Posted inଜାତୀୟ

ବିମାନରେ ବୋମା ଥିବା ଧମକ ପରେ ମସ୍କୋରୁ ଗୋଆ ଆସୁଥିବା ବିମାନର ଜାମନଗର ବିମାନ ବନ୍ଦରରେ ଜରୁରୀ ଅବତରଣ

ଅହମଦାବାଦ,୧୦ ।୧: ମସ୍କୋରୁ ଗୋଆ ଆସୁଥିବା ଏକ ବିମାନରେ ବୋମା ଥିବା ଧମକ ମିଳିଥିଲା । ଏହାପରେ ଉକ୍ତ ବିମାନଟିକୁ ସୋମବାର ଗୁଜରାଟର ଜାମନଗର ବିମାନ ବନ୍ଦରରେ ଜରୁରୀ ଅବତରଣ କରାଯାଇଥିଲା । ପ୍ରାୟ ୨୦୦ ଯାତ୍ରୀଙ୍କୁ ନେଇ ଆସୁଥିବା ଏହି ବିମାନରେ ସନ୍ଦିଗ୍ଧ ପଦାର୍ଥ ଥିବାରୁ ଏହାକୁ ଏମରଜେନ୍ସି ଲ୍ୟାଣ୍ଡିଂ କରାଯାଇଥିଲା । ଏହାପରେ ପୋଲିସ, ଆମ୍ବୁଲାନ୍ସ ଓ ବମ ସ୍କ୍ୱାଡ ବିମାନ ବନ୍ଦରରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଦେଇଛନ୍ତି ।
ମିଳିଥିବା ସୂଚନା ଅନୁଯାୟୀ, ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ବିମାନରୁ ଓହ୍ଲାଇ ଦିଆଯିବା ସହ ସେମାନଙ୍କୁ ଏୟାରପୋର୍ଟର ମୁଖ୍ୟ ବିଲଡିଂରେ ରଖାଯାଇଛି । ଘଟଣାର ଯାଞ୍ଚ ପାଇଁ ନ୍ୟାଶନାଲ ସିକ୍ୟୁରିଟଇ ଗାର୍ଡ(ଏନଏସଜି)ର ଟିମ ଲାଗିଥିବା ବେଳେ, ଦିଲ୍ଲୀରୁ ଆଉ ଏକ ଟିମ ଜାମନଗର ଆସୁଛନ୍ତି । ଏନଏସଜି ପକ୍ଷରୁ ସମ୍ପୂର୍ଣ୍ଣ କ୍ଲିୟରାନ୍ସ ମିଳିବା ପରେ ଯାଇ ବିମାନଟିକୁ ଗୋଆ ପଠାଇ ଦିଆଯିବ । ଏବେ ପର୍ଯ୍ୟନ୍ତ ବିମାନରୁ କୌଣସି ସନ୍ଦିଗ୍ଧ ବସ୍ତୁ ମିଳି ନ ଥିବା ସୂଚନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

କ୍ରିକେଟରେ ହଲଚଲ! ହଠାତ୍ ଇସ୍ତଫା ଦେଲେ କୋଚ୍, କାରଣ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୩ା୯: ଚାକିରି ବଦଳାଇବା ଏବେ ସାଧାରଣ କଥା। କିନ୍ତୁ କୌଣସି ଜାତୀୟ କ୍ରିକେଟ୍ ଦଳର କୋଚ୍ ଅନ୍ୟ ଏକ ଟିମ୍‌ରେ ଚାକିରି ପାଇଁ ଇସ୍ତଫା ଦେବା ନିଶ୍ଚିତ…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ଅକ୍ଟୋବରରୁ ବଦଳିଯିବ ଏସବୁ ନିୟମ, ଏବେଠୁ ଜାଣି ରଖନ୍ତୁ ସବୁକିଛି

ନୂଆଦିଲ୍ଲୀ,୨୩।୯: ପ୍ରତି ମାସର ପହିଲା ତାରିଖରେ କିଛି ନା କିଛି ନିୟମରେ ପରିବର୍ତ୍ତନ ହୋଇଥାଏ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ମଧ୍ୟ ଉତ୍ସୁକତା ରହିଥାଏ ଯେ, ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?