ଟୁଇଟ୍‌ ଦେଖି ରାଗିଗଲେ ଏଲନ ମସ୍କଙ୍କ ମା’

କାଲିଫର୍ଣ୍ଣିଆ,୯।୫: ଟେସଲା କମ୍ପାନୀର ସିଇଓ ଏଲନ ମସ୍କ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ସୋମବାର ସେ ମୃତ୍ୟୁ ସମ୍ପର୍କରେ ଏକ ଟୁଇଟ କରିଛନ୍ତି। ଯାହାକୁ ନେଇ ସାରା ବିଶ୍ୱରେ ଖୁବ୍‌ ଆଲୋଚନା ହେଉଛି। ତାଙ୍କ ମା’ ମାୟେ ମସ୍କ ଏହି ଟୁଇଟ୍‌କୁ ଆଦୌ ପସନ୍ଦ କରିନାହାନ୍ତି।
ଏଲନ ମସ୍କ ଟୁଇଟ୍‌ କରି କହିଛନ୍ତି, ଯଦି ମୁଁ ରହସ୍ୟମୟ ପରିସ୍ଥିତିରେ ମରିଯାଏ, ତେବେ ଏହା ଭଲ ହେବ। ତାଙ୍କ ଟୁଇଟ୍‌ର ଜବାବ ଦେଇ ମାୟେ କହିଛନ୍ତି, ଏଭଳି ପରିହାସ ଭଲ ନୁହେଁ। ମା’ଙ୍କ ମନ ଦୁଃଖ ହେବା ଜାଣି ମସ୍କ କହିଛନ୍ତି, ଦୁଃଖିତ! ଜୀବିତ ରହିବାକୁ ମୁଁ ଚେଷ୍ଟା କରିବି।
ନିକଟରେ ୪୪ ବିଲିୟନ ଡଲାରରେ ଟୁଇଟର୍‌ କିଣିଥିବା ମସ୍କ ମୃତ୍ୟୁ ବିଷୟରେ ଟୁଇଟ୍‌ କରିବା ଏହା ପ୍ରଥମ ଘଟଣା ନୁହେଁ, ଚଳିତ ବର୍ଷ ମାର୍ଚ୍ଚରେ ସେ ଟୁଇଟ ଯୋଗେ କହିଥିଲେ, ମୃତ୍ୟୁ ତାଙ୍କ ପାଇଁ ଏକ ଆରାମ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲ ମୂଲ୍ୟ ବୃଦ୍ଧି, ସାରା ଦେଶରେ କ’ଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,,୨୫।୫: ଭାରତ ୯୦ ପ୍ରତିଶତ ଅଶୋଧିତ ତୈଳ ଆମଦାନୀ କରେ। ଏହି ଆମଦାନୀର ଅଧିକାଂଶ ଆରବ ରାଷ୍ଟ୍ରଗୁଡ଼ିକରୁ ଆସିଥାଏ । ତଥାପି ଫେବୃଆରୀ ୨୮ ତାରିଖରୁ, ମଧ୍ୟପ୍ରାଚ୍ୟରେ…

ଦୁଇ ଆଇପିଏସ୍‌ ଅଫିସରଙ୍କୁ ବଦଳି ରାଜ ପ୍ରସାଦ ରାୟଗଡ଼ା ଏସ୍‌ପି

ଗୁଣପୁର,୨୫।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଦୁଇ ଆଇପିଏସ୍‌ ଅଧିକାରୀଙ୍କୁ ଶନିବାର ରାଜ୍ୟ ସରକାର ବଦଳି କରିଛନ୍ତି। ଏସ୍‌ପି ସ୍ବାତି ଏସ୍‌. କୁମାରଙ୍କୁ ଏସଟିଏଫ ଭୁବନେଶ୍ୱରକୁ ବଦଳି ହୋଇଛି ।…

ପେଟ୍ରୋଲ-ଡିଜେଲ ଦର ବଢିବା ପରେ କଂଗ୍ରେସ କହିଲା, ‘Inflation Man’s Extortion…’

ନୂଆଦିଲ୍ଲୀ,୨୫।୫: ଗତ ୧୦ ଦିନ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲର ଚତୁର୍ଥ ମୂଲ୍ୟ ବୃଦ୍ଧି ପରେ କଂଗ୍ରେସ ଦଳ ଏହାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛି। ପ୍ରଧାନମନ୍ତ୍ରୀ…

‘ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଯାଏ କାର୍ଯ୍ୟବନ୍ଦ କର’

ଭୁବନେଶ୍ୱର,୨୫।୫(ରବିନାରାୟଣ ଜେନା): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ ନ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି…

ଜିଲାପାଳଙ୍କ ନିର୍ଦ୍ଦେଶକୁ ଅଣଦେଖା, ଦିନରାତି ଜଳୁଛି ଇଟାଭାଟି

ରସୁଲପୁର,୨୫ା୫(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଜଳୁଛି। ବାୟୁମଣ୍ଡଳ ତାପମାତ୍ରା ୪୨ଂ ଉପରେ ରହୁଥିବାବେଳେ ଅସାଧୁ ଇଟା ବ୍ୟବସାୟୀ ବେଧଡ଼କ ଇଟାଭାଟିରେ…

ମହାରାଷ୍ଟ୍ରରେ ଭୟଙ୍କର ସଡ଼କ ଦୁର୍ଘଟଣା, ୬ ମୃତ ଆଶଙ୍କା

ମୁମ୍ବାଇ,୨୫।୫: ବିଳମ୍ବିତ ରାତିରେ, ମହାରାଷ୍ଟ୍ରର ଧୂଲେ ତାଲୁକାର ଲାଲିଙ୍ଗ ଘାଟରେ ମୁମ୍ବାଇ-ଆଗ୍ରା ରାଜପଥରେ ତିନୋଟି ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣାରେ, ଏକ ଡମ୍ପର ଏକ ଟ୍ରକ…

ଭାଜପାର ବିଜୟକୁ ନେଇ ବର୍ଷିଲେ ଅଭିଷେକ ବାନାର୍ଜୀ !

କୋଲକାତା,୨୫।୫: ପଶ୍ଚିମବଙ୍ଗର ଫାଲଟା ବିଧାନସଭା ଆସନ ପାଇଁ ଅନୁଷ୍ଠିତ ନିର୍ବାଚନରେ, ଭାଜପାର ଦେବାଂଶୁ ପଣ୍ଡା ସିପିଆଇ(ଏମ)ର ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଶମ୍ଭୁ ନାଥ କୁର୍ମିଙ୍କୁ ୧୦୯,୦୨୧ ଭୋଟର ବିପୁଳ…

ପୋଲିସକୁ ଦେଖି ଖସି ଯାଉଥିଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରିଲା ପରେ ମିଳିଲା…

ଲକ୍ଷ୍ମୀପୁର,୨୫ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ କାକିରିଗୁମା ଥାନା ପୋଲିସ ଦ୍ବାରା ବିଳମ୍ବିତ ରାତିରେ ପାଟ୍ରୋଲିଂ କରୁଥିବା ସମୟରେ ଏକ ଗଞ୍ଜେଇକୁ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri