ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ଏଲନ ମସ୍କଙ୍କ ବିବାଦୀୟ ବୟାନ, କହିଲେ କମଲା-ବାଇଡେନଙ୍କୁ ତ କେହି…

ଓ୍ବାଶିଂଟନ,୧୬ା୯: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଦ୍ୱିତୀୟଥର ଗୁଳିମାଡ଼ ହୋଇ ହତ୍ୟା ଉଦ୍ୟମ କରାଯାଇଛି। ଏହା ପରେ ବିଶ୍ୱର ପ୍ରତିଷ୍ଠିତ ଶିଳ୍ପପତି ଏଲନ୍‌ ମସ୍କ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି। ଏଥିରେ ସେ ଉଦ୍‌ବେଗ ପ୍ରକାଶ କରି ଲେଖିଛନ୍ତି, କମଲା ହାରିସ୍‌ ଏବଂ ଜୋ ବାଇଡେନଙ୍କୁ ହତ୍ୟା କରିବା ପାଇଁ କେହି ବି ଉଦ୍ୟମ କରୁନାହାନ୍ତି। ମସ୍କଙ୍କ ଏହି ଟୁଇଟ୍‌ ପରେ ସୋସିଆଲ ମିଡିଆରେ ଉତ୍ତେଜନା ପ୍ରକାଶ ପାଇଛି। କେହି କେହି ମସ୍କଙ୍କୁ ପ୍ରଶ୍ନ କରୁଛନ୍ତି ତ ଆଉ କେହି ସମର୍ଥନ ଜଣାଉଛନ୍ତି।

ମସ୍କଙ୍କୁ ଜଣେ ୟୁଜର ଟ୍ରମ୍ପଙ୍କୁ କାହିଁକି ହତ୍ୟା କରିବାକୁ ଚାହୁଁଛନ୍ତି ବୋଲି ପଚାରିଥିଲେ। ଅନ୍ୟ ଜଣେ ୟୁଜର ମସ୍କକୁ ଲକ୍ଷ୍ୟ କରି କହିଥିଲେ, ‘ତୁମର କ’ଣ ଭୁଲ୍‌ ଅଛି, କିଛି ପୋଷ୍ଟ କରିବା ପୂର୍ବରୁ କିଛି ଭାବୁଛ ନା ନାହିଁ?’ ଅନ୍ୟ ଜଣେ ୟୁଜର ଲେଖିଛନ୍ତି, କେହି କାହାକୁ ମାରିବାକୁ ଚେଷ୍ଟା କରୁନାହାନ୍ତି। ଏହା ବ୍ୟତୀତ ଆଉ ଜଣେ ବ୍ୟକ୍ତି ଲେଖିଛନ୍ତି, ବାଇଡେନଙ୍କ ଯୁଗରେ ଟ୍ରମ୍ପଙ୍କ ବିରୋଧରେ ଅନେକ ଘଟଣା ଘଟିଛି, ତାଙ୍କୁ କାହିଁକି ବାରଣ କରାଯାଉ ନାହିଁ? ଏହି ଆକ୍ରମଣ ପରେ ଟ୍ରମ୍ପ ମଧ୍ୟ ଟୁଇଟ୍‌ କରିଛନ୍ତି।

ଫ୍ଲୋରିଡାରେ ଗଲ୍ଫ ଖେଳୁଥିବା ବେଳେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ପୁଣି ଗୁଳିମାଡ଼ ହୋଇଛି। ତେବେ ଟ୍ରମ୍ପଙ୍କ ଦେହରେ ଗୁଳି ବାଜି ନାହିଁ। ସେ ସୁରକ୍ଷିତ ଥିବା ଜଣାପଡ଼ିଛି। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ତାଙ୍କଠାରୁ ଏକେ-୪୭ ରାଇଫଲ୍‌ ଜବତ କରାଯାଇଛି। ଏଫ୍‌ବିଆଇ ପୋଲିସ ତଦନ୍ତ କରୁଛି।

ସୂଚନା ଥାଉକି,  ପୂର୍ବରୁ ଜୁଲାଇ ୧୩ରେ ପେନ୍‌ସିଲ୍‌ଭାନିଆରେ ମଧ୍ୟ ଟ୍ରମ୍ପଙ୍କୁ ହତ୍ୟା ଉଦ୍ୟମ ହୋଇଥିଲା।  ଆୟୋଜିତ ଏକ ରାଲିରେ ଟ୍ରମ୍ପଙ୍କ ଉପରକୁ ଗୁଳିମାଡ଼ ହୋଇଥିଲା । ଗୁଳି ଶବ୍ଦ ଶୁଣି ଟ୍ରମ୍ପଙ୍କ ଅଙ୍ଗରକ୍ଷୀମାନେ ତାଙ୍କୁ ମଞ୍ଚ ଉପରୁ ଓହ୍ଲାଇ ଦେଇଥିଲେ । ଏହି ସମୟରେ ତାଙ୍କର ଡାହାଣ କାନରୁ ରକ୍ତ ବାହାରୁଥିବା ଦେଖିବାକୁ ମିଳିଥିଲା । ଟ୍ରମ୍ପ ଅଳ୍ପକେ ବର୍ତ୍ତି ଯାଇଥିଲେ । ଅନ୍ୟପଟେ ଏହି ଗୁଳିମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri