ଏକ୍ସ’କୁ ବ୍ୟାନ୍‌

ସାଓ ପାଉଲୋ, ୧।୯: ମାଇକ୍ରୋବ୍ଲଗିଂ ପ୍ଲାଟ୍‌ଫର୍ମ ଏକ୍ସ’କୁ ଶନିବାର ବ୍ରାଜିଲ ବ୍ୟାନ୍‌ କରିଛି। ୨୪ ଘଣ୍ଟା ମଧ୍ୟରେ ଜଣେ ଆଇନ ଅଧିକାରୀଙ୍କୁ ନିଯୁକ୍ତ କରିବା ପାଇଁ ଶୁକ୍ରବାର ବ୍ରାଜିଲର ସୁପ୍ରିମକୋର୍ଟ ଏକ୍ସ’କୁ ଡେଡ୍‌ଲାଇନ ଜାରି କରିଥିଲେ। ତେବେ ଏକ୍ସ’ ପକ୍ଷରୁ ବ୍ରାଜିଲରେ ଆଇନ ଅଧିକାରୀଙ୍କୁ ନିଯୁକ୍ତ କରାଯାଇ ନ ଥିବାରୁ ଜଷ୍ଟିସ୍‌ ଆଲେକଜାଣ୍ଡର ଡି ମାରିଆସ ଦେଶବ୍ୟାପୀ ଏହାକୁ ବ୍ୟାନ୍‌ କରିବା ପାଇଁ ଆଦେଶ ଜାରି କରିଛନ୍ତି। ଏହାପୂର୍ବରୁ ଗତ ୧୭ ତାରିଖରେ ଏକ୍ସ’ ନିଜର ପୁରୁଣା ଆଇନ ଅଧିକାରୀଙ୍କୁ ଜେଲ୍‌ରେ ରଖିବାକୁ ବ୍ରାଜିଲରୁ ଧମକ ମିଳୁଥିବା ଦାବିକରି ନିଜର କାର୍ଯ୍ୟାଳୟକୁ ବନ୍ଦ କରିଦେଇଥିଲା। ସ୍ଥାନୀୟ ମିଡିଆ ରିପୋର୍ଟ ଅନୁଯାୟୀ, ଅନେକ ମାସ ଧରି ଦେଶରେ ଜଣେ ଆଇନ ଅଧିକାରୀଙ୍କୁ ନିଯୁକ୍ତ କରିବା ନେଇ କୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ ନ କରିବାରୁ ବ୍ରାଜିଲରେ ଏକ୍ସ’ ବିବାଦରେ ରହିଆସିଥିଲା। ଦେଶର ଗଣତନ୍ତ୍ରକୁ ଦୁର୍ବଳ କରୁଥିବା କଣ୍ଟେଣ୍ଟ୍‌କୁ ପ୍ରୋତ୍ସାହନ ଯୋଗାଉଥିବା ଏକ୍ସ’ର ଅଧିକାରୀମାନଙ୍କୁ ହଟାଇବାକୁ ବ୍ରାଜିଲରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ଦାବି କରାଯାଉଥିଲା। ତେବେ ନିର୍ଦ୍ଦେଶ ପାଳନ ନ କରିଥିବା ହେତୁ ବ୍ରାଜିଲର ସୁପ୍ରିମ ଫେଡେରାଲ କୋର୍ଟ ଏକ୍ସ’ ଉପରେ ୩ ମିଲିୟନ ଡଲାରର ଜରିମାନା ଲଗାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ…

ଆମେରିକାକୁ ପାଲଟା ଧମକ ଦେଲା ଇରାନ: ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ…

ଓ୍ବାଶିଂଟନ୍‌,୨୩ା୩(ରଏଟର୍ସ):ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ବେଳକୁ ବେଳ ବଢ଼ି ଚାଲିଥିଲାବେଳେ ହର୍ମୁଜ୍‌ ଷ୍ଟ୍ରେଟ୍‌ ଦେଇ ତୈଳ ପରିବହନ ପ୍ରସଙ୍ଗ ଉଭୟ ପକ୍ଷଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିଛି।…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ସୁଦାନ ହସ୍ପିଟାଲ ଉପରେ ବଡ଼ଧରଣର ଆକ୍ରମଣ: ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ନିନ୍ଦା କରି କହିଲେ…

କାଇରୋ,୨୨ା୩: ସୁଦାନର ଡାର୍‌ପୁର ଅଞ୍ଚଳରେ ଥିବା ଏକ ହସ୍ପିଟାଲ ଉପରେ ଆକ୍ରମଣ ଯୋଗୁ ୧୩ ଜଣ ପିଲାଙ୍କ ସମେତ ଅନୂ୍ୟନ ୬୪ ଜଣଙ୍କ ମୃତ୍ୟୁ ଘଟିଥିବା ବିଶ୍ୱ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri