କଲଭର୍ଟ, ରାସ୍ତା ନିର୍ମାଣ ଦାବିରେ ଗଣଧାରଣା

ଦିଗପହଣ୍ଡି,୨ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକୟାଁ ଛକ ଆସିକା-ଦିଗପହଣ୍ଡି ୩୨୬ ନଂ ଜାତୀୟ ରାଜପଥ ମୁଖ୍ୟରାସ୍ତାରେ କଲଭର୍ଟ ଓ ଡ୍ରେନ ନିର୍ମାଣ ଦାବିରେ ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା,ନଗର କଂଗ୍ରେସ ସଭାପତି ତଥା କାଉନସିଲର ଦୀପକ କୁମାର ମିଶ୍ର, ସୁନୀଲ କୁମାର ପଣ୍ଡା, କାଉନସିଲର ପ୍ରତିନିଧି ରଞ୍ଜିତ ବେହେରା, ଇ.ଶଙ୍କର,ଆଇନଜୀବୀ ମନୋଜ କୁମାର ପଣ୍ଡା, ପ୍ରକାଶ ପାଣିଗ୍ରାହୀ, ବାବୁ ପାଢ଼ୀ, ଭୀମ ପଟ୍ଟନାୟକ,ଗୌରଚନ୍ଦ୍ର ପୂଜାରୀ, ଟିକିନା ପଟ୍ଟନାୟକ, ଶିବ ପ୍ରଧାନ, ଗଙ୍ଗା ମହାନ୍ତିଙ୍କ ନେତୃତ୍ୱରେ ସ୍ଥାନୀୟ ବାସିନ୍ଦାଙ୍କ ପକ୍ଷରୁ ସୋମବାର ପୂର୍ବାହ୍ନ ୧୧ ଟାରୁ ଅପରାହ୍ନ ୧ଟା ଯାଏ ଦୁଇ ଘଣ୍ଟା ବ୍ୟାପୀ ରାସ୍ତା ଅବରୋଧ କରାଯାଇଥିଲା। ଆନ୍ଦୋଳନକାରୀମାନେ ଗାଡ଼ି ଚଳାଚଳ ବନ୍ଦ କରିବାରୁ ରାସ୍ତାର ଉଭୟ କଡ଼ରେ ବହୁ ସଂଖ୍ୟକ ଗାଡ଼ିମୋଟର ଅଟକି ରହିଥିଲା। ସ୍ଥାନୀୟ ତହସିଲଦାର ସନ୍ତୋଷ କୁମାର ସାହୁ, ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ଘଟଣାସ୍ଥଳରେ ପହଞ୍ଚି ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ସହ ଫୋନରେ କଥା ହୋଇ ସପ୍ତାହକ ମଧ୍ୟରେ କଲଭର୍ଟ, ରାସ୍ତା ଓ ଡ୍ରେନ ନିର୍ମାଣ କରାଯିବାର ପ୍ରତିଶ୍ରୁତି ଦେବା ପରେ ରାସ୍ତା ଅବରୋଧ ପ୍ରତ୍ୟାହୃତ ହୋଇଥିଲା। ଦୀର୍ଘଦିନ ହେଲା ରାସ୍ତା ନିର୍ମାଣ କରାଯାଉନାହିଁ। କଲଭର୍ଟ ଏବଂ ରାସ୍ତାର ଉଭୟ କଡ଼ରେ ଡ୍ରେନ ନିର୍ମାଣ କରାଯାଉନଥିବାରୁ ସାମାନ୍ୟ ବର୍ଷା ହେଲେ ନର୍ଦ୍ଦମା ପାଣି ଲୋକଙ୍କ ଘରେ ପଶୁଛି। ସ୍ଥାନୀୟ ବାସିନ୍ଦାଙ୍କ ପକ୍ଷରୁ ବାରମ୍ବାର ଦାବି ଆପତ୍ତି ସତ୍ତ୍ୱେ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ ସେଥିପ୍ରତି କର୍ଣ୍ଣପାତ କରୁ ନ ଥିବା ପ୍ରତିବାଦରେ ଲୋକେ ରାସ୍ତା ଅବରୋଧ କରିଥିଲେ ବୋଲି ଏନ୍‌ଏସି ଅଧ୍ୟକ୍ଷ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ପ୍ରତିଶ୍ରୁତି ମୁତାବକ ସପ୍ତାହକ ମଧ୍ୟରେ ସମସ୍ୟାର ସ୍ଥାୟୀ ସମାଧାନ କରା ନ ଗଲେ ସ୍ଥାନୀୟ ବାସିନ୍ଦାଙ୍କ ନେତୃତ୍ୱରେ ଅନିର୍ଦ୍ଦିଷ୍ଟ କାଳ ଯାଏ ରାସ୍ତା ଅବରୋଧ କରାଯିବ ବୋଲି ନଗର କଂଗ୍ରେସ ସଭାପତି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri