Posted inଜାତୀୟ

ଓମିକ୍ରନକୁ ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଜରୁରୀକାଳୀନ ବୈଠକ

ନୂଆଦିଲ୍ଲୀ,୨୮।୧୧: ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା କରୋନାର ନୂଆ ଭିରିଏଣ୍ଟ୍‌ ଓମିକ୍ରନ୍‌କୁ ରବିବାର ଦିନ ଗୃହ ବିଭାଗର ସଚିବଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ସମୟରେ ଓମିକ୍ରନକୁ ଏଡାଇବା ପାଇଁ ସୁରକ୍ଷା ମାନ ବୃଦ୍ଧି କରିବା ନେଇ ଆଲୋଚନା ହୋଇଥିଲା। ବୈଠକ ପରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ କହିଛି ଯେ, ଅନ୍ତର୍ଜାତୀୟ ବାଣିଜି୍ୟକ ବିମାନ ଉଡ଼ାଣ ଆରମ୍ଭ ହେବାର ତାରିଖ ସମୀକ୍ଷା କରାଯିବ। ଏହାସହ ବିଦେଶରୁ ଆସୁଥିବା ଯାତ୍ରୀମାନଙ୍କ ସ୍କ୍ରିନିଂ ଏବଂ ମନିଟରିଂ ପାଇଁ ସରକାର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରଣାଳୀ (ଏସ୍‌ଓପି) ମଧ୍ୟ ସମୀକ୍ଷା କରିବେ। ଏହା ସହିତ, ବିପଦ ବର୍ଗର ଦେଶରୁ ଆସୁଥିବା ସେହି ବିଦେଶୀ ଯାତ୍ରୀମାନଙ୍କ ଉପରେ ଏକ ସ୍ବତନ୍ତ୍ର କଟକଣା ରଖାଯିବ। ଏଥି ସହିତ, ଓମିକ୍ରନ ପ୍ରକାରର ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳ ପାଇଁ କିଛି ମାନକ ତାଲିକାଭୁକ୍ତ କରିଛନ୍ତି ଏବଂ ସେମାନଙ୍କୁ କଡାକଡି ପାଳନ କରିବାକୁ କୁହାଯାାଇଛି।
ଏହି ମାନକଗୁଡିକୁ ପ୍ରକାଶ କରି କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ଅନ୍ତର୍ଜାତୀୟ ଯାତ୍ରୀମାନଙ୍କ ଉପରେ ନଜର ରଖିବା, ସ୍‌ନମୁନାଗୁଡିକର ସଠିକ ଏବଂ ଠିକ ସମୟରେ ପଠାଇବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ବିପଦ ଥିବା ତଥା ଅନ୍ୟ ସମସ୍ତ ଦେଶରୁ ଆସୁଥିବା ଯାତ୍ରୀଙ୍କୁ ନଜର ରଖିବା ପାଇଁ ଏକ ରୋଗ ନିରୀକ୍ଷଣ ନେଟୱାର୍କ ସୃଷ୍ଟି କରିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri