Posted inଜାତୀୟ

‘ଜରୁରୀକାଳୀନ ପରିସ୍ଥିତ ଭାରତୀୟ ଗଣତନ୍ତ୍ର ଉପରେ କଳାଦାଗ’

ମ୍ୟୁନିକ୍‌,୨୬ା୬: ଜି ୭ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜର୍ମାନୀର ମ୍ୟୁନିକ୍‌ରେ ପହଞ୍ଚିଛନ୍ତି। ଭାରତ ଜି ୭ର ସଦସ୍ୟ ହୋଇ ନ ଥିଲେ ହେଁ ଜର୍ମାନୀ ପକ୍ଷରୁ ସ୍ବତନ୍ତ୍ର ଭାବେ ନିମନ୍ତ୍ରିତ ହୋଇ ମୋଦି ସେଠାକୁ ଯାଇଛନ୍ତି। ମୁନିକ୍‌ ବିମାନବନ୍ଦରରେ ଅବତରଣ ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପରେ ସେ ଅଡି ଡୋମ୍‌ ଇନ୍‌ଡୋର ଏରେନାରେ ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ବୋଧନ ଦେଇ କହିଥିଲେ, ‘୪୭ ବର୍ଷ ତଳେ ଭାରତୀୟ ଗଣତନ୍ତ୍ରକୁ ବନ୍ଧକ ରଖିବାକୁ ପ୍ରୟାସ ହୋଇଥିଲା। ଜରୁରୀକାଳୀନ ପରିସ୍ଥିତ ଭାରତୀୟ ଗଣତନ୍ତ୍ର ଉପରେ କଳାଦାଗ। ଆମେ ଭାରତୀୟ ଯେଉଁଠି ବି ରହୁ ଆମ ଗଣତନ୍ତ୍ର ପାଇଁ ଗର୍ବିତ। ପ୍ରତ୍ୟେକ ଭାରତୀୟ ଗର୍ବର ସହିତ କହିପାରିବେ ଭାରତ ଗଣତନ୍ତ୍ରର ଜନ୍ମଦାତା’

ଦୁଇଦିନିଆ ଗସ୍ତ ବେଳେ ସେ ଜି ୭ ଏବଂ ଅତିଥି ରାଷ୍ଟ୍ରଗୁଡ଼ିକର ନେତାଙ୍କ ସହ ସାକ୍ଷାତ୍‌ କରି ପରିବେଶ, ଶକ୍ତି, ଜଳବାୟୁ, ଖାଦ୍ୟ ସୁରକ୍ଷା, ସ୍ବାସ୍ଥ୍ୟ, ଆତଙ୍କବାଦ ମୁକବିଲା, ଲିଙ୍ଗଗତ ସମାନତା ଓ ଗଣତନ୍ତ୍ର ଭଳି ସାମ୍ପ୍ରତିକ ପ୍ରସଙ୍ଗ ଉପରେ ଭାବ ବିନିମୟ କରିବେ। ଏହା ପରେ ୨୮ ତାରିଖରେ ମୋଦି ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଗସ୍ତ କରି ପରଲୋକଗତ ରାଷ୍ଟ୍ରପତି ତଥା ଆବୁଧାବି ଶାସକ ଶେଖ୍‌ ଖଲିଫା ବିନ୍‌ ଜାୟେଦ୍‌ ଅଲ୍‌ ନହ୍ୟାନ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri