ଟୁଇଟର୍‌ ବୋର୍ଡରେ ସାମିଲ ହେବେ ନାହିଁ ଏଲନ ମସ୍କ

କାଲିଫର୍ଣ୍ଣିଆ,୧୧।୪: ଟେସ୍‌ଲା ଓ ସ୍ପେସ-ଏକ୍ସର ସିଇଓ ତଥା ବିଶ୍ୱର ଏକ ନମ୍ବର ଧନୀ ଏଲନ ମସ୍କ ଟୁଇଟର୍‌ ବୋର୍ଡରେ ସାମିଲ ହେବେ ନାହିଁ ବୋଲି ଜଣାପଡିଛି। ଟୁଇଟର୍‌ରେ ଶେୟାର କିଣିବା ପରେ ମସ୍କ କମ୍ପାନୀ ବୋର୍ଡରେ ସାମିଲ ହେବେ କୁହାଯାଉଥିଲା। କିନ୍ତୁ ଟୁଇଟର୍‌ ସିଇଓ ପରାଗ ଅଗ୍ରୱାଲ ମସ୍କ ଦ୍ୱନ୍ଦ ଦୂର କରିଚନ୍ତି। ମସ୍କ ଟୁଇଟର୍‌ ବୋର୍ଡରେ ସାମିଲ ହେବେ ନାହିଁ ବୋଲି ପରାଗ ଅଗ୍ରୱାଲ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ସେ ଟୁଇଟ୍‌ରେ ଲେଖିଛନ୍ତି, ଏଲନ ଆମ ବୋର୍ଡରେ ଯୋଗ ନ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ବୋର୍ଡ ଓ ସେ ଏଲନଙ୍କୁ ନେଇ ଅନେକ ଆଲୋଚନା କରିଥିଲେ। ସିଧାସଳଖ ଭାବେ ଏଲନଙ୍କ ସହ ଏନେଇ ଆଲୋଚନା ହୋଇଥିଲା। ଏଲନ କମ୍ପାନୀର ଏକ ବଡ ଦାୟିତ୍ୱ ନେବେ ବୋଲି ବିଶ୍ୱାସ ଥିଲା। ସେ ବୋର୍ଡ ମେମ୍ବର ଓ ଶେୟାର ହୋଲ୍ଡରଙ୍କ ସହ ମିଶି କାମ କରିଥାନ୍ତେ। ବୋର୍ଡ ତାଙ୍କୁ ଅନେକ ଅଫର୍‌ ଦେଇଥିଲା। କିନ୍ତୁ ସେ ମନା କରିଦେଇଥିଲେ। ଏହା ପୂର୍ବରୁ ଏଲନଙ୍କୁ ଟୁଇଟର୍‌ ବୋର୍ଡରେ ନିଯୁକ୍ତି ଦିଆଯିବ ବୋଲି ପରାଗ ଟୁଇଟ୍‌ କରି ସୂଚନା ଦେଇଥିଲେ।
ସୂଚନାଯୋଗ୍ୟ, ଗତ ସପ୍ତାହରେ ଏଲନ ଟୁଇଟରର ୯.୨ ପ୍ରତିଶତ ଶେୟାର କିଣିଥିଲେ। ଏହାସହ ସେ କମ୍ପାନୀର ସବୁଠାରୁ ବଡ ଶେୟାର ହୋଲ୍ଡର ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri