ଭାରତୀୟ ନାଗରିକ-ଛାତ୍ରଙ୍କୁ ୟୁକ୍ରେନ ଛାଡିବାକୁ ପରାମର୍ଶ: ଆଡଭାଇଜରି ଜାରି କଲା ଦୂତାବାସ

କାଇଭ,୧୫।୨: ୟୁକ୍ରେନ-ରୁଷ ତିକ୍ତତା ଏବେ ବୃଦ୍ଧି ପାଉଥିବା ବେଳେ ଯୁଦ୍ଧ ଆଶଙ୍କା ଘନେଇବାରେ ଲାଗିଛି। ଇତିମଧ୍ୟରେ ୟୁକ୍ରେନର ରାଜଧାନୀ କାଇଭରେ ଥିବା ଭାରତୀୟ ଦୂତାବାସ ଭାରତୀୟ ନାଗରିକଙ୍କୁ ବିଶେଷ କରି ଛାତ୍ରମାନଙ୍କୁ ସାମୟିକ ଭାବେ ଦେଶ ଛାଡିବାକୁ ପରାମର୍ଶ ଦେଇଛି। ମଙ୍ଗଳବାର ଦୂତାବାସ ପକ୍ଷରୁ ଏକ ଆଡ଼ଭାଇଜରି ଜାରି କରାଯାଇଛି। ଯେଉଁଥିରେ ଉଲ୍ଲେଖ କରାଯାଇଛି ଯେ, ୟୁକ୍ରେନରେ ବର୍ତ୍ତମାନର ଅନିଶ୍ଚିତତା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ସରକାର ସମସ୍ତ ନାଗରିକଙ୍କୁ, ବିଶେଷକରି ଛାତ୍ରମାନଙ୍କୁ ୟୁକ୍ରେନ ଛାଡି ଦେଶକୁ ଫେରିଯିବାକୁ ପରାମର୍ଶ ଦେଇଛନ୍ତି। କେବଳ ସେତିକି ନୁହେଁ ଉକ୍ତ ଚିଠିରେ କରାଯାଇଛି ଯେ, ୟୁକ୍ରେନରେ ଥିବା ଭାରତୀୟ ନାଗରିକମାନେ କୌଣସି କାମ ନ ଥିଲେ ଘରୁ ବାହାରକୁ ଯାଆନ୍ତୁ ନାହିଁ କିମ୍ବା ଆବଶ୍ୟକ ନ ଥିଲେ ନାଗରିକମାନେ ୟୁକ୍ରେନ ଯାତ୍ରା ମଧ୍ୟ କରନ୍ତୁ ନାହିଁ। ଏଥିସହ ଭାରତୀୟ ନାଗରିକଙ୍କୁ ୟୁକ୍ରେନରେ ସେମାନଙ୍କ ଉପସ୍ଥିତି ବିଷୟରେ ଦୂତାବାସକୁ ଜଣାଇବାକୁ ଅନୁରୋଧ କରାଯାଇଛି। ଯାହାଦ୍ୱାରା ଆବଶ୍ୟକସ୍ଥଳେ ସେମାନଙ୍କ ନିକଟକୁ ସାହାଯ୍ୟ ପହଞ୍ଚାଯାଇପାରିବ। ସୂଚନା ମୁତାବକ ଏହାପୂର୍ବରୁ ଗତ ଜାନୁଆରୀରେ ୟୁକ୍ରେନରେ ଥିବା ଭାରତୀୟ ଦୂତାବାସ ଏକ ଫର୍ମ ଜାରି କରିଥିଲା। ଏହି ଫର୍ମରେ ସମସ୍ତ ଭାରତୀୟ ନାଗରିକଙ୍କୁ ଜାନୁୟାରୀ ୩୧ସୁଦ୍ଧା ସେମାନଙ୍କ ତଥ୍ୟ ପୂରଣ କରିବାକୁ ଏକ ଆବେଦନ କରାଯାଇଥିଲା। ଯାହାଦ୍ୱାରା ଭାରତୀୟମାନଙ୍କୁ ଆବଶ୍ୟକ ସୂଚନା ଏବଂ ସହାୟତା ଯୋଗାଇଦିଆଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଅତି ଜରୁରୀ ନ ଥିଲେ ଯାତ୍ରା କରନ୍ତୁ ନାହିଁ

ଆବୁଧାବି,୨୦।୪: ସଂଯୁକ୍ତ ଆରବ ଏମିରେଟ୍‌ସ(ୟୁଏଇ)ରେ ଭୟଙ୍କର ବନ୍ୟା ମଧ୍ୟରେ ଫସିରହିଥିବା ଭାରତୀୟଙ୍କ ପାଇଁ ନୂଆ ଆଡ୍‌ଭାଇଜରି ଜାରି ହୋଇଛି। ଦୁବାଇରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ...

ଇରାନରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ଦୁବାଇ,୨୦ା୪: ଇରାନ୍‌ ଉପରେ ଇସ୍ରାଏଲୀ ସେନା ଶୁକ୍ରବାର ମିଶାଇଲ୍‌ ଆକ୍ରମଣ କରିଥିବା ଆମେରିକାର ଜଣେ ବରିଷ୍ଠ ସେନା ଅଧିକାରୀ ସୂଚନା ଦେଇଛନ୍ତି। ଇରାକ୍‌ ଓ ସିରିଆରେ...

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri