ପଞ୍ଚଭୂତରେ ବିଲୀନ ହେଲେ କମଳା ପୂଜାରୀ

ଜୟପୁର,୨୧।୭: ବିଶିଷ୍ଟ ଜୈବିକ କୃଷିବିତ୍‌ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଜନ୍ମମାଟି ପାତ୍ରପୁର ଗାଁ ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ହୋଇଛି। ତାଙ୍କ ସାନ ପୁଅ ଟଙ୍କଧର ପୂଜାରୀ ମୁଖାଗ୍ନି ଦେଇଛନ୍ତି। ଜିଲାପାଳ, ଏସ୍‌ପି ସେଠାରେ ଉପସ୍ଥିତ ଥିଲେ।
ଶନିବାର କମଳା ପୂଜାରୀ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଥିଲା। ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା। ଜିଲା ପ୍ରଶାସନ ପକ୍ଷରୁ ଜାତୀୟ ପତାକାରେ ତାଙ୍କ ମରଶରୀରକୁ ଆଚ୍ଛାଦିତ କରାଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ପରେ ଏସ୍‌ସିବି ମେଡିକାଲ ପକ୍ଷରୁ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ମରଶରୀରକୁ କୋରାପୁଟ ପଠାଯାଇଥିଲା।
କମଳା ପୂଜାରୀ ନାରୀ ସଶକ୍ତୀକରଣରେ ପ୍ରମୁଖ ଭୂମିକା ବହନ କରିଥିଲେ। ଦେଶୀ ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲାର ଏକମାତ୍ର ଆଦିବାସୀ ମହିଳା ଭାବେ ସେ ସମଗ୍ର ଦେଶରେ ପରିଚିତ ଥିଲେ। ଓଡ଼ିଶାରେ ରହିଥିବା ପାରମ୍ପରିକ ଧାନ କିସମ ସଂରକ୍ଷଣ କ୍ଷେତ୍ରରେ ଲୋପ ପାଇଯାଉଥିବା ଦେଶୀ ଧାନକୁ ସଂଗ୍ରହ ଓ ସଂରକ୍ଷଣ କରି କମଳା କୋରାପୁଟ ଜିଲା, ରାଜ୍ୟ ଓ ଦେଶକୁ ବିଶ୍ୱ ଦରବାରରେ ପରିଚିତ କରିଥିଲେ। ସେ ୧୪୦ ପ୍ରକାର ଲୋପ ପାଇଯାଇଥିବା ଅତି ଦୁର୍ଲଭ କିସମର ଦେଶୀ ଧାନ ସଂଗ୍ରହ କରିପାରିଥିଲେ। ପାରମ୍ପରିକ ରୀତିରେ ବିନା ସରକାରୀ ସହୟତାରେ କେବଳ ଗୋବର ଖତ ବ୍ୟବହାର କରି ସେ କଳାଜିରା, ହଳଦୀଗଣ୍ଠି, ଝିଲ୍ଲୀ, ଲଦିଆରି, ଉମୁରିଆଚୁଡି, ଲଲାଟ, ଘଣ୍ଟିଆ, ବରପକ, ସପୁରୀ, ଗଠିଆ, ପାରା, ମୋରା ଆଦି ଦେଶୀ ଧାନ ସଂରକ୍ଷଣ କରିଛନ୍ତି ା ଏହି ବିହନ ୧୦ ବର୍ଷରୁ ଅଧିକ ସମୟ ପର୍ଯ୍ୟନ୍ତ ସୁରକ୍ଷିତ ରହିପାରିବ। ବିଭିନ୍ନ ସମୟରେ ଆଖପାଖ ଅଞ୍ଚଳ ମହୁଲି, ବାଲିଗୁଡା, ବାଲିଆ, କୁମ୍ଭାରପଡା ସହ ଅନେକ ଗ୍ରାମର ଗ୍ରାମବାସୀଙ୍କୁ ଏକାଠି କରି ସେ ପାରମ୍ପରିକ କୃଷି ପଦ୍ଧତିରେ ଚାଷ କରିବାକୁ ସଚେତନ କରୁଥିଲେ। ପ୍ରେରଣା ଦେଉଥିଲେ। କମଳାଙ୍କ ଏହି ମହତ କାର୍ଯ୍ୟରେ ସହଯୋଗ ପାଇଁ ଜୟପୁରସ୍ଥିତ ଏମଏସ୍‌ ସ୍ବାମୀନାଥନ ରିସର୍ଚ୍ଚ ଫାଉଣ୍ଡେଶନ ପ୍ରଥମେ ସହାୟତାରେ ହାତ ବଢାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri