ଏମର୍ଜେନ୍ସି: କଇଁଚି ପାଇଁ କଙ୍ଗନା ରାଜି

ମୁମ୍ବାଇ,୧।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୀବନୀ ଆଧାରିତ ଫିଲ୍ମ ‘ଏମର୍ଜେନ୍ସି’ର କେତେକ ଦୃଶ୍ୟରେ କାଟଛାଣ୍ଟ ପାଇଁ ଅଭିନେତ୍ରୀ ତଥା ପ୍ରଯୋଜିକା କଙ୍ଗନା ରାଣାଓ୍ବତ୍‌ ରାଜି ହୋଇଛନ୍ତି। ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଫିଲ୍ମ ସାର୍ଟିଫିକେଶନ୍‌ (ସିବିଏଫ୍‌ସି) ସୋମବାର ବମ୍ବେ ହାଇକୋର୍ଟଙ୍କୁ ଏହା ଅବଗତ କରାଇଛି।
ସେପ୍ଟେମ୍ବର ୬ରେ ‘ଏମଜେନ୍ସି’ ମୁକ୍ତିଲାଭ କରିବା ପାଇଁ ଧାର୍ଯ୍ୟ ହୋଇଥିଲା। କିନ୍ତୁ ସେଥିରେ ଐତିହାସିକ ତଥ୍ୟର ଭୁଲ୍‌ ଅବତାରଣା କରାଯାଇଥିବା ଅଭିଯୋଗ ଆଣି ପଞ୍ଜାବର ଶିରୋମଣି ଅକାଳୀ ଦଳ ସମେତ କେତେକ ଶିଖ୍‌ ସଙ୍ଗଠନ ଆପତ୍ତି ଉଠାଇଥିଲେ। ଫଳରେ ଏହି ବିବାଦୀୟ ଫିଲ୍ମ ରିଲିଜ୍‌ ହୋଇପାରି ନାହିଁ। ତେଣୁ ଫିଲ୍ମର ସହପ୍ରଯୋଜକ ଜି ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ ସିବିଏଫ୍‌ସିକୁ ପ୍ରମାଣପତ୍ର ଜାରି ସକାଶେ ନିର୍ଦ୍ଦେଶ ଦେବା ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା। ସେନ୍‌ସର ବୋର୍ଡ ପ୍ରମାଣପତ୍ର ଜାରି ନ କରି ଫିଲ୍ମର ରିଲିଜ୍‌କୁ ଅଟକାଇ ଦେଇଛି ବୋଲି ମୁଖ୍ୟ ଚରିତ୍ରରେ ଅଭିନୟ କରିଥିବା କଙ୍ଗନା ଅଭିଯୋଗ ଆଣିଥିଲେ। ଜଷ୍ଟିସ୍‌ ବି.ପି. କୋଲାବାଓ୍ବାଲା ଏବଂ ଫିର୍ଦ୍ଦୋଶ ପୁନିଓ୍ବାଲାଙ୍କ ଖଣ୍ଡପୀଠରେ ସୋମବାର ଏହାର ଶୁଣାଣି ହୋଇଛି। ଶୁଣାଣି ବେଳେ ପ୍ରଯୋଜନା ସଂସ୍ଥାର ଓକିଲ ଶରଣ ଜଗତିଆନି କହିଥିଲେ, ବିବାଦୀୟ ଦୃଶ୍ୟଗୁଡ଼ିକୁ ଫିଲ୍ମରୁ ବାଦ୍‌ ଦେବା ପାଇଁ କଙ୍ଗନା ଏବଂ ସିବିଏଫ୍‌ସି ମଧ୍ୟରେ ସହମତି ପ୍ରକାଶ ପାଇଛି। ଖଣ୍ଡପୀଠ ଏହା ଶୁଣିବା ପରେ ଅକ୍ଟୋବର ୩ରେ ପରବର୍ତ୍ତୀ ଶୁଣାଣି କରିବାକୁ ଧାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri