‘ଇମରଜେନ୍ସି’ର ପ୍ରଥମ ଲୁକ୍‌ ଜାରି

ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଆଗାମୀ ଫିଲ୍ମ ‘ଇମରଜେନ୍ସି’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରଥମ ଲୁକ୍‌ ଆଜି କଙ୍ଗନା ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ତାଙ୍କ ଲୁକ୍‌କୁ ଦର୍ଶକ ବେଶ୍‌ ପସନ୍ଦ କରିଛନ୍ତି। ଏହି ଫିଲ୍ମରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଭୂମିକାରେ ଅଭିନୟ କରୁଛନ୍ତି।
‘ଇମରଜେନ୍ସି’ର ପ୍ରଥମ ଲୁକ୍‌ରେ କଙ୍ଗନା ଇନ୍ଦିରାଙ୍କ ଭଳି ଛୋଟ ଛୋଟ କେଶ ରଖିଥିବା ଦେଖାଯାଇଛି। ଏହା ବ୍ୟତୀତ କଙ୍ଗନା ଅତ୍ୟନ୍ତ ଆତ୍ମବିଶ୍ୱାସୀ ଶୈଳୀରେ ଫିଲ୍ମରେ ନଜର ଆସିଛନ୍ତି। ଇନ୍ଦିରାଙ୍କୁ ତାଙ୍କ ଚରିତ୍ରରେ ସମ୍ପୂର୍ଣ୍ଣ ରୂପେ ଆଣିବା ପାଇଁ ସେ କଠିନ ପରିଶ୍ରମ କରିଛନ୍ତି। ଏହି ପୋଷ୍ଟର ସହିତ କଙ୍ଗନା କ୍ୟାପସନରେ ଲେଖିଛନ୍ତି, ଇମରଜେନ୍ସିର ପ୍ରଥମ ଲୁକ… ବିଶ୍ୱ ଇତିହାସରେ ସବୁଠାରୁ ଶକ୍ତିଶାଳୀ ଏବଂ ବିବାଦୀୟ ମହିଳାଙ୍କ ମଧ୍ୟରୁ ଜଣେ।
ପୋଷ୍ଟର ଦେଖିବା ପରେ କଙ୍ଗନାଙ୍କ ପ୍ରଶଂସକମାନେ ଫିଲ୍ମକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହାପୂର୍ବରୁ କଙ୍ଗନା ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟ ଲଲିତାଙ୍କ ଜୀବନୀ ଉପରେ ଆଧାରିତ ଥଲାଇଭି ଫିଲ୍ମରେ ଅଭିନୟ କରିଛନ୍ତି। ଯଦିଓ ଏହି ଫିଲ୍ମଟି ବିଶେଷ ପ୍ରତିକ୍ରିୟା ପାଇ ନ ଥିଲା, କିନ୍ତୁ କଙ୍ଗନାଙ୍କ ଲୁକ ଏବଂ ଅଭିନୟ ସମସ୍ତଙ୍କ ହୃଦୟ ଜିତିଥିଲା।
‘ଇମରଜେନ୍ସି’ ହେଉଛି ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୀବନୀ ଉପରେ ଆଧାରିତ ଏକ ଫିଲ୍ମ। ଏହି ଫିଲ୍ମରେ ଅଭିନୟ କରିବା ସହିତ କଙ୍ଗନା ରାନାୱତ ମଧ୍ୟ ନିର୍ଦ୍ଦେଶନା ଏବଂ ପ୍ରଡକ୍ସନ ଦାୟିତ୍ୱ ତୁଲାଉଛନ୍ତି। ଏହି ଫିଲ୍ମଟି ୨୦୨୩, ଜୁନ ୨୫ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri