ଟା ଭିତରେ ଭାଇରାଲ ହୋଇଯାଇଥିଲା । ଟୁଇଟକୁ ୩୦ହଜାରରୁ ଅଧିକ ଲୋକେ ରିଟୁଇଟ୍ କରି ସାରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri