Posted inଜାତୀୟ

ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ ଲୋଡ଼ିଲେ ବିଶିଷ୍ଟ ନାଗରିକ

ନୂଆଦିଲ୍ଲୀ,୬ା୯(ପି.ଟି.): ସନାତନ ଧର୍ମର ବିଲୋପ ଲାଗି ମନ୍ତବ୍ୟ ଦେଇଥିବା ଡିଏମ୍‌କେ ନେତା ଉଦୟନିଧି ଷ୍ଟାଲିନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ସୁପ୍ରିମକୋର୍ଟ ଏଥିରେ ହସ୍ତକ୍ଷେପ କରିବାକୁ ୨୬୨ ଜଣ ବିଶିଷ୍ଟ ନାଗରିକ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କୁ ପତ୍ର ଲେଖିଛନ୍ତି। ପତ୍ରରେ ସ୍ବାକ୍ଷର କରିଥିବା ଖ୍ୟାତନାମା ବ୍ୟକ୍ତିଙ୍କ ମଧ୍ୟରେ ପୂର୍ବତନ ବିଚାରପତି, ପ୍ରଶାସନିକ ଅଧିକାରୀ ପ୍ରମୁଖ ରହିଛନ୍ତି। ଦିଲ୍ଲୀ ହାଇକୋର୍ଟର ପୂର୍ବତନ ବିଚାରପତି ଏସ୍‌.ଏନ୍‌. ଧିଙ୍ଗ୍ରା କହିଛନ୍ତି, ଉଦୟନିଧି କେବଳ ଘୃଣିତ ମନ୍ତବ୍ୟ ଦେଇ ନାହାନ୍ତି, ଏଥିପାଇଁ ସେ କ୍ଷମା ମାଗିବାକୁ ମନା କରିଦେଇଛନ୍ତି। ତାଙ୍କ ମନ୍ତବ୍ୟରେ ନିମ୍ନସ୍ବାକ୍ଷରକାରୀମାନେ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଭାରତର ଏକ ବୃହତ୍‌ ଜନସଂଖ୍ୟା ବିରୋଧରେ ଏହା ନିଶ୍ଚିତ ଭାବେ ଘୃଣିତ ମନ୍ତବ୍ୟ ଏବଂ ଭାରତକୁ ଧର୍ମନିରପେକ୍ଷ ଭାବେ ପରିକଳ୍ପିତ କରିଥିବା ସମ୍ବିଧାନ ଉପରେ ଆକ୍ରମଣ ବୋଲି ସେମାନେ ଅଭିଯୋଗ କରିଛନ୍ତି। ଦେଶର ଧର୍ମନିରପେକ୍ଷତାକୁ ସୁରକ୍ଷିତ ରଖିବାକୁ ହେଲେ କାର୍ଯ୍ୟାନୁଷ୍ଠାନ ଆବଶ୍ୟକ ବୋଲି ପତ୍ରରେ କୁହାଯାଇଛି। ଏହି ଅତ୍ୟନ୍ତ ଗମ୍ଭୀର ପ୍ରସଙ୍ଗରେ ଯଦି ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ବିଳମ୍ବ କରନ୍ତି, ତେବେ ଏହାକୁ ଅଦାଲତ ଅବମାନନା ଭାବେ ଗ୍ରହଣ କରାଯାଇପାରିବ ବୋଲି ସ୍ବାକ୍ଷରକାରୀମାନେ କହିଛନ୍ତି। ସୂଚନାଯୋଗ୍ୟ, କାର୍ଯ୍ୟାନୁଷ୍ଠାନ ନେବାକୁ ତାମିଲନାଡୁ ସରକାର ମନା କରିଦେଇଥିବାରୁ ଏହା କୋର୍ଟଙ୍କ ନିର୍ଦ୍ଦେଶର ଅବମାନନା ଏବଂ ଆଇନର ଶାସନକୁ ପରିହାସ। ତେଣୁ ସୁପ୍ରିମକୋର୍ଟ ନିଜ ଆଡ଼ୁ ଏହାକୁ ଅବମାନନା ନୋଟିସ ଭାବେ ଗ୍ରହଣ କରି ରାଜ୍ୟ ସରକାରଙ୍କ ଅପାରଗତାକୁ ଦାୟୀ କରିବା ସହ ଘୃଣା ମନ୍ତବ୍ୟ ରୋକିବା ସହ ସାର୍ବଜନିକ ବ୍ୟବସ୍ଥା ଓ ଶାନ୍ତି ରକ୍ଷା ଦିଗରେ ନିର୍ଣ୍ଣାୟକ ପଦକ୍ଷେପ ନିଅନ୍ତୁ ବୋଲି ବିଶିଷ୍ଟ ବ୍ୟକ୍ତିମାନେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?