ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ୧୦୨ ବର୍ଷ ବୟସରେ ଦେହାନ୍ତ

କଟକ,୨୭।୧: ସ୍ୱାଧୀନତା ସଂଗ୍ରାମୀ ତଥା ଅଲ ଇଣ୍ଡିଆ ଫ୍ରିଡମ ଫାଇଟର୍ସ ଆସୋସିଏସନର ସଭାପତି ନୀଳମଣି ସାମଲ ୧୦୧ ବର୍ଷ ବୟସରେ କଟକ ଏସସିବି ମେଡିକାଲ କଲେଜ ଏବଂ ହସପିଟାଲରେ ଚିକିତ୍ସିତ ଅବସ୍ଥାରେ ପ୍ରାଣତ୍ୟାଗ କରିଛନ୍ତି। ବ୍ରେନଷ୍ଟ୍ରୋକ୍ ହେବା ପରେ ତାଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା।

ଖବର ଅନୁଯାୟୀ ସାମଲଙ୍କୁ ପ୍ରଥମେ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସାମଲଙ୍କ ମସ୍ତିଷ୍କରେ ରକ୍ତ ଜମାଟ ବାନ୍ଧିଥିବାରୁ ତାଙ୍କର ଅଧିକ ଚିକିତ୍ସା ପାଇଁ କଟକ ଏସସିବିକୁ ଅଣାଯାଇଥିଲା। ଏଠାରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା।

ଏସସିବି ଅଧୀକ୍ଷକ ଡ. ସୁଦାଶୂଖ ମିଶ୍ର କହିଛନ୍ତି ଯେ ତାଙ୍କୁ ୨୪ ଘଣ୍ଟା ନଜରରେ ରଖାଯାଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ମଧ୍ୟ ସାମଲଙ୍କ ଚିକିତ୍ସା ଉପରେ ଦୃଷ୍ଟି ରଖିଥିଲା।

ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ନିର୍ଦ୍ଦେଶରେ ସ୍ୱାସ୍ଥ୍ୟ ବିଭାଗ ଏହାର ତଦାରଖ କରୁଥିଲେ। ସ୍ୱାସ୍ଥ୍ୟ ସଚିବ ଶାଲିନୀ ପଣ୍ଡିତଙ୍କ ନିର୍ଦ୍ଦେଶରେ ସାମଲଙ୍କ ଚିକିତ୍ସା ପାଇଁ ଏସଟିବି, କଟକରୁ ଏକ ବିଶେଷଜ୍ଞ କମିଟି ଗଠନ କରାଯାଇଥିଲା।

ଫେବୃଆରୀ ୨୩, ୧୯୩୨ ରେ ଯାଜପୁର ଜିଲାର ବଡ଼ଚଣା ବ୍ଲକ ଅନ୍ତର୍ଗତ ବାଲିପଡିଆ ଗ୍ରାମରେ ଜନ୍ମ ହୋଇଥିବା ନୀଳମଣି ସାମଲ ୧୫ ବର୍ଷ ବୟସରେ ସ୍ୱାଧୀନତା ସଂଗ୍ରାମରେ ଯୋଗ ଦେଇଥିଲେ। ୧୦୧ ବର୍ଷ ବୟସ୍କ ସ୍ୱାଧୀନତା ସଂଗ୍ରାମୀ ହେଉଛନ୍ତି ଅଲ ଇଣ୍ଡିଆ ଫ୍ରିଡମ ଫାଇଟର୍ସ ଆସୋସିଏସନର ସଭାପତି। ତାଙ୍କୁ ଦୁଇଥର ରାଷ୍ଟ୍ରପତି ପୁରସ୍କାର ପ୍ରଦାନ କରାଯାଇଛି ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ତାଙ୍କୁ ସମ୍ମାନିତ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri