ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣରେ ଅର୍ଥ ହେରଫେର: ଅବସରପ୍ରାପ୍ତ ବିଡିଓ, ପିଇଓଙ୍କୁ ୪ବର୍ଷ ଜେଲ

ଜୟପୁର,୨୧ା୩(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ୍‌ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣରେ ହୋଇଥିବା ଅନିୟମିତତା ନେଇ ଅଭିଯୋଗ ହୋଇଥିଲା। ଏହାକୁ ଭିତ୍ତିକରି ଜୟପୁରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ମାମଲା ରୁଜୁ ହୋଇଥିଲା। ଏହାର ଗୁରୁବାର ଶୁଣାଣି ହୋଇଛି । ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଅବସରପ୍ରାପ୍ତ ବିଡିଓ ରମେଶ ଚନ୍ଦ୍ର ସାହୁ (୬୫) ଓ ଅନକାଡେଲିରେ କାର୍ଯ୍ୟରତ ପିଇଓ ଗୌରହରି ରାଉତ (୫୮)ଙ୍କୁ କୋର୍ଟ ଦଣ୍ଡିତ କରିଛନ୍ତି । ବିଭିନ୍ନ ଦଫାରେ ଉଭୟଙ୍କୁ ୪ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଏଥିସହ ୧ ଲକ୍ଷ ୫୫ ହଜାର ଟଙ୍କା ଆର୍ଥତ୍କ ଜରିମାନା କରାଯାଇଛି। ଏହା ଅନାଦେୟ ହେଲେ ଅଧିକ ଦଣ୍ଡ ଭୋଗିବାକୁ ରାୟରେ କୁହାଯାଇଛି।

ମାମଲାର ବିବରଣୀରୁ ଜଣାପଡ଼ିଛି, ନାରାୟଣପାଟଣା ବ୍ଲକ୍‌ରେ ପୂର୍ବତନ ବିଡିଓ ରମେଶ ଚନ୍ଦ୍ର ସାହୁ ଓ ବର୍ତ୍ତମାନର ଅନକାଡେଲି ପିଇଓ ଗୌରହରି ରାଉତ ସେଠାରେ କାର୍ଯ୍ୟ କରୁଥିବା ବେଳେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣରେ ୬ ଲକ୍ଷ ଟଙ୍କା ହେରଫେର କରିଥିଲେ। ନାରାୟଣପଟଣା ବ୍ଲକର ବିଜାଘାଟି ପଞ୍ଚାୟତର ଟଭାପଦର ଗ୍ରାମରେ ଅଙ୍ଗନଓ୍ବାଡି ଗୃହ ନିର୍ମାଣ, ପୋଡ଼ାପଦର ଗ୍ରାମର ମାଙ୍କିଡ଼ିଠାରେ ଅଙ୍ଗନଓ୍ବାଡି କେନ୍ଦ୍ର ଗୃହ ନିର୍ମାଣରେ ଦୁର୍ନୀତି ହୋଇଥିବା ନେଇ ଭିଜିଲାନ୍ସରେ ଅଭିଯୋଗ ହୋଇଥିଲା। ଏହାକୁ ଭିତ୍ତିକରି ଭିଜିଲାନ୍ସ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଥିଲା। ସମସ୍ତ ତଥ୍ୟ ପ୍ରମାଣକୁ ଭିତ୍ତିକରି କୋର୍ଟ ଉପରୋକ୍ତ ଶୁଣାଣି କରିଛନ୍ତି। ସରକାରୀ ଓକିଲ ଶଶିଧର ପଟ୍ଟନାୟକ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri