ବିଶିଷ୍ଟ ପରିବେଶବିତ୍‌ ମେଧା ପାଟେକର ଅଟକ: ରେଲୱେ ଷ୍ଟେସନରୁ ପୋଲିସ ଉଠାଇ ନେଇଥିବା ସୂଚନା

ଭୁବନେଶ୍ୱର, ୫।୬: ବିଶିଷ୍ଟ ପରିବେଶବିତ୍‌ ତଥା ସାମାଜିକ କାର୍ଯ୍ୟକର୍ତ୍ତା ମେଧା ପାଟେକରଙ୍କୁ ଅଟକ କରାଯାଇଥିବା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, ମେଧା ପାଟେକରଙ୍କୁ ରେଲୱେ ଷ୍ଟେସନରୁ ପୋଲିସ ଉଠାଇ ନେଇଥିବା ଜଣାପଡିଛି। ମେଧା ପାଟେକର, ଯିଏ ନର୍ମଦା ବଚାଓ ଆନ୍ଦୋଳନର ନେତୃତ୍ୱ ନେଇ ଜାତୀୟ ସ୍ତରରେ ପରିଚିତ, ସେ ପରିବେଶ ସୁରକ୍ଷା ଏବଂ ସ୍ଥାନୀୟ ଜନଜାତିଙ୍କ ଅଧିକାର ପାଇଁ ନିରନ୍ତର ସଂଘର୍ଷ କରିଆସୁଛନ୍ତି। ତାଙ୍କର ଏହି ଅଟକ ଘଟଣା ସାମାଜିକ କାର୍ଯ୍ୟକର୍ତ୍ତା ଏବଂ ପରିବେଶବିତ୍ମାନଙ୍କ ମଧ୍ୟରେ ଆଲୋଡନ ସୃଷ୍ଟି କରିଛି।

ପ୍ରକାଶ ଯେ, କାଶିପୁର ବ୍ଲକ ସୁଙ୍ଗେର ହାଟପଦା ଠାରେ ଆୟୋଜିତ ହେବାକୁ ଥିବା ପ୍ରାକୃତିକ ସମ୍ପଦ ସୁରକ୍ଷା କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଗୁରୁବାର ସକାଳେ ହୀରାଖଣ୍ଡରେ ଭୁବନେଶ୍ୱରରୁ ରାୟଗଡ଼ା ଠାରେ ପହଞ୍ଚିଥିଲେ। ତେବେ ରାୟଗଡ଼ା ରେଳ ଷ୍ଟେସନରେ ପହଞ୍ଚିବା କ୍ଷଣି ସେଠାରେ ଉପସ୍ଥିତ ଥିବ ଓଡ଼ିଶା ପୋଲିସ ଛାଉଣୀ କରି ଘେରି ଯାଇଥିଲେ ମେଧାଙ୍କୁ। କେଉଁ କାରଣରୁ ପୋଲିସ ମେଧାଙ୍କୁ ଅଟକ ରଖିଛି ସେନେଇ ଦାୟିତ୍ୱରେ ଥିବା ଡିଏସପି ମୁନି ଆଚାରିଙ୍କୁ ଫୋନ କରିଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିଲେ। ଏଭଳିକି ଏନେଇ ଏସପି ସାଥି ଏସ କୁମାରଙ୍କୁ ଯୋଗାଯୋଗ କରିଥିଲେ ହେଁ ସେ ମଧ୍ୟ ଫୋନ କାଟି ଦେଇଥିଲେ। ମେଧାଙ୍କ ସହିତ ଆସିଥିବା ଲିଙ୍ଗରାଜ ଆଜାଦ, ନରେନ୍ଦ୍ର ମହାନ୍ତି ଏବଂ ହର ବଣିଆଙ୍କୁ ମଧ୍ୟ ପୋଲିସ ଛାଉଣୀ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?