ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣରେ ଅର୍ଥ ହେରଫେର: ଅବସରପ୍ରାପ୍ତ ବିଡିଓ, ପିଇଓଙ୍କୁ ୪ବର୍ଷ ଜେଲ

ଜୟପୁର,୨୧ା୩(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ୍‌ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣରେ ହୋଇଥିବା ଅନିୟମିତତା ନେଇ ଅଭିଯୋଗ ହୋଇଥିଲା। ଏହାକୁ ଭିତ୍ତିକରି ଜୟପୁରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ମାମଲା ରୁଜୁ ହୋଇଥିଲା। ଏହାର ଗୁରୁବାର ଶୁଣାଣି ହୋଇଛି । ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଅବସରପ୍ରାପ୍ତ ବିଡିଓ ରମେଶ ଚନ୍ଦ୍ର ସାହୁ (୬୫) ଓ ଅନକାଡେଲିରେ କାର୍ଯ୍ୟରତ ପିଇଓ ଗୌରହରି ରାଉତ (୫୮)ଙ୍କୁ କୋର୍ଟ ଦଣ୍ଡିତ କରିଛନ୍ତି । ବିଭିନ୍ନ ଦଫାରେ ଉଭୟଙ୍କୁ ୪ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଏଥିସହ ୧ ଲକ୍ଷ ୫୫ ହଜାର ଟଙ୍କା ଆର୍ଥତ୍କ ଜରିମାନା କରାଯାଇଛି। ଏହା ଅନାଦେୟ ହେଲେ ଅଧିକ ଦଣ୍ଡ ଭୋଗିବାକୁ ରାୟରେ କୁହାଯାଇଛି।

ମାମଲାର ବିବରଣୀରୁ ଜଣାପଡ଼ିଛି, ନାରାୟଣପାଟଣା ବ୍ଲକ୍‌ରେ ପୂର୍ବତନ ବିଡିଓ ରମେଶ ଚନ୍ଦ୍ର ସାହୁ ଓ ବର୍ତ୍ତମାନର ଅନକାଡେଲି ପିଇଓ ଗୌରହରି ରାଉତ ସେଠାରେ କାର୍ଯ୍ୟ କରୁଥିବା ବେଳେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣରେ ୬ ଲକ୍ଷ ଟଙ୍କା ହେରଫେର କରିଥିଲେ। ନାରାୟଣପଟଣା ବ୍ଲକର ବିଜାଘାଟି ପଞ୍ଚାୟତର ଟଭାପଦର ଗ୍ରାମରେ ଅଙ୍ଗନଓ୍ବାଡି ଗୃହ ନିର୍ମାଣ, ପୋଡ଼ାପଦର ଗ୍ରାମର ମାଙ୍କିଡ଼ିଠାରେ ଅଙ୍ଗନଓ୍ବାଡି କେନ୍ଦ୍ର ଗୃହ ନିର୍ମାଣରେ ଦୁର୍ନୀତି ହୋଇଥିବା ନେଇ ଭିଜିଲାନ୍ସରେ ଅଭିଯୋଗ ହୋଇଥିଲା। ଏହାକୁ ଭିତ୍ତିକରି ଭିଜିଲାନ୍ସ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଥିଲା। ସମସ୍ତ ତଥ୍ୟ ପ୍ରମାଣକୁ ଭିତ୍ତିକରି କୋର୍ଟ ଉପରୋକ୍ତ ଶୁଣାଣି କରିଛନ୍ତି। ସରକାରୀ ଓକିଲ ଶଶିଧର ପଟ୍ଟନାୟକ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri